ରାସ୍ତା ନିର୍ମାଣ କରି ରକ୍ଷଣାବେକ୍ଷଣ ଭୁଲିଯାଉଛି ବିଭାଗ

କୁନ୍ଦୁରା,୭।୭ (ଡି.ଏନ.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଲକର ଡଙ୍ଗରପାଉଁଶିଠାରୁ ବେଢାପାଉଁଶି ଏବଂ ଡଙ୍ଗରପାଉଁଶି ଗ୍ରାମ୍ୟ ବ୍ୟାଙ୍କ ଛକଠାରୁ ଜିରାଗୁଡା ପର୍ଯ୍ୟନ୍ତ ନିର୍ମିତ ରାସ୍ତା ଶୋଚନୀୟ ହୋଇପଡିଛି। ଏନେଇ ବାରମ୍ବାର ଅଭିଯୋଗ କଲେ ମଧ୍ୟ ଏହାର ରକ୍ଷଣାବେକ୍ଷଣ କିମ୍ବା ମରାମତି ହେଉନାହିଁ। ଫଳରେ ଏହି ରାସ୍ତାରେ ବିଭିନ୍ନ ସମୟରେ ଛୋଟବଡ ଦୁର୍ଘଟଣା ଘଟୁଛି। ଗ୍ରାମ୍ୟ ଉନ୍ନୟନ ବିଭାଗର ଉକ୍ତ ରାସ୍ତା ମୁଖ୍ୟମନ୍ତ୍ରୀ ସଡକ ଯୋଜନାରେ ହୋଇଥିଲା। ତେବେ ବିଭାଗୀୟ କର୍ତ୍ତୃପକ୍ଷ ଓ ଠିକାଦାରଙ୍କ ସଲାସୁତରା ଯୋଗୁ ୬/୭ କିମି ରାସ୍ତା ଠିକ୍‌ ରୂପେ ନିର୍ମାଣ କରିବାରେ ବିଭାଗ ବିଫଳ ହୋଇଛି। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ରାସ୍ତା ଡଙ୍ଗରପାଉଁଶ,କୁନ୍ଦୁରା ପଞ୍ଚାୟତ ସହ ଭେଜାହାଣ୍ଡି,ବେଢାପାଉଁଶି,ଜିରାଗୁଡାକୁ ସଂଯୋଗ କରୁଛି। ରାସ୍ତା ଉପରେ ଦୁଇଟି ଉଚ୍ଚ ବିଦ୍ୟାଳୟ, ୩ଟି ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସହ ୩ଟି ପଞ୍ଚାୟତର ଗ୍ରାମବାସୀ ନିର୍ଭର କରିଥାନ୍ତି। ଏହି ରାସ୍ତା ସମ୍ପର୍କରେ ଗତ ଦିନରେ ଖବର ପ୍ରକାଶ ପରେ ବିଭାଗ ତତ୍ପରତା ଦେଖାଇ ୫୦୦ ମିଟର ରାସ୍ତା ରକ୍ଷଣାବେକ୍ଷଣ କରି ଚୁପ ହୋଇ ବସିଛି। ଏହି ଖବର ପ୍ରସାରଣ ପରେ ଜଣେ ସାମାଜିକକର୍ମୀ ଏହାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏବଂ ୫-ଟିକୁ ଟୁଇଟ୍‌ କରିବାରୁ ଏହାକୁ ସମ୍ପୂର୍ଣ୍ଣ ରୂପେ ନିର୍ମାଣ କରିବାକୁ ବିଭାଗୀୟ ସଚିବ, ମୁଖ୍ୟ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, କୋରାପୁଟ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଦୀର୍ଘ ଦିନ ପରେ ମଧ୍ୟ ବିଭାଗ ଏ ଦିଗରେ କୌଣସି ସନ୍ତୋଷଜନକ ପଦକ୍ଷେପ ଗ୍ରହଣକରିନାହିଁ। ଗ୍ରାମ୍ୟ ଉନ୍ନୟନ ବିଭାଗ କନିଷ୍ଠଯନ୍ତ୍ରୀ କିଶୋର ସାହୁଙ୍କୁ ପଚାରିବାରୁ ସେ କହିଲେ ଯେ, ଏନେଇ ବିଭାଗକୁ ଚିଠି ଲେଖିଛୁ। ଅନୁଦାନ ଆସିଲେ ରାସ୍ତା ରକ୍ଷଣାବେକ୍ଷଣ କାର୍ଯ୍ୟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ଶହୀଦ ଗ୍ରାମରକ୍ଷୀଙ୍କ ପରିବାରକୁ ଭେଟି ସମ୍ବର୍ଦ୍ଧିତ ଜଣାଇଲେ ଏସଡିପିଓ, ଝିଅର ପାଠପଢାକୁ ନେଇ ଦେଲେ ଏମିତି ପ୍ରତିଶ୍ରୁତି

ପଟ୍ଟାଙ୍ଗି, ୩୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନରେ କାର୍ଯ୍ୟ କରୁଥିବା ସ୍ବର୍ଗତ ଗ୍ରାମରକ୍ଷୀ ଜଗା ଖିଲଙ୍କ ମା , ଝିଅ ଏବଂ ସ୍ତ୍ରୀଙ୍କୁ…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

ଶୁଣୁନି ପ୍ରଶାସନ: ରାଶନ କାର୍ଡ, ଭତ୍ତାରୁ ବଞ୍ଚିତ ମହିଳା

ନନ୍ଦପୁର/ପାଡୁଆ, ୩୦।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାଡୁଆ ପଞ୍ଚାୟତ ସଦର ମହକୁମା ଉପରସାହିର ଲକ୍ଷ୍ମୀ ଖରା(୬୬) ସରକାରଙ୍କ ରାଶନ କାର୍ଡ, ଭତ୍ତା ଆଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri