ଖୋର୍ଦ୍ଧାରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା,୨୬ା୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ୭୬ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ବିଜେବି ହାଇସ୍କୁଲ ଖେଳପଡ଼ିଆରେ ଆୟୋଜିତ ହୋଇଯାଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସମ୍ମିଳିତ ପରେଡ୍‌ରେ ଅଭିଭାଦନ ଗ୍ରହଣ କରିଥିଲେ। ଉପସ୍ଥିତ ଜନତାଙ୍କୁ ଉଦ୍‌ବୋଧନ ଦେଇ କହିଲେ ୨୦୪୭ ସୁଦ୍ଧା ବିକଶିତ ଭାରତ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ବପ୍ନ ରହିଛି। ଆୟୁଷ୍ମାନ ଭାରତ ଯୋଜନା ଓଡ଼ିଶାର ଲାଗୁ କରାଯାଇଛି। ସୁଭଦ୍ରାଙ୍କ ଯୋଜନାରେ ରାଜ୍ୟରେ ୧ କୋଟିରୁ ଊଦ୍ଧର୍‌ବ ମହିଳା ସାମିଲ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩ଲକ୍ଷ ୫୪ ହଜାର ୫୦୪ ଜଣ ଅଛନ୍ତି। ମହିଳା ସଶକ୍ତିକରଣ ଦିଗରେ ଲକ୍ଷପତି ଦିଦି ଯୋଜନା ମୋଦିଙ୍କ ଏକ ଯୁଗାନ୍ତକାରୀ ପଦକ୍ଷେପ। ଏଥିରେ ଖୋର୍ଦ୍ଧାରୁ ଏକ ଲକ୍ଷ ମହିଳା ସାମିଲ ହେବେ। ମା’ ବରୁଣେଇ ଓ କରୁଣେଇ ପୀଠର ସୌନ୍ଦର୍ଯ୍ୟକରଣ ସହ ଅନ୍ୟ ପର୍ଯ୍ୟଟନ କ୍ଷେତ୍ରର ବିକାଶ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ଚିଲିକାରେ ୨ଟି ଅତ୍ୟାଧୁନିକ ୪୦ ଶଯ୍ୟା ବିଶିଷ୍ଟ ବୋଟ୍‌ ଶୁଭାରମ୍ଭ କରାଯାଇଛି। ଆସନ୍ତା ୨୮ଓ ୨୯ଦୁଇ ଦିନ ବ୍ୟାପୀ ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କରିବେ। ଏଥିରେ ୫ ଲକ୍ଷ କୋଟି ଟଙ୍କା ପୁଞ୍ଜିନିବେଶ ହେବ। ମୋହନ ମାଝୀଙ୍କ ସରକାର ହେଉଛି ଲୋକଙ୍କ ସରକାର। ଯାହା ପ୍ରତିଶ୍ରୁତି ଦେଇଛୁ, ତାହା ସବୁ କାର୍ଯ୍ୟକାରୀ କରାଯିବ। ନିକଟରେ ସରକାର ଧାନ ସହାୟକ ମଧ୍ୟ ବୃଦ୍ଧି କରି ୮ ଶହ ଟଙ୍କା ଇନ୍‌ପୁଟ ସହାୟତା ପ୍ରଦାନ କରିଛନ୍ତି। ଖୋର୍ଦ୍ଧା ହେଉଛି ରାଜ୍ୟ ରାଜଧାନୀ ଜିଲା। ବୀରତ୍ୱ ଓ ସ୍ବାଭିମାନର ମାଟି। ନୂତନ ପ୍ରବାହ ମାନ ସୃଷ୍ଟି କଳା, ସାହିତ୍ୟ, ସଂସ୍କୃତି କ୍ଷେତ୍ରରେ ସ୍ବତନ୍ତ୍ର ବଜାୟ ରଖିଛି। ଏହି ଅବସରରେ ମୁଖ୍ୟ ଅତିଥି ଖୋର୍ଦ୍ଧା ଜିଲା କାରଗାର ପରିଦର୍ଶନ କରି ଅନ୍ତେବାସୀଙ୍କୁ ଫଳ ବଣ୍ଟନ କରିଥିଲେ। ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ ସହ ସ୍ବାସ୍ଥ୍ୟ ବ୍ୟବସ୍ଥା ପଚାରି ବୁଝିଥିଲେ। ଜିଲା ସ୍ତରୀୟ ପରେଡରେ ୪୯ କଣ୍ଟିଜେଣ୍ଟ ଅଂଶଗ୍ରହଣ କରିଥିଲେ। ବିଭିନ୍ନ ସ୍କୁଲ, କଲେଜ ଛାତ୍ରୀଛାତ୍ର ଚିତ୍ତାକର୍ଷକ ପାଇକ ସମରକଳା, ପିରାମିଡ୍‌, ଦେଶଭକ୍ତି କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଜିଲା ପ୍ରଶାସନ ବିଭିନ୍ନ ବିଭାଗର ୬ଟି ପ୍ରଜ୍ଞାପନ ମେଢ଼ ପରେଡରେ ସାମିଲ ହୋଇଥିଲା। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri