ବତିଘର ଅଞ୍ଚଳ ଉଚ୍ଛେଦ ଜଙ୍ଗଲ ଜମିରେ ଚିଙ୍ଗୁଡ଼ିଘେରି

ମହାକାଳପଡା,୨୬।୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ବତିଘର ଫରେଷ୍ଟ ସେକ୍‌ଶନ ଅଧୀନ ଯୋଗୀଧନକୁଦ ଓ ହଷିଣାକନ୍ଧା ଜଙ୍ଗଲ ଜମି ଅଞ୍ଚଳରେ କିଛିମାସ ପୂର୍ବରୁ ବନ ବିଭାଗ, ରାଜସ୍ବ ଓ ପୋଲିସ ପକ୍ଷରୁ ଉଚ୍ଛେଦ ଅଭିଯାନ ଜୋରଦାର କରାଯାଇଥିଲା। ପରେ ଏହି ଜଙ୍ଗଲ ଜମିରେ ବିଭାଗ ପକ୍ଷରୁ ଲୁଣା ଜଙ୍ଗଲ ସୃଷ୍ଟି ପାଇଁ ବିଭିନ୍ନ କିଷମର ଚାରା ରୋପଣ ହୋଇଥିଲା। ଏବେ କେତେଜଣ ଚିଙ୍ଗୁଡି ବ୍ୟବସାୟୀ ଲୁଣା ଜଙ୍ଗଲ ପାର୍ଶ୍ୱରେ ନାଳ ଖୋଳି ସାମୁଦ୍ରିକ ଜୁଆର ପାଣି ପୂରାଇ ବନ୍ଧବାନ୍ଧି ଚିଙ୍ଗୁଡି ଚାଷ କରୁଛନ୍ତି। ବାର୍‌ହା, ବନ୍ୟଜନ୍ତୁ ଶିକାର କରାଯାଉଥିବା ସ୍ଥାନୀୟ ଲୋକ ଅଭିଯୋଗ କରୁଛନ୍ତି। ଏ ସର୍ମ୍ପକରେ ରେଞ୍ଜର ସାହାଜି ଚରଣ ବିଶ୍ୱାଳଙ୍କ ମତାମତ ନେବାରେ ଉଚ୍ଛେଦ ଜଙ୍ଗଲ ଜମିରେ ଚିଙ୍ଗୁଡି ଘେରି ନିର୍ମାଣ ନେଇ କୌଣସି ଖବର ନାହଁି ବୋଲି କହିଛନ୍ତି। ଉଚ୍ଛେଦ ଜଙ୍ଗଲ ଜମିରେ ଚିଙ୍ଗୁଡି ଘେରି ନିର୍ମାଣ ପ୍ରସଙ୍ଗରେ ରାଜନଗର ଡିଏଫ୍‌ଓ ବିକାଶ ରଞ୍ଜନ ଦାଶଙ୍କୁ ପଚାରିବାରେ ଏହି ଅଞ୍ଚଳରେ ଚିଙ୍ଗୁଡି ଘେରି ନିର୍ମାଣକୁ ନେଇ ତଦନ୍ତ କରାଯାଇ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri