ବିଭାଗ ଅଜାଣତରେ ଚାଲିଛି ରାସ୍ତା କାମ

ନାଉଗାଁ ,୩ା୧(ସ୍ବ.ପ୍ର.): ନାଉଗାଁ ବ୍ଲକ ଅନ୍ତର୍ଗତ ଓଷକଣା ପଞ୍ଚାୟତରେ ଦେବୀ ନଦୀବନ୍ଧ ପାର୍ଶ୍ୱରେ ବସବାସ କରୁଥିବା ଜନବସତି ନିକଟରେ ଏକାଧିକ କଂକ୍ରିଟ ରାସ୍ତା ନିର୍ମାଣ କରାଯାଉଛି। ଉକ୍ତ ରାସ୍ତା କିଏ ନିର୍ମାଣ କରୁଛି ଓ ଏଥିପାଇଁ କେତେ ଅର୍ଥ ବ୍ୟୟ ବରାଦ କରାଯାଇଛି, କିଏ ଚୁକ୍ତି କରିଛି ସେ ବିଷୟରେ କେହି କହିପାରୁନାହାନ୍ତି। ଏହି ସଂଯୋଗୀକରଣ ରାସ୍ତାଗୁଡିକ ଜଳସମ୍ପଦ ବିଭାଗ ଅଧୀନରେ ରହିଛି। ମାତ୍ର ଏଠାରେ ଚାଲିଥିବା କାର୍ଯ୍ୟ ବିଷୟରେ ବିଭାଗ ମଧ୍ୟ ଅବଗତ ନ ଥିବା ଜଣାପଡ଼ିଛି। ଏନେଇ ବିଭାଗର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସ୍ଥାନୀୟ ବାସିନ୍ଦାଙ୍କ କହିବା ମୁତାବକ, କେତେଜଣ ଠିକାଦାର ମନମୁଖିଭାବେ ନିମ୍ନମାନର କାର୍ଯ୍ୟ କରି ବିଭାଗ ପାଖରୁ ଅଧିକ ଟଙ୍କାର ବିଲ୍‌ ହାତେଇ ନେଉଛନ୍ତି। ବିନା ସୂଚନା ଫଳକରେ ଠିକାଦାର ଓ ଯନ୍ତ୍ରୀ କାର୍ଯ୍ୟ କରି ହାତ ଚିକ୍କଣ କରୁଛନ୍ତି ବୋଲି ଲୋକେ ନାମ ଗୋପନ ରଖି ପ୍ରକାଶ କରିଛନ୍ତି। ସେହିପରି ଗତ କିଛି ଦିନ ତଳେ ତଳିଆ ଅଞ୍ଚଳକୁ ନଦୀ ପାଣି ନ ପଶିବା ପାଇଁ ଦେବୀ ନଦୀ ବନ୍ଧ ପାର୍ଶ୍ୱରେ ଘେରି ବନ୍ଧ ନିର୍ମାଣ କରାଯାଇଥିଲା। ତେବେ ବିଭାଗୀୟ ଯନ୍ତ୍ରୀଙ୍କ ସୂଚନା ମୁତାବକ ଏହି ଘେରି ବନ୍ଧ ପାଇଁ କୌଣସି ଟେଣ୍ଡର ହୋଇ ନ ଥିବାବେଳେ ଚିଠା ମାଧ୍ୟମରେ ଠିକାଦାର କାର୍ଯ୍ୟ କରୁଛନ୍ତି। ଏଥିପାଇଁ ବିଭାଗ ତରଫରୁ ୧୦ ଲକ୍ଷ ଟଙ୍କା ବ୍ୟୟ ବରାଦ କରାଯାଇଥିବା ସମ୍ପୃକ୍ତ ଯନ୍ତ୍ରୀ ପ୍ରକାଶ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ ବିଷୟ ହେଲା, ଘେରି ବନ୍ଧ ପାଇଁ ଲକ୍ଷାଧିକ ଟଙ୍କା ବ୍ୟୟ ହୋଇଥିଲେ ମଧ୍ୟ ଅସରାଏ ବର୍ଷା ପରେ କାର୍ଯ୍ୟରେ ଲାଗିବା ପୂର୍ବରୁ ଏଠାରୁ ମାଟି ଧୋଇଯାଇଛି। ଘେରି ବନ୍ଧରେ ମାଟି ଓ ପରେ ମୋରମ ପକାଇବାର ନିୟମ ଥିବାବେଳେ ଠିକାଦାର ପୂର୍ବରୁ ଥିବା ଘେରିବନ୍ଧ ଉପରେ କେବଳ ଅଳ୍ପ କିଛି ମାଟି ପକାଇ ନିର୍ମାଣ ନାମରେ ବିଲ୍‌ କରିଥିବା ସାଧାରଣରେ ଅଭିଯୋଗ ହୋଇଛି । ଏ ବିଷୟରେ ବିଭାଗୀୟ ଯନ୍ତ୍ରୀ ଦେବୀ ମିଶ୍ର କହିଛନ୍ତି, ଏସବୁ କାର୍ଯ୍ୟ ସମ୍ପର୍କରେ ତାଙ୍କ ପାଖରେ କୌଣସି ସୂଚନା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri