ଫରେଷ୍ଟରଙ୍କ ଆତ୍ମହତ୍ୟା ନେଇ ବିଭାଗୀୟ ତଦନ୍ତ ନିର୍ଦ୍ଦେଶ, ସୁଇସାଇଡ୍‌ ନୋଟ୍‌ରେ ଥିଲା…

ଭବାନୀପାଟଣା,୨୩ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଫରେଷ୍ଟରଙ୍କ ଆତ୍ମହତ୍ୟା ଘଟଣାରେ ବନ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଯାଞ୍ଚ୍‌ ଆରମ୍ଭ ହୋଇଛି। ସୁଇସାଇଡ୍‌ ନୋଟ୍‌ରେ ଡିଏଫ୍‌ଓଙ୍କ ନାଁ ଥିବାରୁ ତଦନ୍ତ ନିର୍ଦ୍ଦେଶ ଦେଇଛି ବନ ବିଭାଗ। ସିସିଏଫ୍‌ ରାଙ୍କର ଅଧିକାରୀଙ୍କୁ ବନ ବିଭାଗ ଏହାର ତଦନ୍ତ ଭାର ଦେଇଛି। ଯଥାଶୀଘ୍ର ତଦନ୍ତ ସାରି ରିପୋର୍ଟ ଦାଖଲ କରିବାକୁ ବିଭାଗ ନିର୍ଦ୍ଦେଶ ଦେଇଛି। ଏନେଇ ବନ ବାହିନୀ ମୁଖ୍ୟ ଦେବୀଦତ୍ତ ବିଶ୍ବାଳ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଭବାନୀପାଟଣାସ୍ଥିତ ସରକାରୀ କ୍ୱାର୍ଟର୍ସରୁ ୨୩ ତାରିଖ ବୁଧବାର ସକାଳେ ଜଣେ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା। ମୃତ ଫରେଷ୍ଟରଙ୍କ ନାମ ସଞ୍ଜୟ ନାୟକ (୩୬)ହୋଇଥିବା ବେଳେ ତାଙ୍କ ଘର ରାୟଗଡ଼ାରେ। ମୃତ ଫରେଷ୍ଟର ନାୟକ ଜୁନାଗଡ଼ ବ୍ଲକ ଜାରିଙ୍ଗସ୍ଥିତ ହାଇଟେକ୍‌ ସିଲଭିକଲ୍‌ଚର ନର୍ସରୀରେ କାର୍ଯ୍ୟରତ ଥିଲେ। ଏହାସହ ଭବାନୀପାଟଣା ସିଲଭିକଲ୍‌ଚର ଅଫିସରେ ଭାରପ୍ରାପ୍ତ ରେଞ୍ଜ ଅଧିକାରୀ ଦାୟିତ୍ୱ ମଧ୍ୟ ତୁଲାଉଥିଲେ। ତେବେ ଏଇ କିଛି ଦିନ ତଳେ ତାଙ୍କର ବଦଳି ବଲାଙ୍ଗୀରକୁ ହୋଇଥିଲା। ଖବର ପାଇ ଘଟଣାସ୍ଥଳରେ ଭବାନୀପାଟଣା ଟାଉନ ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ସ୍ଥାନୀୟ ଡାକ୍ତରଖାନାକୁ ପଠାଇଥିଲା।

ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଫରେଷ୍ଟର ସଞ୍ଜୟଙ୍କ ଭାଇ ରବିନାରାୟଣ ନାୟକ ଭାଇଙ୍କ ମୃତ୍ୟୁର କାରଣ ଆତ୍ମହତ୍ୟା ନୁହେଁ ବରଂ ଏହା ଏକ ଯୋଜନାବଦ୍ଧ ହତ୍ୟା ବୋଲି ଅଭିଯୋଗ କରିଛନ୍ତି। ରାୟଗଡ଼ା ଡିଏଫ୍‌ଓ ଦେବେନ୍ଦ୍ର କୁମାର ବେହେରା ଜବରଦସ୍ତି ସରକାରୀ ନିର୍ଯାତନା ଦେଇଛନ୍ତି । ଗତ ୧୦ ମାସ ହେବ ଲଗାତର ଡିଏଫ୍‌ଓ ବେହେରା ନିର୍ଯାତନା ଦେଉଥିବା ଭାଇର ପକେଟରୁ ମିଳିଥିବା ସୁଇସାଇଡ୍‌ ନୋଟ୍‌ରେ ଉଲ୍ଲେଖ ରହିଛି।
ସମାଜରେ ତାଙ୍କର ଭାବମୂର୍ତ୍ତି ଯୋଗୁ ସେ ଏହି ମାମଲା କାହା ସହ ଶେୟାର କରି ନ ଥିଲେ। ଶେଷରେ ସେ ମୃତ୍ୟୁର ରାସ୍ତାକୁ ବାଛି ନେଇଥିଲେ। ସଞ୍ଜୟଙ୍କ ମୃତ୍ୟୁର ନ୍ୟାୟ ମାଗୁଛି ବୋଲି ଭାଇ ରବି ନାରାୟଣ ସାମାଜିକ ଗଣମାଧ୍ୟମରେ ଏକ ଭିଡିଓ ପୋଷ୍ଟ କରି ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri