କାର୍ଯ୍ୟକ୍ଷମ ହେଲା ଦେଓ ପ୍ରକଳ୍ପ

ବାରିପଦା ଅଫିସ/ଠାକୁରମୁଣ୍ଡା, ୨୬।୬ (ଡି.ଏନ.ଏ.)-ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ ହାତୀବାରିଠାରେ ନିର୍ମାଣାଧୀନ ବହୁ ପ୍ରତିକ୍ଷୀତ ଦେଓ ମଧ୍ୟମ ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇଛି। ଶୁକ୍ରବାର ପରୀକ୍ଷାମୂଳକ ଭାବେ ପ୍ରକଳ୍ପରୁ କେନାଲରେ ପାଣି ଛଡ଼ାଯାଇଛି। କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ, କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମ, ଜିଲାପାଳ ବିନୀତ ଭରଦ୍ୱାଜ, ଏସ୍‌ପି ସ୍ମିଥ୍‌ ପି.ପରମାର, କରଞ୍ଜିଆ ଉପଜିଲାପାଳ ଡ. ରଜନୀକାନ୍ତ ବିଶ୍ୱାଳ, ଦେଓ ପ୍ରକଳ୍ପର ମୁଖ୍ୟ ବାଦଲ କୁମାର ସାହୁ, ନିର୍ବାହୀ ଯନ୍ତ୍ରୀ ଅନୀଲ କୁମାର ପାଣିଗ୍ରାହୀ ପ୍ରମୁଖ ଏହାର ଉଦ୍‌ଘାଟନ କରିଛନ୍ତି। ଦୀର୍ଘ ୨୯ ବର୍ଷ ପରେ ମୟୂରଭଞ୍ଜ ଓ କେନ୍ଦୁଝରବାସୀଙ୍କ ସ୍ବପ୍ନ ପୂରଣ ହୋଇଥିବା ବେଳେ ହଜାର ହଜାର ଚାଷୀ ଏଥିରୁ ଉପକୃତ ହୋଇପାରିବେ। ପ୍ରକଳ୍ପର ଦକ୍ଷିଣ କେନାଲରେ ଥିବା ୩୨.୬୯ କି.ମି. ପର୍ଯ୍ୟନ୍ତ ପାଣି ଛଡ଼ାଯାଇଛି। ଖରିଫ ଚାଷ ପାଇଁ ୩୫ ଶହ ହେକ୍ଟର ଚାଷଜମିକୁ ଜଳସେଚନ ହେବାକୁ ଥିବାରୁ ଚାଷୀ ମହଲରେ ଖୁସିର ଲହରୀ ଖେଳିଯାଇଛି।
ସେହିପରି ପ୍ରକଳ୍ପର ଉତ୍ତରରେ ଥିବା ୨୫.୩୦ କି.ମି. କେନାଲ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ମୟୂରଭଞ୍ଜ ଜିଲା ପାଞ୍ଚପିଢ ଉପଖଣ୍ଡର ୬ ହଜାର ୬୭୭ ହେକ୍ଟର ଓ କେନ୍ଦୁଝର ଜିଲାର ୩ ହଜାର ୨୨୩ ହେକ୍ଟର ଜମିରେ ଜଳସେଚନ ହୋଇପାରିବ। ପ୍ରକାଶ ଯେ, ଏହି ପ୍ରକଳ୍ପ ନିମନ୍ତେ ୧୯୯୨ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଦ୍ୱାରା ଶିଳାନ୍ୟାସ କରାଯାଇଥିଲା। ବହୁ ବାଦବିବାଦ ମଧ୍ୟରେ ଉକ୍ତ ପ୍ରକଳ୍ପ ସମ୍ପୂର୍ଣ୍ଣ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?