Posted inରାଜ୍ୟ

୨୦୨୧-୨୨ ବଜେଟ ଲାଗି ଲୋକଙ୍କ ମତ ନେବ ଅର୍ଥ ବିଭାଗ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ସମାଜର ବିଭିନ୍ନ ବର୍ଗର ପ୍ରତିନିଧିମାନଙ୍କ ମତାମତ ନେଇ ଅର୍ଥ ବିଭାଗ ପକ୍ଷରୁ ବଜେଟର ପୂର୍ବ ପ୍ରସ୍ତୁତି ହୋଇଆସୁଛି ା ବିଗତ ବର୍ଷଗୁଡିକରେ ବଜେଟ୍‌ ପ୍ରସ୍ତୁତିକୁ ସୂଚନା ଓ ପ୍ରସାରଣ ପ୍ରଯୁକ୍ତିବିଦ୍ୟା ମାଧ୍ୟମରେ ଅଧିକ ଉନ୍ମୁକ୍ତ ଓ ସହଭାଗିତା ଭିତ୍ତିରେ କରାଯାଇଛି। ଏଥିପାଇଁ ଅର୍ଥ ବିଭାଗ ଏକ ସ୍ବତନ୍ତ୍ର ଓ୍ବେବ୍‌ପୋର୍ଟାଲ୍‌ ତଥା ଇ-ମେଲ୍‌, ହ୍ବାଟସାପ ଏବଂ ଏସଏମ୍‌ଏସ ମାଧ୍ୟମରେ ମତାମତ ସଂଗ୍ରହ କରିଛନ୍ତି ା ବଜେଟ୍‌ ସଂକ୍ରାନ୍ତୀୟ ସମସ୍ତ ଦସ୍ତାବିଜ ଏହି ପୋର୍ଟାଲ୍‌ରେ ଉପଲବ୍ଧ ରହିଛି। ବର୍ତ୍ତମାନ ୨୦୨୧-୨୨ ବାର୍ଷିକ ବଜେଟ୍‌ ପ୍ରସ୍ତୁତି ପାଇଁ ଅର୍ଥ ବିଭାଗ ଜନସାଧାରଣଙ୍କ ଠାରୁ ମତାମତ ସଂଗ୍ରହ କରିବା ନିମନ୍ତେ ଏକ ନିର୍ଦ୍ଦିଷ୍ଟ ଢାଞ୍ଚାରେ ପରାମର୍ଶ ଆହ୍ବାନ କରିଛନ୍ତି। ଏହା ଏବେ ଓ୍ବେବ୍‌ପୋର୍ଟାଲ୍‌ http://budget.odisha.gov.inରେ ଉପଲବ୍ଧ ରହିଛି। ଏହି ପରାମର୍ଶଗୁଡ଼ିକ ଇ-ମେଲ୍‌ ଦ୍ୱାରା odisha.budget@gov.in ଠିକଣାରେ ପଠାଇ ପାରିବେ ା ସେହିପରି ବଜେଟ୍‌ ସମ୍ବନ୍ଧୀୟ ମତାମତ ହ୍ବାଟସାପ ମାଧ୍ୟମରେ ୯୪୩୮୧୬୧୧୧୧ ମୋବାଇଲ୍‌ ନମ୍ବରକୁ ଏବଂ ସାମାଜିକ ଗଣମାଧ୍ୟମ ଟ୍ବିଟର୍‌@fd odisha ଓ ଫେସବୁକ୍‌@ଫାଇନାନ୍ସଓଡିଶା) ଦ୍ବାରା ମଧ୍ୟ ପଠାଇ ହେବ। ଏହି ସୁବିଧା ୨୨ ଡିସେମ୍ବର ୨୦୨୦ ତାରିଖରୁ ୨୧ ଜାନୁଆରୀ ୨୦୨୧ ପର୍ଯ୍ୟନ୍ତ ଉପଲବ୍ଧ ରହିବ ା


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri