ସ୍କୁଲରେ ପାଠପଢ଼ାକୁ ବନ୍ଦ କଲା ଶିକ୍ଷା ବିଭାଗ

ବରଗଡ଼ ଅଫିସ୍‌,୨୫।୩: କରୋନା ସଂକ୍ରମଣ ଯୋଗୁ ଗତବର୍ଷରୁ ପ୍ରାଥମିକ ସ୍କୁଲଗୁଡ଼ିକ ବନ୍ଦ ରହିଛି । କେବଳ ସେତିକି ନୁହେଁ, ଏଥର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପରୀକ୍ଷା ହେବ ନାହିଁ ଏବଂ ବିନା ପରୀକ୍ଷାରେ ସମ୍ପୃକ୍ତ ଶ୍ରେଣୀର ଛାତ୍ରୀଛାତ୍ର ପରବର୍ତ୍ତୀ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହେବେ ବୋଲି ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗର ପତ୍ରସଂଖ୍ୟା-୬୨୯୦ ତରିଖ,୧୬।୩।୨୧ରେ ଏହା ଉଲ୍ଲେଖ ରହିଛି । ବର୍ତ୍ତମାନ ପୁଣି କରୋନା କାୟା ବିସ୍ତାର କରିଚାଲି ଥିବା ବେଳେ ବରଗଡ଼ ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରୁ ପ୍ରକାଶିତ ଚିଠି(ନଂ-୨୯୮୫, ତା,୪।୩।୨୧)କୁ ଆଧାର କରି ଚଳିତମାସ ପ୍ରଥମ ସପ୍ତାହରୁ ଜିଲାର କେତେକ ସରକାରୀ ପ୍ରାଥମିକ ସ୍କୁଲଗୁଡ଼ିକ ଖୋଲା ରହୁଥିଲା। ଛାତ୍ରୀଛାତ୍ର ସମ୍ପୃକ୍ତ ସ୍କୁଲକୁ ଆସି ବାରଣ୍ଡାରେ ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ପାଠ ପଢୁଥିଲେ । ଏହି ସମ୍ପର୍କରେ ବୁଧବାର ଧରିତ୍ରୀରେ କରୋନା କାଳରେ ଚାଲିଛି ପାଠପଢ଼ା ଶୀର୍ଷକ ଏକ ଖବର ପ୍ରକାଶ ପାଇଥିଲା । ଖବର ପ୍ରକାଶ ପାଇବା ପରେ ଗୁରୁବାର ଜିଲା ଶିକ୍ଷା ଅଧିକାରୀ ମିତ୍ରଭାନୁ କଚ୍ଛପ ସ୍କୁଲରେ ସେଭଳି ପାଠପଢ଼ା ଉପରେ ଅଙ୍କୁଶ ଲଗାଇଛନ୍ତି।
ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରୁ ପ୍ରକାଶିତ ବିଜ୍ଞପ୍ତି(ନଂ-୩୫୬୦,ତା-୨୫।୩।୨୧)ରେ ଉଲ୍ଲେଖ ରହିଛି। ପୁର୍ବରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ ଶିକ୍ଷାଦାନ ଏବଂ ଆବଶ୍ୟକସ୍ଥଳେ ଛାତ୍ରୀଛାତ୍ରଙ୍କ ସନ୍ଦେହ ପାଇଁ ଅଫ୍‌ଲାଇନ ଶିକ୍ଷାଦାନ ପାଇଁ ନିର୍ଦ୍ଦେଶ ରହିଥିଲା । ଅନ୍ୟପକ୍ଷେ କେତେକ ସ୍କୁଲରେ ଛାତ୍ରୀଛାତ୍ରଙ୍କୁ ଡକାଯାଇ ନିୟମିତ ପାଠପଢ଼ା ଯାଉଥିବା ନଜରକୁ ଆସିଥିଲା । ତେବେ ଏଭଳି ସ୍ଥିତିରେ ଛାତ୍ରୀଛାତ୍ର ସ୍କୁଲକୁ ଆସିବାର କିଛି ଆବଶ୍ୟକତା ନାହିଁ ବୋଲି ଜିଲା ଶିକ୍ଷା ଅଧିକାରୀଙ୍କ ଏହି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି। ସେହିପରି କୋଭିଡ୍‌ ଗାଇଡ୍‌ଲାଇନ୍‌ ପାଳନ କରି ନିର୍ଦ୍ଧାରୀତ ସମୟରେ ସ୍କୁଲରେ ଉପସ୍ଥିତ ରହି ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ ଏବଂ ଦରକାର ପଡ଼ିଲେ କେବଳ ସନ୍ଦେହ ପାଇଁ ଅଫଲାଇନରେ ସାହାଯ୍ୟ କରିବାକୁ ଜିଲା ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri