”ଯୌତୁକ ଏକ ସାମାଜିକ ବ୍ୟାଧି”, ଓଡ଼ିଶାକୁ ଏକ ଯୌତୁକ ମୁକ୍ତ ରାଜ୍ୟ କରିବାକୁ ନିର୍ଦ୍ଦେଶ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୭।୧: ଯୌତୁକ ଏକ ପରମ୍ପରା ନୁହେଁ, ସଂସ୍କୃତି ନୁହେଁ କି ବ୍ୟକ୍ତିଗତ ବ୍ୟାପାର ନୁହେଁ – ଏହା ଏକ ସାମାଜିକ ବ୍ୟାଧି । ଯୌତୁକ ନିଷେଧ ଆଇନ ୧୯୬୧ ପ୍ରଣୟନର ୬୦ ବର୍ଷ ପରେ ମଧ୍ୟ ସମାଜରେ ଏବେ ବି ଯୌତୁକ ଦିଆନିଆ ହଉଛି ବୋଲି ଏକଦିବସୀୟ ଯୌତୁକ ନିଷେଧ ଆଇନ ୧୯୬୧ ଉପ ଜିଲାପାଳ ସମ୍ମିଳନୀ କାର୍ଯ୍ୟକ୍ରମରେ ଦୃଢ ମତ ରଖିଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।

ଶୁକ୍ରବାର ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଲୋକସେବା ଭବନର କନଭେନସେନ ସେଣ୍ଟରରେ ଏକଦିବସୀୟ ଯୌତୁକ ନିଷେଧ ଆଇନ ୧୯୬୧ ଉପ-ଜିଲାପାଳ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡ଼ିଶାକୁ ଏକ ଯୌତୁକମୁକ୍ତ ରାଜ୍ୟ ଭାବେ ପରିପ୍ରକାଶ କରିବା ନିମନ୍ତେ ଉପଜିଲାପାଳଙ୍କ ତତ୍ତ୍ଵାବଧାନରେ ତୃଣମୂଳସ୍ତରରେ ଏହି ପ୍ରସଙ୍ଗ ଉପରେ ଚର୍ଚ୍ଚା ଓ ଆଲୋଚନା ହେବାର ଆବଶ୍ୟକତା ରହିଛି ବୋଲି ଉଲ୍ଲେଖ କରିଛନ୍ତି ।

ଆମର ନାଗରିକମାନଙ୍କୁ ସୁରକ୍ଷା ଦେବା ପାଇଁ ଉଦ୍ଦିଷ୍ଟ ଆଇନଗୁଡିକ ପ୍ରଭାବଶାଳୀ ଭାବରେ କାର୍ଯ୍ୟକାରୀ କରିବା ପ୍ରଶାସନିକ ଅଧିକାରୀଙ୍କ ଦାୟିତ୍ଵ । ତେଣୁ ଉପ-ଜିଲାପାଳ ଭାବରେ, ଏହି ଯୌତୁକ ନିଷେଧ ଅଧିନିୟମ, ୧୯୬୧ ଆଇନକୁ କଡାକଡି ଭାବେ କାର୍ଯ୍ୟକରି କରିବା ସହିତ ଏହି ଆଇନର ଦୁରୂପୋଯୋଗକୁ ରୋକିବାରେ ଉପ- ଜିଲାପାଳଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଆମ ଓଡ଼ିଶାରେ ଉପ-ଜିଲାପାଳ ତଥା ସବ-ଡିଭିଜନାଲ ମାଜିଷ୍ଟ୍ରେଟମାନଙ୍କୁ ଯୌତୁକ ନିଷେଧ ଅଧିକାରୀ ଭାବେ ଘୋଷଣା କରାଯାଇଛି ।

ଏହି ଆଇନ ଅନୁଯାୟୀ ଯୌତୁକ ନିଷେଧ ଅଧିକାରୀମାନଙ୍କୁ ଯୌତୁକ ମାମଲାରେ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିବା, ଅନୁସନ୍ଧାନ କରିବା ଏବଂ ପ୍ରମାଣ ସଂଗ୍ରହ କରିବାକୁ କ୍ଷମତା ପ୍ରଦାନ କରାଯାଇଛି। ପ୍ରତ୍ୟେକ ଅଧିନିୟମର ସଫଳତା ସଠିକ ଓ ସମୟୋଚିତ କାର୍ଯ୍ୟକାରିତା ତଥା ବ୍ୟାପକ ଜନସଚେତନତା ଉପରେ ନିର୍ଭର କରେ। ଆଜିର ଡିଜିଟାଲ ଯୁଗରେ ସୋସିଆଲ ମିଡିଆ ମାଧ୍ୟମରେ ଯୌତୁକ ଆଇନ ସମ୍ବନ୍ଧରେ ଜନସଚେତନତା ସୃଷ୍ଟି କରିବା ନିମନ୍ତେ ସେ ଉପ-ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମହିଳାମାନଙ୍କ ସମ୍ମାନ ପାଇଁ ଏହା ଏକ ବଡ ପଦକ୍ଷେପ ହେବ ବୋଲି ସେ ଉଲ୍ଲେଖ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା ଓ ବିଭାଗୀୟ ନିର୍ଦ୍ଦେଶିକା ମୋନିଷା ବାନାର୍ଜୀ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ୩୦ଟି ଜିଲାର ଉପ-ଜିଲାପାଳ ମାନେ ଯୋଗ ଦେବା ସହ ମୁଖ୍ୟ ବକ୍ତା ଭାବେ ଉଚ୍ଚ ନ୍ୟାୟାଳୟ ଆଇନଜୀବୀ ଦୀପକ ନରେନ୍ଦ୍ର ଯୋଗ ଦେଇଥିଲେ ।

ସୂଚନାଯୋଗ୍ୟ କି ରାକ୍ଷସ ରୂପକ ଏହି କ୍ଷତିକାରକ ଅଭ୍ୟାସକୁ ଦୂର କରିବା ଉଦ୍ଦେଶ୍ୟରେ ଯୌତୁକ ନିଷେଧ ଅଧିନିୟମ, ୧୯୬୧ ପ୍ରଣୟନ କରାଯାଇଥିଲା। ଏହି ଆଇନ ଯୌତୁକକୁ ବିବାହ ସହିତ ଜଡିତ କୌଣସି ସମ୍ପତ୍ତି କିମ୍ବା ଅନ୍ୟ ପକ୍ଷ ଦ୍ୱାରା ଦିଆଯାଇଥିବା ମୂଲ୍ୟବାନ ସାମଗ୍ରୀ ଭାବରେ ବ୍ୟାଖ୍ୟା କରେ। ଏଥିରେ ସ୍ପଷ୍ଟ ଭାବରେ ଦର୍ଶାଯାଇଛି ଯେ ଯୌତୁକ ଦାବି କରିବା, ଗ୍ରହଣ କରିବା କିମ୍ବା ଦେବା ଏକ ଦଣ୍ଡନୀୟ ଅପରାଧ, ଏବଂ ଏହା ବିବାହ ପୂର୍ବରୁ, ବିବାହ ସମୟରେ କିମ୍ବା ବିବାହ ପରେ ପ୍ରଯୁଜ୍ୟ। ଯୌତୁକ କାର୍ଯ୍ୟରେ ସାହାଯ୍ୟ କରୁଥିବା କିମ୍ବା ଉସୁକାଉଥିବା ଲୋକଙ୍କୁ ମଧ୍ୟ ଏହି ଅଧିନିୟମ ଦଣ୍ଡିତ କରେ। ଯୌତୁକ ଦାବି କିମ୍ବା ଗ୍ରହଣ କରିବା ପାଇଁ ଦଣ୍ଡ ହେଉଛି ୫ ବର୍ଷ ପର୍ଯ୍ୟନ୍ତ କାରାଦଣ୍ଡ ଏବଂ ₹୧୫,୦୦୦ ପର୍ଯ୍ୟନ୍ତ ଜୋରିମାନା କିମ୍ବା ଦିଆଯାଇଥିବା ଯୌତୁକର ମୂଲ୍ୟ, ଯାହା ଅଧିକ। ଏପରିକି ଯୌତୁକକୁ ପ୍ରୋତ୍ସାହିତ କରୁଥିବା ବିଜ୍ଞାପନ ମଧ୍ୟ ଏହି ଆଇନ ଅନୁଯାୟୀ ବେଆଇନ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri