ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ସମାଜର ବିଭିନ୍ନ ବର୍ଗର ପ୍ରତିନିଧିମାନଙ୍କ ମତାମତ ନେଇ ଅର୍ଥ ବିଭାଗ ପକ୍ଷରୁ ବଜେଟର ପୂର୍ବ ପ୍ରସ୍ତୁତି ହୋଇଆସୁଛି ା ବିଗତ ବର୍ଷଗୁଡିକରେ ବଜେଟ୍ ପ୍ରସ୍ତୁତିକୁ ସୂଚନା ଓ ପ୍ରସାରଣ ପ୍ରଯୁକ୍ତିବିଦ୍ୟା ମାଧ୍ୟମରେ ଅଧିକ ଉନ୍ମୁକ୍ତ ଓ ସହଭାଗିତା ଭିତ୍ତିରେ କରାଯାଇଛି। ଏଥିପାଇଁ ଅର୍ଥ ବିଭାଗ ଏକ ସ୍ବତନ୍ତ୍ର ଓ୍ବେବ୍ପୋର୍ଟାଲ୍ ତଥା ଇ-ମେଲ୍, ହ୍ବାଟସାପ ଏବଂ ଏସଏମ୍ଏସ ମାଧ୍ୟମରେ ମତାମତ ସଂଗ୍ରହ କରିଛନ୍ତି ା ବଜେଟ୍ ସଂକ୍ରାନ୍ତୀୟ ସମସ୍ତ ଦସ୍ତାବିଜ ଏହି ପୋର୍ଟାଲ୍ରେ ଉପଲବ୍ଧ ରହିଛି। ବର୍ତ୍ତମାନ ୨୦୨୧-୨୨ ବାର୍ଷିକ ବଜେଟ୍ ପ୍ରସ୍ତୁତି ପାଇଁ ଅର୍ଥ ବିଭାଗ ଜନସାଧାରଣଙ୍କ ଠାରୁ ମତାମତ ସଂଗ୍ରହ କରିବା ନିମନ୍ତେ ଏକ ନିର୍ଦ୍ଦିଷ୍ଟ ଢାଞ୍ଚାରେ ପରାମର୍ଶ ଆହ୍ବାନ କରିଛନ୍ତି। ଏହା ଏବେ ଓ୍ବେବ୍ପୋର୍ଟାଲ୍ http://budget.odisha.gov.inରେ ଉପଲବ୍ଧ ରହିଛି। ଏହି ପରାମର୍ଶଗୁଡ଼ିକ ଇ-ମେଲ୍ ଦ୍ୱାରା odisha.budget@gov.in ଠିକଣାରେ ପଠାଇ ପାରିବେ ା ସେହିପରି ବଜେଟ୍ ସମ୍ବନ୍ଧୀୟ ମତାମତ ହ୍ବାଟସାପ ମାଧ୍ୟମରେ ୯୪୩୮୧୬୧୧୧୧ ମୋବାଇଲ୍ ନମ୍ବରକୁ ଏବଂ ସାମାଜିକ ଗଣମାଧ୍ୟମ ଟ୍ବିଟର୍@fd odisha ଓ ଫେସବୁକ୍@ଫାଇନାନ୍ସଓଡିଶା) ଦ୍ବାରା ମଧ୍ୟ ପଠାଇ ହେବ। ଏହି ସୁବିଧା ୨୨ ଡିସେମ୍ବର ୨୦୨୦ ତାରିଖରୁ ୨୧ ଜାନୁଆରୀ ୨୦୨୧ ପର୍ଯ୍ୟନ୍ତ ଉପଲବ୍ଧ ରହିବ ା
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
ରାଜ୍ୟସଭା କ୍ରସ୍ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ
ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…
ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…
ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର
ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…
ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…
ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…
ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…
ପୁଣି ଦୁର୍ଘଟଣା ଘଟାଇଲା ଆମବସ୍: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ
ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…
ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…
ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…
Archives

