ଘରୋଇ ଡାକ୍ତରଖାନାର ଚିକିତ୍ସକଙ୍କ ପାଇଁ ସ୍ବାସ୍ଥ୍ୟବିଭାଗ ଜାରି କଲା ଗାଇଡଲାଇନ୍‌

ଭୁବନେଶ୍ୱର,୧୭ା୭(ବ୍ୟୁରୋ)-ରାଜ୍ୟରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀ ଏବଂ ଡାକ୍ତରଙ୍କ ମଧ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବଢୁଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଘରୋଇ ଡାକ୍ତରଖାନାର ଚିକିତ୍ସକ ଏବଂ କର୍ମଚାରୀଙ୍କ ପାଇଁ ସ୍ବତନ୍ତ୍ର ଗାଇଡଲାଇନ୍‌ ଜାରି କରାଯାଇଛି। ଏଣିକି ସମସ୍ତ ନର୍ସିଂହୋମ, କ୍ଲିନିକ ଏବଂ ପଲି କ୍ଲିନିକ୍‌ରେ ସ୍ବତନ୍ତ୍ର ଫିଭର କ୍ଲିନିକ ରଖିବା ବାଧ୍ୟତାମୂଳକ କରାଯାଇଛି। ମାସ୍କ ପିନ୍ଧିବା ସହ ହାତ ଧୋଇବା ଏବଂ ସାନିଟାଇଜ୍‌ ହେବାପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ରହିବ। ଷ୍ଟେଥୋସ୍କୋପ୍‌, ଥର୍ମୋମିଟର, ରକ୍ତଚାପ ଯାଞ୍ଚ ମେଶିନ ପ୍ରତ୍ୟେକ ଥର ବ୍ୟବହାର ହେବାପରେ ଭଲଭାବେ ବିଶୋଧନ କରାଯିବ। ଥଣ୍ଡାଜ୍ୱର ଲକ୍ଷଣ ଥିବା କିମ୍ବା ହଟ୍‌ସ୍ପଟ୍‌ ଅଞ୍ଚଳରୁ ଆସିଥିବା ରୋଗୀଙ୍କୁ ନିକଟସ୍ଥ ସରକାରୀ କିମ୍ବା ବେସରକାରୀ କୋଭିଡ ହସ୍ପିଟାଲ ଓପିଡିକୁ ତୁରନ୍ତ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ସମସ୍ତ ରୋଗୀଙ୍କ ପଞ୍ଜୀକରଣ କରିବାକୁ ଗାଇଡଲାଇନରେ କୁହାଯାଇଛି। ନିୟମ ଉଲ୍ଲଙ୍ଘନ କଲେ ସମ୍ପୃକ୍ତ ଡାକ୍ତର, କ୍ଲିନିକ୍‌ ଏବଂ ଡାକ୍ତରଖାନା ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ବାସ୍ଥ୍ୟ ବିଭାଗ ଚେତାବନୀ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ବଙ୍ଗୋପସାଗରରେ ହଲଚଲ! ଓଡ଼ିଶା ମୁହାଁ ମାଡ଼ି ଆସୁଛି…

ଭୁବନେଶ୍ୱର,୧।୭: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri