ଭଦ୍ରକ ଅଫିସ,୧୭ା୩ : ଭଦ୍ରକ ଜିଲାରେ ମେଡିକାଲ କଲେଜ ସ୍ଥାପନ ଦାବି ଜୋର ଧରିଛି। ଦୀର୍ଘବର୍ଷ ଧରି ସରକାରଙ୍କୁ ବାରମ୍ବାର ଦାବିପତ୍ର ଦିଆଯିବା ସହ ଜିଲା ବନ୍ଦ ଡାକରା ଦିଆଯାଇଥିଲେ ମଧ୍ୟ ସରକାର କର୍ଣ୍ଣପାତ କରୁନାହାନ୍ତି। ଭଦ୍ରକ ଜିଲା ପ୍ରତି ସରକାରଙ୍କ ନକରାମତ୍କ ମନୋଭାବ ଓ ବେଖାତିର ପାଇଁ ଜିଲାବାସୀଙ୍କ ମନରେ ତୀବ୍ର କ୍ଷୋଭ ପ୍ରକାଶ ପାଇଛି।
ଶୁକ୍ରବାର ମେଡିକାଲ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସ୍ଥାନୀୟ ଭାଗବତ କଲ୍ୟାଣ ମଣ୍ଡପରେ ଡା. ହରେକୃଷ୍ଣ ନାୟକଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ବୈଠକରେ ସ୍ତମ୍ଭକାର ଅଭୟ ଦ୍ୱିବେଦୀ, ଶାନ୍ତନୁ କୁମାର ରାଉତ, ସୁଧାକର ରାଉତ, ବୈଲୋଚନ ବେହୁରିଆ, ପୂର୍ବତନ ବିଧାୟକ ନରେନ ପଲେଇ, ପ୍ରାଧ୍ୟାପକ ଡ. ବ୍ରଜମୋହନ ମିଶ୍ର, ଡା. ପ୍ରଦୀପ ନାୟକ, ଡା. ପ୍ରଭାସ ମହାନ୍ତି, ସୁଦର୍ଶନ ବାରିକ, ପ୍ର. ଅଟଳ ବିହାରୀ ନାୟକ, କୈଳାସ ଚନ୍ଦ୍ର ମହାପାତ୍ର, ସନ୍ତୋଷ କୁମାର ଦାସ, ହରମୋହନ ଜେନା, ଡ. ଭାଗବତ ତ୍ରିପାଠୀ ପ୍ରମୁଖ ଯୋଗ ଦେଇ ମେଡିକାଲ କଲେଜ ଯେ ପର୍ଯ୍ୟନ୍ତ ପ୍ରତିଷ୍ଠା ସରକାର ଘୋଷଣା ନ କରିଛନ୍ତି, ସେ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି। ଆଗାମୀ ୨୬ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ଭଦ୍ରକ ଗସ୍ତରେ ଏକ ଦାବିପତ୍ର ପ୍ରଦାନ କରାଯିବାକୁ ନିଷ୍ପତ୍ତିି କରାଯାଇଛି।
Posted inଆମ ଜିଲା ଖବର, ଭଦ୍ରକ View All
ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ
ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…
ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ
ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…
ବେଲଗୁଣ୍ଠା ଏନ୍ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…
ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…
କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ
ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…
ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ
ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…
ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ
ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…
ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…
ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…
୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…
ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

