ପୂରଣ ହେଲା ଫିରିଙ୍ଗିଆ ଅଞ୍ଚଳ ବାସୀଙ୍କ ଦାବି, ଶେଷରେ ଫିରିଙ୍ଗିଆରେ ଉଦଘାଟିତ ହେଲା ନୂଆ ପେଟ୍ରୋଲ ପମ୍ପ

ଫିରିଙ୍ଗିଆ,୧୫।୩(ବିମଳ ଦିଗାଲ): କନ୍ଧମାଳ ଜିଲା ଫିରିଙ୍ଗିଆ ଅଞ୍ଚଳବାସୀଙ୍କ ଦୁଃଖ ଶୁଣିଛନ୍ତି ରାଜ୍ୟ ସରକାର । ଜିଲ୍ଲାର ଦିତୀୟ ବୃହତ୍ତମ ବ୍ଲକ ଭାବରେ ଜଣାଶୁଣା ଏହି ଫିରିଙ୍ଗିଆ ଅଞ୍ଚଳରେ ଅନେକ ଗାଡିମଟର ରହିଥିବା ବେଳେ ପେଟ୍ରୋଲ ପାଇଁ ଲୋକେ ନାହିଁନଥିବା ଅସୁବିଧା ର ସମ୍ମୁଖୀନ ହେଉଥିଲେ । ଫୁଲବାଣୀ ଠାରୁ ଦାରିଙ୍ଗବାଡି ଓ ଜି ଉଦୟଗିରି ପର୍ଯ୍ୟନ୍ତ ପ୍ରାୟ ଶହେ କିଲୋମିଟର ପର୍ଯ୍ୟନ୍ତ କୌଣସି ପେଟ୍ରୋଲ ପମ୍ପ ନଥିବାରୁ ଗାଡି ପେଟ୍ରଲ ପକେଇବା ପାଇଁ ଫୁଲବାଣୀ ସହର କିମ୍ବା ବିଭିନ୍ନ ଦୋକାନମାନଙ୍କରେ ଚଢ଼ା ଦରରେ ଗ୍ରାହକ ମାନେ ପେଟ୍ରୋଲ ପକେଇବା ପାଇଁ ବାଧ୍ୟ ହେଉଥିଲେ । ତେବେ ବର୍ଷବର୍ଷ ଧରି ଏହି ଫିରିଙ୍ଗିଆ ଅଞ୍ଚଳରେ ଏକ ପେଟ୍ରୋଲ ପମ୍ପ ର୍ନିମାଣ ପାଇଁ ଦାବି ହୋଇଆସୁଥିଲା ।

ତେବେ କଥା ଦେଇ କଥା ରଖିଛନ୍ତି ରାଜ୍ୟ ସରକାର । ଶେଷରେ ଅଞ୍ଚଳ ବାସୀଙ୍କ ଦାବି ଏବେ ପୂରଣ ହୋଇଛି । କନ୍ଧମାଳ ଜିଲା ଫିରିଙ୍ଗିଆ ଠାରେ ହିନ୍ଦୁସ୍ତାନ ପେଟ୍ରୋଲିୟମର ଏକ ପେଟ୍ରୋଲ ପମ୍ପ ଉଦଘାଟିତ ହୋଇଯାଇଛି । ପେଟ୍ରୋଲ ପମ୍ପର ମଳିକ ତଥା ଫିରିଙ୍ଗିଆ ଅଞ୍ଚଳର ଜଣାଶୁଣା ସମାଜ ଶେବି ରତଙ୍ଗ ଗାଁର ପ୍ରଶାନ୍ତ କୁମାର ନାଏକଙ୍କ ନିମନ୍ତ୍ରଣ ରକ୍ଷାକରି ଏହି ପେଟ୍ରୋଲ ପମ୍ପର ଉଦଘାଟନି ଉତ୍ସବରେ ଫିରିଙ୍ଗିଆ ଅତିରିକ୍ତ ତହସିଲଦାର ପୃଥୱୀରାଜ ମହାନନ୍ଦିଆ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଅନୁଷ୍ଠାନିକ ଭାବରେ ଉଦ୍‌ଘାଟନ କରିଥିବା ବେଳେ ଅନ୍ୟମାନଙ୍କ ମଧ୍ୟ୍ୟରେ ଫିରିଙ୍ଗିଆର ପୂର୍ବତନ ସରପଞ୍ଚ ବିଶ୍ୱରଞ୍ଜନ କହଁର, ବ୍ଲକ ବିଜେଡି ସଭାପତି ରଜନୀକାନ୍ତ ମଳିକ, ରତଙ୍ଗ ସରପଞ୍ଚ ପାର୍ବତୀ ମଳିକ, ବରିଷ୍ଠ ଶିକ୍ଷାବିତ ତ୍ରିନାଥ କହଁର, ସମାଜ ଶେବି ସଞ୍ଜୟ କୁମାର ଦିଗାଲ, ଜିଲ୍ଲାପରିଷଦ ସଭ୍ୟ ନୀଳଗିରି ଦିଗାଲ,ବରିଷ୍ଠ ସାମ୍ବାଦିକ ମହାଦେବ ସାହୁ,ଶାନ୍ତି ସଦଭାବନା ସମିତି ସଭାପତି ପାଉଲ ଦିଗାଲ, ଯୁବ ସମାଜ ଶେବି ପ୍ରଦୀପ କୁମାର ସାହୁଙ୍କ ସହ ଅଞ୍ଚଳର ଅନେକ ଗଣ୍ୟମାନ୍ୟ ବ୍ୟକ୍ତି ବିଶେଷ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ । ଅନ୍ୟପଟେ ପେଟ୍ରୋଲ ପମ୍ପ ଖୋଲିବା ଦ୍ୱାରା ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସିର ଲହରି ଖେଳି ଯାଇଥିବା ବେଳେ ରାଜ୍ୟସରକାରଙ୍କ ସହ ପମ୍ପ ମାଲିକ ପ୍ରଶାନ୍ତ ନାଏକଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri