ଜିଲାପାଳଙ୍କୁ ଚିଠି ଲେଖିଲା ଗଣଶିକ୍ଷା ବିଭାଗ

ଭୁବନେଶ୍ୱର,୧୪।୫(ବ୍ୟୁରୋ): କୋଭିଡ୍‌ ମହାମାରୀ ଯୋଗୁ ଗତ ୨ବର୍ଷ ଧରି ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିଥିଲା। ଏବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ପାଠପଢା ଆରମ୍ଭ ହୋଇଛି। ତେବେ ୩୦ ପ୍ରତିଶତ ପିଲା ସ୍କୁଲ ଆସୁ ନ ଥିବା ଜଣାପଡ଼ିଛି। ଏହାକୁ ରାଜ୍ୟ ସରକାର ଗୁରୁତର ସହ ନେଇଛନ୍ତି। ପିଲାମାନେ କିପରି ସ୍କୁଲକୁ ଆସିବେ ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ଶୁକ୍ରବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ବିଷ୍ଣୁପଦ ସେଠୀ ଜିଲାପାଳମାନଙ୍କୁ ଚିଠି ଲେଖିଛନ୍ତି।
ବୌଦ୍ଧ, ଗଜପତି, ସମ୍ବଲପୁର, ନୂଆପଡ଼ା ଜିଲାରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଅଧିକାଂଶ ପିଲା ସ୍କୁଲକୁ ଆସୁନାହାନ୍ତି। ସେହିପରି ଗଜପତି, ବଲାଙ୍ଗୀର, ବରଗଡ଼, ସୋନପୁର, ନୂଆପଡ଼ା, କଟକ, ଖୋର୍ଦ୍ଧା, ଗଞ୍ଜାମ, ବୌଦ୍ଧ, ମାଲକାନଗିରି, କେନ୍ଦୁଝର, ସମ୍ବଲପୁର ଆଦି ଜିଲାରେ ତୃତୀୟରୁ ପଞ୍ଚମ ଶ୍ରେଣୀ ପିଲାଙ୍କ ଉପସ୍ଥାନ କମ୍‌ ରହୁଛି। ଏହି ପିଲାମାନେ କୁଆଡ଼େ ଗଲେ ସେ ନେଇ ତଥ୍ୟ ସଂଗ୍ରହ କରିବାକୁ କୁହାଯାଇଛି। ସେମାନଙ୍କୁ ପୁଣି ସ୍କୁଲ ଫେରାଇ ଆଣିବା ପାଇଁ ତଳ ସ୍ତରରେ ସର୍ଭେ କରିବା, ଶିକ୍ଷକମାନେ ପିଲାଙ୍କ ଘରକୁ ଯାଇ କାରଣ ବୁଝିବା, ସ୍କୁଲକୁ ଫେରାଇ ଆଣିବା ନିମନ୍ତେ ପ୍ରୋତ୍ସାହିତ କରିବା, ସ୍କୁଲ ପରିଚାଳନା ସଦସ୍ୟ, ପଞ୍ଚାୟତିରାଜ ସଂଗଠନ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକର ସହଯୋଗ ନେବା ସହିତ ଲର୍ନିଂ ରିକଭରି ପ୍ଲାନ୍‌(ଏଲଆରପି) ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?