‘ଜୱାଦ’ ପାଇଁ ପ୍ରସ୍ତୁତ କୃଷି ବିଭାଗ

ଚମ୍ପୁଆ,୫ା୧୨(ଡି.ଏନ.ଏ.) – ବାତ୍ୟା ‘ଜୱାଦ’ର ମୁକାବିଲାପାଇଁ ଚମ୍ପୁଆ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ଉପଜିଲାପାଳ ପ୍ରତାପ ପ୍ରିତିମୟ ସୂଚନା ଦେଇଛନ୍ତି। ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ରମଶଃ ଘନୀଭୂତ ହୋଇ ବାତ୍ୟାର ରୂପ ନେଇଥିବା ବେଳେ ଏହାର ଦିଗ ପରିବର୍ତ୍ତନର ସମ୍ବାବନା ରହିଛି। ଏହାକୁ ଆଖି ଆଗରେ ରଖି ଏସ୍‌ଆରସି ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ବାତ୍ୟା ପାଇଁ ରବିବାର ସାପ୍ତାହିକ ଛୁଟି ବାତିଲ କରାଯାଇଛି। ବିଶେଷ ଭାବରେ ବର୍ତ୍ତମାନ କୃଷିଜିଲା ଚମ୍ପୁଆରେ ଧାନ ଅମଳ ସମୟ ହୋଇଥିବା ବେଳେ ଚମ୍ପୁଆ କୃଷି ବିଭାଗ ପକ୍ଷରୁ ପଦକ୍ଷେପ ସରୁପ ଗାଁ ଗାଁରେ ସଚେତନତା ରଥ ପରିକ୍ରମା କରି ଡାକବାଜି ଯନ୍ତ୍ର ସାହାଯ୍ୟରେ କଟାଧାନକୁ ସୁରକ୍ଷିତ ସ୍ଥାନକୁ ନେଇଯିବା ସହିତ ରବି ଫସଲର ଜଳ ନିଷ୍କାସନ ବ୍ୟବସ୍ଥାକରିବା ଏବଂ ତୁରନ୍ତ ଧାନ କାଟିନେବାକୁ ସୂଚନା ଦିଆଯାଇଛି। ଏଥି ପାଇଁ କୃଷି ବୈଷୟିକ ପରିଚାଳନା ପକ୍ଷରୁ ନିର୍ଦ୍ଦେଶ ମିଳିଥିବା ବେଳେ କୃଷିଜିଲା ଅଧିକାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସହକାରୀ କୃଷି ଅଧିକାରୀ ମାନେ ରାଜସ୍ବ ନିରୀକ୍ଷକ, ଭିଏଡବ୍ଲ୍ୟୁଙ୍କ ସହ ଗାଁ ଗାଁରେ ବୁଲି ଚାଷୀଙ୍କୁ ସଚେତନ କରିଛନ୍ତି। କୃଷିଜିଲା ଚମ୍ପୁଆରେ ୧୦ ରୁ ୧୨ ପ୍ରତିଶତ ଧାନ କଟାଯାଇନଥିବା ବିଭାଗ ସୂଚନା ଦେଇଥିବା ବେଳେ ଚାଷ ଯେପରି କୌଣସି କ୍ଷତି ନ ଘଟେ ସେଥିପ୍ରତି ବିଭାଗ ନଜର ରଖିଛି ବୋଲି କୃଷିଜିଲା ଅଧିକାରୀ ମନୋରଞ୍ଜନ ମଣ୍ଡଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର୍‌ ହେଉଥିଲେ ମହିଳା, ଦ୍ରୁତଗତିରେ ଆସି ପିଟିଦେଲା ବାଇକ୍‌, ଆଉ ତା’ ପରେ…

କେନ୍ଦୁଝର,୧୧ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ପୁଟୁଳିଆ କ୍ରସିଙ୍ଗ ନିକଟରେ (ଓଡି-୧୧-ଏ-କେ-୧୧୬୩) ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…

ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ):  ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ…

କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସର ଏନକାଉଣ୍ଟ, ପୋଲିସକୁ ଗୁଳିମାଡ଼ ପରେ….

ପିପିଲି,୧୧।୨: ପିପିଲିରେ ପୋଲିସର ଏନକାଉଣ୍ଟର । କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସ ଏନକାଉଣ୍ଟର କରିଥିବା ସୂଚନା ରହିଛି । ଗତ ୧ ତାରିଖରେ ସିଫା ନିକଟରେ…

ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ

ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି ।…

୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ…

ମାଓବାଦୀ ମୁକ୍ତ ହେବ ଗନ୍ଧମାର୍ଦ୍ଦନ: ଚାଲିଛି ରଣକୌଶଳ, ମାର୍ଚ୍ଚ ଶେଷ ଶୁଦ୍ଧା…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରୁ ପ୍ରଥମେ ଜିଲାରେ ମାଓବାଦୀ ସଂଗଠନ କାୟା ବିସ୍ତାର କରିଥିଲା। ଏହାପରେ ମାଓବାଦୀ…

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର…

କନ୍ଧମାଳରୁ ଭୁବନେଶ୍ୱରକୁ ଚାଲାଣ ହେଉଥିଲା ଗଞ୍ଜେଇ, ରାସ୍ତା ମଝିରେ ଧରିଲା ପୋଲିସ

ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସ୍‌ଆଇ ଏଲ୍‌. ବିଶ୍ୱାଳଙ୍କ ନେତୃତ୍ୱରେ ନିଧିଆପଲ୍ଲୀ ଛକରେ ଯାନବାହନ ଯାଞ୍ଚ ଚାଲିଥିଲା। ଏହି ସମୟରେ ପୋଲିସ ଏକ ବିଶ୍ୱସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri