”ଯୌତୁକ ଏକ ସାମାଜିକ ବ୍ୟାଧି”, ଓଡ଼ିଶାକୁ ଏକ ଯୌତୁକ ମୁକ୍ତ ରାଜ୍ୟ କରିବାକୁ ନିର୍ଦ୍ଦେଶ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୭।୧: ଯୌତୁକ ଏକ ପରମ୍ପରା ନୁହେଁ, ସଂସ୍କୃତି ନୁହେଁ କି ବ୍ୟକ୍ତିଗତ ବ୍ୟାପାର ନୁହେଁ – ଏହା ଏକ ସାମାଜିକ ବ୍ୟାଧି । ଯୌତୁକ ନିଷେଧ ଆଇନ ୧୯୬୧ ପ୍ରଣୟନର ୬୦ ବର୍ଷ ପରେ ମଧ୍ୟ ସମାଜରେ ଏବେ ବି ଯୌତୁକ ଦିଆନିଆ ହଉଛି ବୋଲି ଏକଦିବସୀୟ ଯୌତୁକ ନିଷେଧ ଆଇନ ୧୯୬୧ ଉପ ଜିଲାପାଳ ସମ୍ମିଳନୀ କାର୍ଯ୍ୟକ୍ରମରେ ଦୃଢ ମତ ରଖିଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।

ଶୁକ୍ରବାର ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଲୋକସେବା ଭବନର କନଭେନସେନ ସେଣ୍ଟରରେ ଏକଦିବସୀୟ ଯୌତୁକ ନିଷେଧ ଆଇନ ୧୯୬୧ ଉପ-ଜିଲାପାଳ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡ଼ିଶାକୁ ଏକ ଯୌତୁକମୁକ୍ତ ରାଜ୍ୟ ଭାବେ ପରିପ୍ରକାଶ କରିବା ନିମନ୍ତେ ଉପଜିଲାପାଳଙ୍କ ତତ୍ତ୍ଵାବଧାନରେ ତୃଣମୂଳସ୍ତରରେ ଏହି ପ୍ରସଙ୍ଗ ଉପରେ ଚର୍ଚ୍ଚା ଓ ଆଲୋଚନା ହେବାର ଆବଶ୍ୟକତା ରହିଛି ବୋଲି ଉଲ୍ଲେଖ କରିଛନ୍ତି ।

ଆମର ନାଗରିକମାନଙ୍କୁ ସୁରକ୍ଷା ଦେବା ପାଇଁ ଉଦ୍ଦିଷ୍ଟ ଆଇନଗୁଡିକ ପ୍ରଭାବଶାଳୀ ଭାବରେ କାର୍ଯ୍ୟକାରୀ କରିବା ପ୍ରଶାସନିକ ଅଧିକାରୀଙ୍କ ଦାୟିତ୍ଵ । ତେଣୁ ଉପ-ଜିଲାପାଳ ଭାବରେ, ଏହି ଯୌତୁକ ନିଷେଧ ଅଧିନିୟମ, ୧୯୬୧ ଆଇନକୁ କଡାକଡି ଭାବେ କାର୍ଯ୍ୟକରି କରିବା ସହିତ ଏହି ଆଇନର ଦୁରୂପୋଯୋଗକୁ ରୋକିବାରେ ଉପ- ଜିଲାପାଳଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଆମ ଓଡ଼ିଶାରେ ଉପ-ଜିଲାପାଳ ତଥା ସବ-ଡିଭିଜନାଲ ମାଜିଷ୍ଟ୍ରେଟମାନଙ୍କୁ ଯୌତୁକ ନିଷେଧ ଅଧିକାରୀ ଭାବେ ଘୋଷଣା କରାଯାଇଛି ।

ଏହି ଆଇନ ଅନୁଯାୟୀ ଯୌତୁକ ନିଷେଧ ଅଧିକାରୀମାନଙ୍କୁ ଯୌତୁକ ମାମଲାରେ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିବା, ଅନୁସନ୍ଧାନ କରିବା ଏବଂ ପ୍ରମାଣ ସଂଗ୍ରହ କରିବାକୁ କ୍ଷମତା ପ୍ରଦାନ କରାଯାଇଛି। ପ୍ରତ୍ୟେକ ଅଧିନିୟମର ସଫଳତା ସଠିକ ଓ ସମୟୋଚିତ କାର୍ଯ୍ୟକାରିତା ତଥା ବ୍ୟାପକ ଜନସଚେତନତା ଉପରେ ନିର୍ଭର କରେ। ଆଜିର ଡିଜିଟାଲ ଯୁଗରେ ସୋସିଆଲ ମିଡିଆ ମାଧ୍ୟମରେ ଯୌତୁକ ଆଇନ ସମ୍ବନ୍ଧରେ ଜନସଚେତନତା ସୃଷ୍ଟି କରିବା ନିମନ୍ତେ ସେ ଉପ-ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମହିଳାମାନଙ୍କ ସମ୍ମାନ ପାଇଁ ଏହା ଏକ ବଡ ପଦକ୍ଷେପ ହେବ ବୋଲି ସେ ଉଲ୍ଲେଖ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା ଓ ବିଭାଗୀୟ ନିର୍ଦ୍ଦେଶିକା ମୋନିଷା ବାନାର୍ଜୀ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ୩୦ଟି ଜିଲାର ଉପ-ଜିଲାପାଳ ମାନେ ଯୋଗ ଦେବା ସହ ମୁଖ୍ୟ ବକ୍ତା ଭାବେ ଉଚ୍ଚ ନ୍ୟାୟାଳୟ ଆଇନଜୀବୀ ଦୀପକ ନରେନ୍ଦ୍ର ଯୋଗ ଦେଇଥିଲେ ।

ସୂଚନାଯୋଗ୍ୟ କି ରାକ୍ଷସ ରୂପକ ଏହି କ୍ଷତିକାରକ ଅଭ୍ୟାସକୁ ଦୂର କରିବା ଉଦ୍ଦେଶ୍ୟରେ ଯୌତୁକ ନିଷେଧ ଅଧିନିୟମ, ୧୯୬୧ ପ୍ରଣୟନ କରାଯାଇଥିଲା। ଏହି ଆଇନ ଯୌତୁକକୁ ବିବାହ ସହିତ ଜଡିତ କୌଣସି ସମ୍ପତ୍ତି କିମ୍ବା ଅନ୍ୟ ପକ୍ଷ ଦ୍ୱାରା ଦିଆଯାଇଥିବା ମୂଲ୍ୟବାନ ସାମଗ୍ରୀ ଭାବରେ ବ୍ୟାଖ୍ୟା କରେ। ଏଥିରେ ସ୍ପଷ୍ଟ ଭାବରେ ଦର୍ଶାଯାଇଛି ଯେ ଯୌତୁକ ଦାବି କରିବା, ଗ୍ରହଣ କରିବା କିମ୍ବା ଦେବା ଏକ ଦଣ୍ଡନୀୟ ଅପରାଧ, ଏବଂ ଏହା ବିବାହ ପୂର୍ବରୁ, ବିବାହ ସମୟରେ କିମ୍ବା ବିବାହ ପରେ ପ୍ରଯୁଜ୍ୟ। ଯୌତୁକ କାର୍ଯ୍ୟରେ ସାହାଯ୍ୟ କରୁଥିବା କିମ୍ବା ଉସୁକାଉଥିବା ଲୋକଙ୍କୁ ମଧ୍ୟ ଏହି ଅଧିନିୟମ ଦଣ୍ଡିତ କରେ। ଯୌତୁକ ଦାବି କିମ୍ବା ଗ୍ରହଣ କରିବା ପାଇଁ ଦଣ୍ଡ ହେଉଛି ୫ ବର୍ଷ ପର୍ଯ୍ୟନ୍ତ କାରାଦଣ୍ଡ ଏବଂ ₹୧୫,୦୦୦ ପର୍ଯ୍ୟନ୍ତ ଜୋରିମାନା କିମ୍ବା ଦିଆଯାଇଥିବା ଯୌତୁକର ମୂଲ୍ୟ, ଯାହା ଅଧିକ। ଏପରିକି ଯୌତୁକକୁ ପ୍ରୋତ୍ସାହିତ କରୁଥିବା ବିଜ୍ଞାପନ ମଧ୍ୟ ଏହି ଆଇନ ଅନୁଯାୟୀ ବେଆଇନ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?