ଶିକ୍ଷା ବିଭାଗ ସତର୍କ ଅଛି: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ବଢ଼ିବା ପରେ ଓଡ଼ିଶାରେ ଛନକା ପଶିଛି। ରାଜ୍ୟରେ କୋଭିଡ୍‌ ନିୟମ କଡ଼ାକଡି ମାନିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିବାବେଳେ ଏସ୍‌ଆର୍‌ସି ଏନେଇ ସବୁ ଜିଲା ଓ ମହାନଗର ନିଗମକୁ ଚିଠି କରିଛନ୍ତି। ବିଶେଷକରି ଶିକ୍ଷାନୁଷ୍ଠାନ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅଙ୍ଗନୱାଡି ଓ ଶିକ୍ଷାନୁଷ୍ଠାନଗୁଡ଼ିକରେ ବିଶୋଧନ, ଥର୍ମାଲ ସ୍କ୍ରିନିଂ, ହ୍ୟାଣ୍ଡୱାଶ ଓ ସାନିଟାଇଜର ବ୍ୟବହାର ଉପରେ ଗୁରୁତ୍ୱ ଦିଆଯାଇଛି। ସେପଟେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାସ କହିଛନ୍ତି, ଓଡ଼ିଶାରେ ଯଦିଓ ଏବେ କରୋନା ଭୟାବହତା ନାହିଁ ତେବେ ଏହାକୁ ହାଲୁକା ଭାବେ ନେବା ଉଚିତ ନୁହେଁ। ସ୍କୁଲ ବନ୍ଦ କିମ୍ବା ଲକ୍‌ଡାଉନ ସମ୍ପର୍କରେ ବିଶେଷ ପରିସ୍ଥିତି ଆସିଲେ ଚିନ୍ତା କରାଯିବ। ବର୍ତ୍ତମାନ ଏସ୍‌ଓପି ଅନୁଯାୟୀ ସ୍କୁଲ ଚାଲିଛି। ନୋଡାଲ ଅଫିସରମାନେ ତଦାରଖ କରୁଛନ୍ତି। ମୁଁ ମଧ୍ୟ ଜିଲା ଗସ୍ତ ବେଳେ ଯାଇ ସ୍କୁଲରେ ଅନୁଧ୍ୟାନ କରୁଛି। ଆଗକୁ ସ୍ଥିତି ଦେଖି ବିଚାର କରାଯିବ। ଶିକ୍ଷା ବିଭାଗ ଏନେଇ ସତର୍କ ଥିବା ମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ଗତ ଜାନୁୟାରୀ ୮ରୁ ଦଶମ ଓ ଦ୍ୱାଦଶ ଏବଂ ଗତ ୮ତାରିଖରୁ ନବମ ଓ ଏକାଦଶ ଶ୍ରେଣୀ ପିଲାଙ୍କ ପାଠପଢ଼ା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ମିଗ୍‍ଜୋମ୍‍ର ପ୍ରଭାବରେ ଓଡ଼ିଶାରେ ଲାଗି ରହିଛି ବର୍ଷା; ପଟାଙ୍ଗୀଠାରେ ୫୦୦ ମିଲିମିଟର ବର୍ଷା ରେକର୍ଡ

ଭୁବନେଶ୍ୱର,୬।୧୨: କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ସାମୁଦ୍ରିକ ବାତ୍ୟା ‘ମିଗ୍‍ଜୋମ୍‍’ ଗଭୀର ଅବପାତରେ ପରିଣତ ହୋଇଛି । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି...

ବାତ୍ୟା ମିଗ୍‌ଜୋମ୍‌: ପ୍ରବଳ ବର୍ଷା ଯୋଗୁ ମାଆ ଗୃହକୁ ସ୍ଥାନାନ୍ତରିତ ହେଲେ ଗର୍ଭବତୀ ମହିଳା

ଗଜପତି,୬।୧୨(ଗିରିଧାରୀ ପରିଛା): ଗଜପତି ଜିଲାରେ ବାତ୍ୟା ମିଗ୍‌ଜୋମ ଯୋଗୁଁ ବର୍ଷା ଜାରି ରହିଥିବା ବେଳେ କ୍ରମଶଃ ବର୍ଷାର ପରିମାଣ କମିବାରେ ଲାଗିଛି। କିନ୍ତୁ ଜିଲାରେ ବାତ୍ୟାର...

ରାତିଅଧରେ ଘରେ ପଶି ଚଳାଇଲେ ୩ ରାଉଣ୍ଡ ଗୁଳି: ମହିଳା ଗୁରୁତର

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଘରେ ପଶି ମହିଳାଙ୍କୁ ଗୁଳି। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଧୀନ ରାଇପାଳ...

ବାତ୍ୟା ମିଗ୍‌ଜୋମ୍‌ ପ୍ରଭାବ: ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର,୬।୧୨: ବାତ୍ୟା ମିଗ୍‌ଜୋମ୍‌ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବା ସହ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି।  ଆଗାମୀ କିଛି ଘଣ୍ଟା...

ଦୁର୍ଗନ୍ଧକୁ ନେଇ ତେଜୁଛି ଜନଅସନ୍ତୋଷ

ଭୁବନେଶ୍ୱର, ୬।୧୨ (ବନ୍ଦନା ସେଠୀ): ସୈନିକ ସ୍କୁଲ ନିକଟସ୍ଥ ଟିଟିଏସ୍‌ (ଟେମ୍ପରାରି ଟ୍ରାନ୍‌ଜିଟ୍‌ ଷ୍ଟେଶନ) ପାଇଁ ଦିନକୁ ଦିନ ସ୍ଥିତି ବିଗିଡି ଚାଲିଛି। ଦୁର୍ଗନ୍ଧରେ ଅଧା...

ଓଡ଼ିଶାର ୪ ଶିକ୍ଷାଧିକାରୀଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର, ୭।୧୨ (ଅସମାପିକା ସାହୁ):ଭାରତ ସରକାରଙ୍କ ପକ୍ଷରୁ ଜାତୀୟ ଶୈକ୍ଷିକ ଯୋଜନା ଓ ପ୍ରଶାସନ ଅନୁଷ୍ଠାନ (ଏନ୍‌ଆଇଇପିଏ) ଦ୍ୱାରା ନୂଆଦିଲ୍ଲୀର ଡ. ଆମ୍ବେଡକର ଅନ୍ତର୍ଜାତୀୟ କେନ୍ଦ୍ରଠାରେ...

ଆଜି ୮ ଜିଲାକୁ ବର୍ଷା ନେଇ ୟେଲୋ ୱାର୍ନିଂ

ଭୁବନେଶ୍ୱର,୬।୧୨(ଅନୁରାଧା ମହାରଣା):ସାମୁଦ୍ରିକ ବାତ୍ୟା ମିଗ୍‌ଜୋମ୍‌ ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୩୦ରୁ ୨ଟା ୩୦ ମଧ୍ୟରେ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିଛି। ନେଲୋର ଏବଂ ମଛଲିପଟନମ୍‌ ମଧ୍ୟବର୍ତ୍ତୀ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର,୬।୧୨(ସତ୍ୟଜିତ୍‌ ରାଉତ):ରାଜ୍ୟରେ ବହୁ ସରକାରୀ କର୍ମଚାରୀ ଦୁର୍ନୀତିରେ ଲିପ୍ତ ରହି ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରୁଛନ୍ତି। ଭିଜିଲାନ୍ସ ପକ୍ଷରୁ ବହୁ ସମୟରେ ସେମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri