ଆଜିଠୁ କାଳବୈଶାଖୀ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୮।୪ (ବନ୍ଦନା ସେଠୀ)- ଗତ କିଛିଦିନ ଧରି ଅସହ୍ୟ ଗରମରେ ସିଝୁଥିବା ରାଜ୍ୟବାସୀଙ୍କୁ ମିଳିବ ଆଶ୍ୱସ୍ତି। ଲଗାତାର ଦୁଇ ସପ୍ତାହ ଧରି ଜାରି ରହିଥିବା ଗ୍ରୀଷ୍ମ ପ୍ରକୋପ ପରେ ମଙ୍ଗଳବାରଠାରୁ ରାଜ୍ୟରେ ପାଣିପାଗରେ ବଡ଼ ପରିବର୍ତ୍ତନ ଆସିବା ନେଇ ବିଭାଗ ଆକଳନ କରିଛି। ବଙ୍ଗୋପସାଗରରୁ ଆସୁଥିବା ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରଭାବରେ ଆଗାମୀ ପ୍ରାୟ ୭ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ଲାଗି ରହିବ। ମଙ୍ଗଳବାର ଏପ୍ରିଲ ୨୮ରୁୁ ମେ ୨ ୫ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ବିଶେଷକରି ଏପ୍ରିଲ ୨୯ରେ ଏକ ଟ୍ରଫ୍‌ ଲାଇନ ଯୋଗୁଁ ବର୍ଷାର ପରିମାଣ ଅଧିକ ରହିବ। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୫୦ ରୁ ୬୦ କି.ମି. ପର୍ଯ୍ୟନ୍ତ ବହିବାର ସମ୍ଭାବନା ରହିଛି। ସେହିପରି ଆସନ୍ତା ୨ଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବା ନେଇ ସୂଚନା ଦିଆଯାଇଛି।
ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ଝାରସୁଗୁଡା, ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ନୟାଗଡ଼ ଏବଂ ସୋନପୁର ଜିଲାକୁ ହିଟ୍‌ ଓ୍ବେଭ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହ ଝାରସୁଗୁଡ଼ା, ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ନୟାଗଡ଼, ସୁନ୍ଦରଗଡ଼, ସମ୍ବଲପୁର ଏବଂ ସୋନପୁର ଜିଲାରେ ରାତି ସମୟରେ ଗୁଳୁଗୁଳି ଅନୁଭୂତ ହେବା ସହିତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାକୁ ପ୍ରବଳ ଗରମ ଓ ଗୁଳୁଗୁଳି ପାଇଁ ଓ୍ବାର୍ନିଂ ଦିଆଯାଇଛି।

ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦ ରୁ ୪୦ କି.ମି ରହିବ ବୋଲି ସୂଚନା ଦିଆଯାଇଛି। ସେହିପରି ମିଳିଥିବା ତଥ୍ୟ ଅନୁଯାୟୀ, ଗତ ୨୪ଘଣ୍ଟାରେ ରାଜ୍ୟର ୧୫ଟି ସହରର ତାପମାତ୍ରା ୪୦ ଡିଗ୍ରୀଠାରୁ ଅଧିକ ରହିଥିଲା। ଝାରସୁଗୁଡାରେ ସର୍ବାଧିକ ୪୪.୭ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ବରଗଡ଼ରେ ୪୩.୯ ଡିଗ୍ରୀ, ବୌଦ୍ଧରେ ୪୩.୫ ଡିଗ୍ରୀ, ବଲାଙ୍ଗୀରରେ ୪୩.୩ ଡିଗ୍ରୀ, ସମ୍ବଲପୁର, ନୂଆପଡ଼ାରେ ୪୩.୨ ଡିଗ୍ରୀ, ରାଉରକେଲା, ଟିଟିଲାଗଡ଼, ହୀରାକୁଦ ଏବଂ ସୁନ୍ଦରଗଡ଼ରେ ୪୩ ଡିଗ୍ରୀ, ସୋନପୁରରେ ୪୨.୮ ଡିଗ୍ରୀ, ତାଳଚେରରେ ୪୨.୬ ଡିଗ୍ରୀ, ଅନୁଗୁଳରେ ୪୨.୩ ଡିଗ୍ରୀ, ଭବାନୀପାଟଣାରେ ୪୨.୨ ଡିଗ୍ରୀ ଏବଂ ନୟାଗଡ଼ରେ ୪୧.୨ ଡିଗ୍ରୀ ରେକର୍ଡ ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?