ଏବେଠୁ ଭୟଭୀତ ନ ହେବାକୁ ସ୍ବାସ୍ଥ୍ୟ ବିଭାଗର ପରାମର୍ଶ

ଭୁବନେଶ୍ୱର, ୩୦।୪(ବ୍ୟୁରୋ): ଦିଲ୍ଲୀରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଆଗକୁ ଓଡ଼ିଶାରେ ବି ସଂକ୍ରମଣ ବଢ଼ିବାର ସମ୍ଭାବନା ରହିଛି ବୋଲି ବିଶେଷଜ୍ଞମାନେ କହୁଛନ୍ତି। କିନ୍ତୁ ଏଥିରେ କେହି ଭୟଭୀତ ନ ହେବା ପାଇଁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ପରାମର୍ଶ ଦେଇଛନ୍ତି। ରାଜ୍ୟରେ କୋଭିଡ୍‌ ସ୍ଥିତି ନେଇ ସେ କହିଛନ୍ତି, ଏବେ ଆମେ ପାଣ୍ଡେମେସିଟିରୁ ଏଣ୍ଡେମେସିଟି ଆଡ଼କୁ ଯାଉଛେ। ଏହା ଭିତରେ ଏମିତି ଗୋଟେ ଗୋଟେ ସ୍ପାଇକ୍‌ ଆସିବ, ସେଥିପାଇଁ ଆତଙ୍କିତ ହେବାର ନାହିଁ। ଏ ଭାଇରସ କୁଆଡ଼େ ଯିବନି, କିନ୍ତୁ ତା’ର ରୋଗ କରିବା କ୍ଷମତା କମିଯିବ। ଯଦି ସଂଖ୍ୟା ବଢ଼ିବ, ତେବେ ଏହାର ମୁକାବିଲା ପାଇଁ ଆମକୁ ବିଶେଷ ଅସୁବିଧା ହେବନି। କାରଣ ଆମର ଅଭିଜ୍ଞତା ଅଛି, ଭିତ୍ତିଭୂମି ଅଛି ଓ ଔଷଧ ମଧ୍ୟ ରହିଛି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ଏବେ କେନ୍ଦ୍ର ସରକାରଙ୍କ ଗାଇଡ୍‌ଲାଇନ ହେଉଛି, ଏଭିଡେନ୍ସ ବେସ୍‌ଡ ଡିସିଶନ ମେକିଙ୍ଗ୍‌। ଅର୍ଥାତ୍‌ ଯେଉଁଠି ବଢ଼ୁଛି, ସେଇଠି ପଦକ୍ଷେପ ନିଅ। ତେଣୁ ସେହି ଆଧାରରେ ପଦକ୍ଷେପ ନିଆଯିବ। ଏବେ ରାଜ୍ୟର ଦୈନିକ ସଂକ୍ରମଣ ୧୫ ତଳେ ରହିଛି। ମାତ୍ର ୫-୬ଟି ଜିଲାରେ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ସେହିଭଳି ସକ୍ରିୟ ସଂଖ୍ୟା ୧୦୦ ତଳେ ରହିଛି। ଡାକ୍ତରଖାନାରେ କୌଣସି ରୋଗୀ ନାହାନ୍ତି। ଯଦି ସଂଖ୍ୟା ବଢ଼ିବ, ତା’ ପାଇଁ ପ୍ରସ୍ତୁତି ଅଛି। ତୁରନ୍ତ ବନ୍ଦୋବସ୍ତ ହୋଇପାରିବ। ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି, ସେମାନେ କଣ୍ଟିନଜେନ୍ସି ପ୍ଲାନ କରି ପ୍ରସ୍ତୁତ ରହିବେ। ଯେଉଁ ଅଞ୍ଚଳରେ ବଢ଼ିବ, ତାକୁ ନିୟନ୍ତ୍ରଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଯଦି ଅଧିକ ବଢ଼ିବ, ରାଜ୍ୟସ୍ତରରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ତେବେ ଲୋକମାନଙ୍କୁ ଅନୁରୋଧ କୋଭିଡ୍‌ ନିୟମ ମାନନ୍ତୁ, ମାସ୍କ ପିନ୍ଧନ୍ତୁ ଏବଂ ସାମାଜିକ ଦୂରତା ରଖନ୍ତୁ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା.ମିଶ୍ର ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri