ଏବେଠୁ ଭୟଭୀତ ନ ହେବାକୁ ସ୍ବାସ୍ଥ୍ୟ ବିଭାଗର ପରାମର୍ଶ

ଭୁବନେଶ୍ୱର, ୩୦।୪(ବ୍ୟୁରୋ): ଦିଲ୍ଲୀରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଆଗକୁ ଓଡ଼ିଶାରେ ବି ସଂକ୍ରମଣ ବଢ଼ିବାର ସମ୍ଭାବନା ରହିଛି ବୋଲି ବିଶେଷଜ୍ଞମାନେ କହୁଛନ୍ତି। କିନ୍ତୁ ଏଥିରେ କେହି ଭୟଭୀତ ନ ହେବା ପାଇଁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ପରାମର୍ଶ ଦେଇଛନ୍ତି। ରାଜ୍ୟରେ କୋଭିଡ୍‌ ସ୍ଥିତି ନେଇ ସେ କହିଛନ୍ତି, ଏବେ ଆମେ ପାଣ୍ଡେମେସିଟିରୁ ଏଣ୍ଡେମେସିଟି ଆଡ଼କୁ ଯାଉଛେ। ଏହା ଭିତରେ ଏମିତି ଗୋଟେ ଗୋଟେ ସ୍ପାଇକ୍‌ ଆସିବ, ସେଥିପାଇଁ ଆତଙ୍କିତ ହେବାର ନାହିଁ। ଏ ଭାଇରସ କୁଆଡ଼େ ଯିବନି, କିନ୍ତୁ ତା’ର ରୋଗ କରିବା କ୍ଷମତା କମିଯିବ। ଯଦି ସଂଖ୍ୟା ବଢ଼ିବ, ତେବେ ଏହାର ମୁକାବିଲା ପାଇଁ ଆମକୁ ବିଶେଷ ଅସୁବିଧା ହେବନି। କାରଣ ଆମର ଅଭିଜ୍ଞତା ଅଛି, ଭିତ୍ତିଭୂମି ଅଛି ଓ ଔଷଧ ମଧ୍ୟ ରହିଛି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ଏବେ କେନ୍ଦ୍ର ସରକାରଙ୍କ ଗାଇଡ୍‌ଲାଇନ ହେଉଛି, ଏଭିଡେନ୍ସ ବେସ୍‌ଡ ଡିସିଶନ ମେକିଙ୍ଗ୍‌। ଅର୍ଥାତ୍‌ ଯେଉଁଠି ବଢ଼ୁଛି, ସେଇଠି ପଦକ୍ଷେପ ନିଅ। ତେଣୁ ସେହି ଆଧାରରେ ପଦକ୍ଷେପ ନିଆଯିବ। ଏବେ ରାଜ୍ୟର ଦୈନିକ ସଂକ୍ରମଣ ୧୫ ତଳେ ରହିଛି। ମାତ୍ର ୫-୬ଟି ଜିଲାରେ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ସେହିଭଳି ସକ୍ରିୟ ସଂଖ୍ୟା ୧୦୦ ତଳେ ରହିଛି। ଡାକ୍ତରଖାନାରେ କୌଣସି ରୋଗୀ ନାହାନ୍ତି। ଯଦି ସଂଖ୍ୟା ବଢ଼ିବ, ତା’ ପାଇଁ ପ୍ରସ୍ତୁତି ଅଛି। ତୁରନ୍ତ ବନ୍ଦୋବସ୍ତ ହୋଇପାରିବ। ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି, ସେମାନେ କଣ୍ଟିନଜେନ୍ସି ପ୍ଲାନ କରି ପ୍ରସ୍ତୁତ ରହିବେ। ଯେଉଁ ଅଞ୍ଚଳରେ ବଢ଼ିବ, ତାକୁ ନିୟନ୍ତ୍ରଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଯଦି ଅଧିକ ବଢ଼ିବ, ରାଜ୍ୟସ୍ତରରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ତେବେ ଲୋକମାନଙ୍କୁ ଅନୁରୋଧ କୋଭିଡ୍‌ ନିୟମ ମାନନ୍ତୁ, ମାସ୍କ ପିନ୍ଧନ୍ତୁ ଏବଂ ସାମାଜିକ ଦୂରତା ରଖନ୍ତୁ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା.ମିଶ୍ର ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri