ଫରେଷ୍ଟରଙ୍କ ଆତ୍ମହତ୍ୟା ନେଇ ବିଭାଗୀୟ ତଦନ୍ତ ନିର୍ଦ୍ଦେଶ, ସୁଇସାଇଡ୍‌ ନୋଟ୍‌ରେ ଥିଲା…

ଭବାନୀପାଟଣା,୨୩ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଫରେଷ୍ଟରଙ୍କ ଆତ୍ମହତ୍ୟା ଘଟଣାରେ ବନ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଯାଞ୍ଚ୍‌ ଆରମ୍ଭ ହୋଇଛି। ସୁଇସାଇଡ୍‌ ନୋଟ୍‌ରେ ଡିଏଫ୍‌ଓଙ୍କ ନାଁ ଥିବାରୁ ତଦନ୍ତ ନିର୍ଦ୍ଦେଶ ଦେଇଛି ବନ ବିଭାଗ। ସିସିଏଫ୍‌ ରାଙ୍କର ଅଧିକାରୀଙ୍କୁ ବନ ବିଭାଗ ଏହାର ତଦନ୍ତ ଭାର ଦେଇଛି। ଯଥାଶୀଘ୍ର ତଦନ୍ତ ସାରି ରିପୋର୍ଟ ଦାଖଲ କରିବାକୁ ବିଭାଗ ନିର୍ଦ୍ଦେଶ ଦେଇଛି। ଏନେଇ ବନ ବାହିନୀ ମୁଖ୍ୟ ଦେବୀଦତ୍ତ ବିଶ୍ବାଳ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଭବାନୀପାଟଣାସ୍ଥିତ ସରକାରୀ କ୍ୱାର୍ଟର୍ସରୁ ୨୩ ତାରିଖ ବୁଧବାର ସକାଳେ ଜଣେ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା। ମୃତ ଫରେଷ୍ଟରଙ୍କ ନାମ ସଞ୍ଜୟ ନାୟକ (୩୬)ହୋଇଥିବା ବେଳେ ତାଙ୍କ ଘର ରାୟଗଡ଼ାରେ। ମୃତ ଫରେଷ୍ଟର ନାୟକ ଜୁନାଗଡ଼ ବ୍ଲକ ଜାରିଙ୍ଗସ୍ଥିତ ହାଇଟେକ୍‌ ସିଲଭିକଲ୍‌ଚର ନର୍ସରୀରେ କାର୍ଯ୍ୟରତ ଥିଲେ। ଏହାସହ ଭବାନୀପାଟଣା ସିଲଭିକଲ୍‌ଚର ଅଫିସରେ ଭାରପ୍ରାପ୍ତ ରେଞ୍ଜ ଅଧିକାରୀ ଦାୟିତ୍ୱ ମଧ୍ୟ ତୁଲାଉଥିଲେ। ତେବେ ଏଇ କିଛି ଦିନ ତଳେ ତାଙ୍କର ବଦଳି ବଲାଙ୍ଗୀରକୁ ହୋଇଥିଲା। ଖବର ପାଇ ଘଟଣାସ୍ଥଳରେ ଭବାନୀପାଟଣା ଟାଉନ ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ସ୍ଥାନୀୟ ଡାକ୍ତରଖାନାକୁ ପଠାଇଥିଲା।

ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଫରେଷ୍ଟର ସଞ୍ଜୟଙ୍କ ଭାଇ ରବିନାରାୟଣ ନାୟକ ଭାଇଙ୍କ ମୃତ୍ୟୁର କାରଣ ଆତ୍ମହତ୍ୟା ନୁହେଁ ବରଂ ଏହା ଏକ ଯୋଜନାବଦ୍ଧ ହତ୍ୟା ବୋଲି ଅଭିଯୋଗ କରିଛନ୍ତି। ରାୟଗଡ଼ା ଡିଏଫ୍‌ଓ ଦେବେନ୍ଦ୍ର କୁମାର ବେହେରା ଜବରଦସ୍ତି ସରକାରୀ ନିର୍ଯାତନା ଦେଇଛନ୍ତି । ଗତ ୧୦ ମାସ ହେବ ଲଗାତର ଡିଏଫ୍‌ଓ ବେହେରା ନିର୍ଯାତନା ଦେଉଥିବା ଭାଇର ପକେଟରୁ ମିଳିଥିବା ସୁଇସାଇଡ୍‌ ନୋଟ୍‌ରେ ଉଲ୍ଲେଖ ରହିଛି।
ସମାଜରେ ତାଙ୍କର ଭାବମୂର୍ତ୍ତି ଯୋଗୁ ସେ ଏହି ମାମଲା କାହା ସହ ଶେୟାର କରି ନ ଥିଲେ। ଶେଷରେ ସେ ମୃତ୍ୟୁର ରାସ୍ତାକୁ ବାଛି ନେଇଥିଲେ। ସଞ୍ଜୟଙ୍କ ମୃତ୍ୟୁର ନ୍ୟାୟ ମାଗୁଛି ବୋଲି ଭାଇ ରବି ନାରାୟଣ ସାମାଜିକ ଗଣମାଧ୍ୟମରେ ଏକ ଭିଡିଓ ପୋଷ୍ଟ କରି ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri