ଖୋର୍ଦ୍ଧାରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା,୨୬ା୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ୭୬ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ବିଜେବି ହାଇସ୍କୁଲ ଖେଳପଡ଼ିଆରେ ଆୟୋଜିତ ହୋଇଯାଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସମ୍ମିଳିତ ପରେଡ୍‌ରେ ଅଭିଭାଦନ ଗ୍ରହଣ କରିଥିଲେ। ଉପସ୍ଥିତ ଜନତାଙ୍କୁ ଉଦ୍‌ବୋଧନ ଦେଇ କହିଲେ ୨୦୪୭ ସୁଦ୍ଧା ବିକଶିତ ଭାରତ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ବପ୍ନ ରହିଛି। ଆୟୁଷ୍ମାନ ଭାରତ ଯୋଜନା ଓଡ଼ିଶାର ଲାଗୁ କରାଯାଇଛି। ସୁଭଦ୍ରାଙ୍କ ଯୋଜନାରେ ରାଜ୍ୟରେ ୧ କୋଟିରୁ ଊଦ୍ଧର୍‌ବ ମହିଳା ସାମିଲ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩ଲକ୍ଷ ୫୪ ହଜାର ୫୦୪ ଜଣ ଅଛନ୍ତି। ମହିଳା ସଶକ୍ତିକରଣ ଦିଗରେ ଲକ୍ଷପତି ଦିଦି ଯୋଜନା ମୋଦିଙ୍କ ଏକ ଯୁଗାନ୍ତକାରୀ ପଦକ୍ଷେପ। ଏଥିରେ ଖୋର୍ଦ୍ଧାରୁ ଏକ ଲକ୍ଷ ମହିଳା ସାମିଲ ହେବେ। ମା’ ବରୁଣେଇ ଓ କରୁଣେଇ ପୀଠର ସୌନ୍ଦର୍ଯ୍ୟକରଣ ସହ ଅନ୍ୟ ପର୍ଯ୍ୟଟନ କ୍ଷେତ୍ରର ବିକାଶ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ଚିଲିକାରେ ୨ଟି ଅତ୍ୟାଧୁନିକ ୪୦ ଶଯ୍ୟା ବିଶିଷ୍ଟ ବୋଟ୍‌ ଶୁଭାରମ୍ଭ କରାଯାଇଛି। ଆସନ୍ତା ୨୮ଓ ୨୯ଦୁଇ ଦିନ ବ୍ୟାପୀ ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କରିବେ। ଏଥିରେ ୫ ଲକ୍ଷ କୋଟି ଟଙ୍କା ପୁଞ୍ଜିନିବେଶ ହେବ। ମୋହନ ମାଝୀଙ୍କ ସରକାର ହେଉଛି ଲୋକଙ୍କ ସରକାର। ଯାହା ପ୍ରତିଶ୍ରୁତି ଦେଇଛୁ, ତାହା ସବୁ କାର୍ଯ୍ୟକାରୀ କରାଯିବ। ନିକଟରେ ସରକାର ଧାନ ସହାୟକ ମଧ୍ୟ ବୃଦ୍ଧି କରି ୮ ଶହ ଟଙ୍କା ଇନ୍‌ପୁଟ ସହାୟତା ପ୍ରଦାନ କରିଛନ୍ତି। ଖୋର୍ଦ୍ଧା ହେଉଛି ରାଜ୍ୟ ରାଜଧାନୀ ଜିଲା। ବୀରତ୍ୱ ଓ ସ୍ବାଭିମାନର ମାଟି। ନୂତନ ପ୍ରବାହ ମାନ ସୃଷ୍ଟି କଳା, ସାହିତ୍ୟ, ସଂସ୍କୃତି କ୍ଷେତ୍ରରେ ସ୍ବତନ୍ତ୍ର ବଜାୟ ରଖିଛି। ଏହି ଅବସରରେ ମୁଖ୍ୟ ଅତିଥି ଖୋର୍ଦ୍ଧା ଜିଲା କାରଗାର ପରିଦର୍ଶନ କରି ଅନ୍ତେବାସୀଙ୍କୁ ଫଳ ବଣ୍ଟନ କରିଥିଲେ। ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ ସହ ସ୍ବାସ୍ଥ୍ୟ ବ୍ୟବସ୍ଥା ପଚାରି ବୁଝିଥିଲେ। ଜିଲା ସ୍ତରୀୟ ପରେଡରେ ୪୯ କଣ୍ଟିଜେଣ୍ଟ ଅଂଶଗ୍ରହଣ କରିଥିଲେ। ବିଭିନ୍ନ ସ୍କୁଲ, କଲେଜ ଛାତ୍ରୀଛାତ୍ର ଚିତ୍ତାକର୍ଷକ ପାଇକ ସମରକଳା, ପିରାମିଡ୍‌, ଦେଶଭକ୍ତି କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଜିଲା ପ୍ରଶାସନ ବିଭିନ୍ନ ବିଭାଗର ୬ଟି ପ୍ରଜ୍ଞାପନ ମେଢ଼ ପରେଡରେ ସାମିଲ ହୋଇଥିଲା। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri