ବିଭାଗର ଦୃଷ୍ଟି ପଡୁନି, ଯାତାୟାତରେ ଅସୁବିଧା

ଜୁନାଗଡ, ୨୪।୧୨ (ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହର ନିକଟ ହାତୀବ୍ରିଜ୍‌ ୨୬ ନଂ. ଜାତୀୟ ରାଜପଥ-ଆଟିଗାଁକୁ ସଂଯୋଗ କରୁଥିବା ପିଡବ୍ଲ୍ୟୁଡି ରାସ୍ତା ଏବେ ମରଣଯନ୍ତ୍ରା ପାଲଟିଛି। ବିଭାଗ ପକ୍ଷରୁ ମରାମତି କରାଯାଉ ନ ଥିବାରୁ ଏପରି ହୋଇଛି। ଯାହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।
ସୂଚନାରୁ ପ୍ରକାଶ ଯେ, ଏହି ରାସ୍ତା ହାତୀବ୍ରିଜ୍‌ ୨୬ ନଂ. ଜାତୀୟ ରାଜପଥ କଡରୁ ଚିଚୈଗୁଡା, ନୂଆଗୁଡା, ଯମୁନାବାହାଲ(କ), ଯମୁନାବାହାଲ, ଭେଜିପଦର, ବାଗଡୁଙ୍ଗରୀ, ମିଚାଗାଁ ଓ ଆଟିଗାଁକୁ ସଂଯୋଗ କରୁଛି। ଗତ କିଛିମାସ ତଳେ ରାସ୍ତାର ଚିଚୈଗୁଡା ଖଳିଆସର (ନାଳ)ରେ ହାତୀନଦୀ ବଢିପାଣି ପ୍ରବାହିତ ହୋଇଥିଲା। ଫଳରେ ସେଠାରେ କଂକ୍ରିଟ ରାସ୍ତା ଧୋଇ ବଡବଡ ଖାଲ ସୃଷ୍ଟି ହୋଇଥିଲା। ବର୍ତ୍ତମାନ ସୁଦ୍ଧା ମଧ୍ୟ ବିଭାଗ ପକ୍ଷରୁ ଉକ୍ତ ଖାଲଗୁଡିକ ମରାମତି କରାଯାଇନାହିଁ। ଫଳରେ ଉକ୍ତ ଖାଲ ରାସ୍ତାରେ ଯାତାୟାତ ବେଳେ ସ୍ଥାନୀୟ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବେଳେ ବେଳେ ରାସ୍ତାର ଖାଲରେ ପଡି ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ବିଶେଷ କରି ଏହି ରାସ୍ତାରେ ରାତିବେଳା ଯାତାୟାତ କରୁଥିବା ଲୋକେ ନିଜକୁ ସୁରକ୍ଷିତ ମଣୁନାହାନ୍ତି। ଫଳରେ ଏହି ରାସ୍ତାରେ ସେମାନେ ନ ଆସି ବୁଲାଣିଆ ରାସ୍ତା ଦେଇ ଗଁାକୁ ଆସିଥାନ୍ତି। ବର୍ତ୍ତମାନ ଧାନ ମଣ୍ଡି ଚାଲୁଥିବାରୁ ଏହି ରାସ୍ତାରେ ଧାନ ବୋଝେଇ ଗାଡ଼ି ଯାତାୟାତ କରିଥାଏ। ରାସ୍ତାର ଦୁରବସ୍ଥା ଯୋଗୁ କିଛିଦିନ ତଳେ ଧାନ ବୋଝେଇ ଟ୍ରକ ଯାଇ ନ ପାରି ଗୋଟିଏ ଦିନ ଫସିରହିଥିଲା। ଲୋକଙ୍କ ଧନ, ଜୀବନ ନଷ୍ଟ ହେବା ଆଗରୁ ବିଭାଗ ଏଥିପ୍ରତି ଦୃଷ୍ଟିଦେଇ ଖାଲ ସ୍ଥାନଗୁଡିକୁ ମରାମତି କରିବାକୁ ସାଧାରଣରେ ଦାବି ହୋଇଛି। ଏ ନେଇ ବିଭାଗୀୟ ସହକାରୀ ଯନ୍ତ୍ରୀ ସୁନାରାମ ମୁର୍ମୁଙ୍କୁ ପଚାରିବାରୁ ଶୀଘ୍ର ମରାମତି କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri