ଜିଲାପାଳଙ୍କୁ ଚିଠି ଲେଖିଲା ଗଣଶିକ୍ଷା ବିଭାଗ

ଭୁବନେଶ୍ୱର,୧୪।୫(ବ୍ୟୁରୋ): କୋଭିଡ୍‌ ମହାମାରୀ ଯୋଗୁ ଗତ ୨ବର୍ଷ ଧରି ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିଥିଲା। ଏବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ପାଠପଢା ଆରମ୍ଭ ହୋଇଛି। ତେବେ ୩୦ ପ୍ରତିଶତ ପିଲା ସ୍କୁଲ ଆସୁ ନ ଥିବା ଜଣାପଡ଼ିଛି। ଏହାକୁ ରାଜ୍ୟ ସରକାର ଗୁରୁତର ସହ ନେଇଛନ୍ତି। ପିଲାମାନେ କିପରି ସ୍କୁଲକୁ ଆସିବେ ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ଶୁକ୍ରବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ବିଷ୍ଣୁପଦ ସେଠୀ ଜିଲାପାଳମାନଙ୍କୁ ଚିଠି ଲେଖିଛନ୍ତି।
ବୌଦ୍ଧ, ଗଜପତି, ସମ୍ବଲପୁର, ନୂଆପଡ଼ା ଜିଲାରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଅଧିକାଂଶ ପିଲା ସ୍କୁଲକୁ ଆସୁନାହାନ୍ତି। ସେହିପରି ଗଜପତି, ବଲାଙ୍ଗୀର, ବରଗଡ଼, ସୋନପୁର, ନୂଆପଡ଼ା, କଟକ, ଖୋର୍ଦ୍ଧା, ଗଞ୍ଜାମ, ବୌଦ୍ଧ, ମାଲକାନଗିରି, କେନ୍ଦୁଝର, ସମ୍ବଲପୁର ଆଦି ଜିଲାରେ ତୃତୀୟରୁ ପଞ୍ଚମ ଶ୍ରେଣୀ ପିଲାଙ୍କ ଉପସ୍ଥାନ କମ୍‌ ରହୁଛି। ଏହି ପିଲାମାନେ କୁଆଡ଼େ ଗଲେ ସେ ନେଇ ତଥ୍ୟ ସଂଗ୍ରହ କରିବାକୁ କୁହାଯାଇଛି। ସେମାନଙ୍କୁ ପୁଣି ସ୍କୁଲ ଫେରାଇ ଆଣିବା ପାଇଁ ତଳ ସ୍ତରରେ ସର୍ଭେ କରିବା, ଶିକ୍ଷକମାନେ ପିଲାଙ୍କ ଘରକୁ ଯାଇ କାରଣ ବୁଝିବା, ସ୍କୁଲକୁ ଫେରାଇ ଆଣିବା ନିମନ୍ତେ ପ୍ରୋତ୍ସାହିତ କରିବା, ସ୍କୁଲ ପରିଚାଳନା ସଦସ୍ୟ, ପଞ୍ଚାୟତିରାଜ ସଂଗଠନ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକର ସହଯୋଗ ନେବା ସହିତ ଲର୍ନିଂ ରିକଭରି ପ୍ଲାନ୍‌(ଏଲଆରପି) ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri