ପ୍ରଧାନଶିକ୍ଷକ ନିଯୁକ୍ତି ଦାବିରେ ତାଲା

ବାଙ୍ଗିରିପୋଷି,୪ ।୨(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ କାଳିଆମି ପ୍ରକଳ୍ପ ଉ.ପ୍ରା. ବିଦ୍ୟାଳୟରେ ସ୍ଥାୟୀ ପ୍ରଧାନ ଶିକ୍ଷକ ନିଯୁକ୍ତି ପାଇଁ ଛାତ୍ରୀଛାତ୍ର ଓ ଗ୍ରାମବାସୀ ଦାବି କରିଛନ୍ତି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଅନ୍ୟତ୍ର ବଦଳି ନିର୍ଦ୍ଦେଶ ଦେଇ ଶିକ୍ଷା ବିଭାଗ ଅଧିକାରୀ ମନମାନୀ ଚଳାଇଥିବା ପ୍ରତିବାଦରେ ସୋମବାର ସେମାନେ ବିଦ୍ୟାଳୟ ଫାଟକରେ ତାଲା ପକାଇ ଦେଇଥିଲେ।
ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟଠାରୁ ମାତ୍ର ୧.୫ କି.ମି. ଦୂରତାରେ ଥିବା ଏହି ବିଦ୍ୟାଳୟ ୧୯୫୮ରେ ସ୍ଥାପିତ ହୋଇଥିଲା। ବର୍ତ୍ତମାନ ଏଠାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୧୦୩ ଛାତ୍ରୀଛାତ୍ର ପଢ଼ୁଥିବା ବେଳେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ମିଶାଇ ଜଣେ ଶିକ୍ଷକ ଓ ୨ ଶିକ୍ଷୟିତ୍ରୀ ଶିକ୍ଷାଦାନ କରୁଛନ୍ତି। ୮ଟି କ୍ଲାସର ପିଲା ମାତ୍ର ୨ଟି ଶ୍ରେଣୀ ଗୃହରେ ବସୁଛନ୍ତି। ବିଦ୍ୟାଳୟର ଅଫିସ ଗୃହ ନ ଥିବାରୁ ବାରଣ୍ଡାରେ ଚେୟାର, ଟେବୁଲ ପକାଇ ଅଫିସ କାର୍ଯ୍ୟ ଚାଲିଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବନ୍ଦିତା ସିଂହଙ୍କୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ମାନଗଡ଼ ମୁଣ୍ଢାକଟା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବଦଳି କରିଛନ୍ତି। ଏହାର ପ୍ରତିବାଦରେ ଏସ୍‌ଏମ୍‌ସି କମିଟିର ସଭ୍ୟାସଭ୍ୟ ଧର୍ମଜୟ ସିଂ, ବିଜୟ କୁମାର ବିନ୍ଧାଣୀ,ଗଣେଶ ମହାନ୍ତ, ପ୍ରତାପ ବିନ୍ଧାଣୀ, ବୁଧୁରାମ ମାହାଲିଙ୍କ ସମେତ ବହୁ ଗ୍ରାମବାସୀ ବିଦ୍ୟାଳୟ ପ୍ରବେଶ ଫାଟକରେ ତାଲା ପକାଇ ଦେଇଛନ୍ତି। ସ୍ଥାୟୀ ପ୍ରଧାନ ଶିକ୍ଷୟିତ୍ରୀ ନିଯୁକ୍ତି ସହ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ବାତିଲ କରିବାକୁ ଗ୍ରାମବାସୀ ଅଡ଼ି ବସିଛନ୍ତି। ଏ ସଂକ୍ରାନ୍ତରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୌତମ କୁମାର ପାତ୍ରଙ୍କୁ ପଚାରିବାରୁ ବିବାଦର ସମାଧାନ ହୋଇଯାଇଛି। ପ୍ରଧାନ ଶିକ୍ଷୟତ୍ରୀ ସିଂ ଦାୟୀତ୍ୱ ହସ୍ତାନ୍ତର କରି ନ ଥିବାରୁ ଏସବୁ ଅସୁବିଧା ହୋଇଥିଲା ବୋଲି କହିଛନ୍ତି। ଅନ୍ୟପଟେ ସ୍ଥାୟୀ ପ୍ରାଧାନ ଶିକ୍ଷକ ନିଯୁକ୍ତି ଦିଆ ନ ଗଲେ ଆନ୍ଦୋଳନ ତୀବ୍ର ହେବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri