ପ୍ରଧାନଶିକ୍ଷକ ନିଯୁକ୍ତି ଦାବିରେ ତାଲା

ବାଙ୍ଗିରିପୋଷି,୪ ।୨(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ କାଳିଆମି ପ୍ରକଳ୍ପ ଉ.ପ୍ରା. ବିଦ୍ୟାଳୟରେ ସ୍ଥାୟୀ ପ୍ରଧାନ ଶିକ୍ଷକ ନିଯୁକ୍ତି ପାଇଁ ଛାତ୍ରୀଛାତ୍ର ଓ ଗ୍ରାମବାସୀ ଦାବି କରିଛନ୍ତି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଅନ୍ୟତ୍ର ବଦଳି ନିର୍ଦ୍ଦେଶ ଦେଇ ଶିକ୍ଷା ବିଭାଗ ଅଧିକାରୀ ମନମାନୀ ଚଳାଇଥିବା ପ୍ରତିବାଦରେ ସୋମବାର ସେମାନେ ବିଦ୍ୟାଳୟ ଫାଟକରେ ତାଲା ପକାଇ ଦେଇଥିଲେ।
ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟଠାରୁ ମାତ୍ର ୧.୫ କି.ମି. ଦୂରତାରେ ଥିବା ଏହି ବିଦ୍ୟାଳୟ ୧୯୫୮ରେ ସ୍ଥାପିତ ହୋଇଥିଲା। ବର୍ତ୍ତମାନ ଏଠାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୧୦୩ ଛାତ୍ରୀଛାତ୍ର ପଢ଼ୁଥିବା ବେଳେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ମିଶାଇ ଜଣେ ଶିକ୍ଷକ ଓ ୨ ଶିକ୍ଷୟିତ୍ରୀ ଶିକ୍ଷାଦାନ କରୁଛନ୍ତି। ୮ଟି କ୍ଲାସର ପିଲା ମାତ୍ର ୨ଟି ଶ୍ରେଣୀ ଗୃହରେ ବସୁଛନ୍ତି। ବିଦ୍ୟାଳୟର ଅଫିସ ଗୃହ ନ ଥିବାରୁ ବାରଣ୍ଡାରେ ଚେୟାର, ଟେବୁଲ ପକାଇ ଅଫିସ କାର୍ଯ୍ୟ ଚାଲିଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବନ୍ଦିତା ସିଂହଙ୍କୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ମାନଗଡ଼ ମୁଣ୍ଢାକଟା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବଦଳି କରିଛନ୍ତି। ଏହାର ପ୍ରତିବାଦରେ ଏସ୍‌ଏମ୍‌ସି କମିଟିର ସଭ୍ୟାସଭ୍ୟ ଧର୍ମଜୟ ସିଂ, ବିଜୟ କୁମାର ବିନ୍ଧାଣୀ,ଗଣେଶ ମହାନ୍ତ, ପ୍ରତାପ ବିନ୍ଧାଣୀ, ବୁଧୁରାମ ମାହାଲିଙ୍କ ସମେତ ବହୁ ଗ୍ରାମବାସୀ ବିଦ୍ୟାଳୟ ପ୍ରବେଶ ଫାଟକରେ ତାଲା ପକାଇ ଦେଇଛନ୍ତି। ସ୍ଥାୟୀ ପ୍ରଧାନ ଶିକ୍ଷୟିତ୍ରୀ ନିଯୁକ୍ତି ସହ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ବାତିଲ କରିବାକୁ ଗ୍ରାମବାସୀ ଅଡ଼ି ବସିଛନ୍ତି। ଏ ସଂକ୍ରାନ୍ତରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୌତମ କୁମାର ପାତ୍ରଙ୍କୁ ପଚାରିବାରୁ ବିବାଦର ସମାଧାନ ହୋଇଯାଇଛି। ପ୍ରଧାନ ଶିକ୍ଷୟତ୍ରୀ ସିଂ ଦାୟୀତ୍ୱ ହସ୍ତାନ୍ତର କରି ନ ଥିବାରୁ ଏସବୁ ଅସୁବିଧା ହୋଇଥିଲା ବୋଲି କହିଛନ୍ତି। ଅନ୍ୟପଟେ ସ୍ଥାୟୀ ପ୍ରାଧାନ ଶିକ୍ଷକ ନିଯୁକ୍ତି ଦିଆ ନ ଗଲେ ଆନ୍ଦୋଳନ ତୀବ୍ର ହେବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ: କହିଲେ ଯମ ଅଜାଣତରେ…

ଜୟପୁର,୨୦।୧୨: ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯମ ଅଜାଣତରେ ମଣିଷର ମୃତ୍ୟୁ ହୁଏନି। ଏହା ସହ ସେ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…

ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉବେଳେ ଅଣ୍ଡାମାଡ଼ କଲା ଯୁବ କଂଗ୍ରେସ

ଭୁବନେଶ୍ୱର,୨୦ା୧୨: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଅଭିଯୋଗରେ ଗର୍ଜନ କରିଛି ଯୁବ କଂଗ୍ରେସ। ରାଜଧାନୀ ଭୁବନେଶ୍ବରରେ ବିକ୍ଷୋଭ ପ୍ରଦର୍ଶନ ସହ ଅଣ୍ଡାମାଡ଼ କରିଛି ଯୁବ...

୧୨ ବର୍ଷ ପରେ ବି ମିଳୁନି ସରକାରୀ ସୁବିଧା, ପ୍ରଶାସନିକ ଅବହେଳାର ଶିକାର ବଳିଆ

ଗଞ୍ଜାମ,୨୦ା୧୨(ଅନାଥ ତରାଇ): ସରକାରୀ ଯୋଜନା କାହା ପାଇଁ? ଯୋଗ୍ୟ ହିତାଧିକାରୀଙ୍କୁ ସୁବିଧା ଯୋଗାଇଦେବା କ୍ଷେତ୍ରରେ ପ୍ରଶାସନିକ ବିଫଳତାର ଏକ ନଗ୍ନଚିତ୍ର ଦେଖିବାକୁ ମିଳିଛି ଗଞ୍ଜାମ ବ୍ଲକ...

ଅଧାପନ୍ତରିଆ ଭିତ୍ତିଭୂମି, ପର୍ଯ୍ୟଟକ ନିରାଶ, ଜରାଜୀର୍ଣ୍ଣ ଅବସ୍ଥାରେ…

ଯାଜପୁର,୨୦ା୧୨(ହର୍ଷବର୍ଦ୍ଧନ ବେହେରା): ଏବେ ପିକ୍‌ନିକ୍‌ ଋତୁ। ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ଲାଭ କରିଥିବା ଯାଜପୁର ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ପର୍ଯ୍ୟଟକମାନେ ବୁଲିବାକୁ ଆସୁଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri