ସ୍କୁଲରେ ପାଠପଢ଼ାକୁ ବନ୍ଦ କଲା ଶିକ୍ଷା ବିଭାଗ

ବରଗଡ଼ ଅଫିସ୍‌,୨୫।୩: କରୋନା ସଂକ୍ରମଣ ଯୋଗୁ ଗତବର୍ଷରୁ ପ୍ରାଥମିକ ସ୍କୁଲଗୁଡ଼ିକ ବନ୍ଦ ରହିଛି । କେବଳ ସେତିକି ନୁହେଁ, ଏଥର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପରୀକ୍ଷା ହେବ ନାହିଁ ଏବଂ ବିନା ପରୀକ୍ଷାରେ ସମ୍ପୃକ୍ତ ଶ୍ରେଣୀର ଛାତ୍ରୀଛାତ୍ର ପରବର୍ତ୍ତୀ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହେବେ ବୋଲି ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗର ପତ୍ରସଂଖ୍ୟା-୬୨୯୦ ତରିଖ,୧୬।୩।୨୧ରେ ଏହା ଉଲ୍ଲେଖ ରହିଛି । ବର୍ତ୍ତମାନ ପୁଣି କରୋନା କାୟା ବିସ୍ତାର କରିଚାଲି ଥିବା ବେଳେ ବରଗଡ଼ ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରୁ ପ୍ରକାଶିତ ଚିଠି(ନଂ-୨୯୮୫, ତା,୪।୩।୨୧)କୁ ଆଧାର କରି ଚଳିତମାସ ପ୍ରଥମ ସପ୍ତାହରୁ ଜିଲାର କେତେକ ସରକାରୀ ପ୍ରାଥମିକ ସ୍କୁଲଗୁଡ଼ିକ ଖୋଲା ରହୁଥିଲା। ଛାତ୍ରୀଛାତ୍ର ସମ୍ପୃକ୍ତ ସ୍କୁଲକୁ ଆସି ବାରଣ୍ଡାରେ ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ପାଠ ପଢୁଥିଲେ । ଏହି ସମ୍ପର୍କରେ ବୁଧବାର ଧରିତ୍ରୀରେ କରୋନା କାଳରେ ଚାଲିଛି ପାଠପଢ଼ା ଶୀର୍ଷକ ଏକ ଖବର ପ୍ରକାଶ ପାଇଥିଲା । ଖବର ପ୍ରକାଶ ପାଇବା ପରେ ଗୁରୁବାର ଜିଲା ଶିକ୍ଷା ଅଧିକାରୀ ମିତ୍ରଭାନୁ କଚ୍ଛପ ସ୍କୁଲରେ ସେଭଳି ପାଠପଢ଼ା ଉପରେ ଅଙ୍କୁଶ ଲଗାଇଛନ୍ତି।
ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରୁ ପ୍ରକାଶିତ ବିଜ୍ଞପ୍ତି(ନଂ-୩୫୬୦,ତା-୨୫।୩।୨୧)ରେ ଉଲ୍ଲେଖ ରହିଛି। ପୁର୍ବରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ ଶିକ୍ଷାଦାନ ଏବଂ ଆବଶ୍ୟକସ୍ଥଳେ ଛାତ୍ରୀଛାତ୍ରଙ୍କ ସନ୍ଦେହ ପାଇଁ ଅଫ୍‌ଲାଇନ ଶିକ୍ଷାଦାନ ପାଇଁ ନିର୍ଦ୍ଦେଶ ରହିଥିଲା । ଅନ୍ୟପକ୍ଷେ କେତେକ ସ୍କୁଲରେ ଛାତ୍ରୀଛାତ୍ରଙ୍କୁ ଡକାଯାଇ ନିୟମିତ ପାଠପଢ଼ା ଯାଉଥିବା ନଜରକୁ ଆସିଥିଲା । ତେବେ ଏଭଳି ସ୍ଥିତିରେ ଛାତ୍ରୀଛାତ୍ର ସ୍କୁଲକୁ ଆସିବାର କିଛି ଆବଶ୍ୟକତା ନାହିଁ ବୋଲି ଜିଲା ଶିକ୍ଷା ଅଧିକାରୀଙ୍କ ଏହି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି। ସେହିପରି କୋଭିଡ୍‌ ଗାଇଡ୍‌ଲାଇନ୍‌ ପାଳନ କରି ନିର୍ଦ୍ଧାରୀତ ସମୟରେ ସ୍କୁଲରେ ଉପସ୍ଥିତ ରହି ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ ଏବଂ ଦରକାର ପଡ଼ିଲେ କେବଳ ସନ୍ଦେହ ପାଇଁ ଅଫଲାଇନରେ ସାହାଯ୍ୟ କରିବାକୁ ଜିଲା ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?