ଏଣିକି ପରିମଳ ଦାୟିତ୍ୱ ବୁଝିବେ ଡେପୁଟି କମିଶନର

କଟକ ଅଫିସ, ୨୧ା୧: ଏଣିକି ସହରର ପରିମଳ ଦାୟିତ୍ୱ ବୁଝିବେ କଟକ ମହାନଗର ନିଗମ(ସିଏମ୍‌ସି)ର ଡେପୁଟି କମିଶନର। ସିଏମ୍‌ସି ସ୍ବାସ୍ଥ୍ୟ ଅଧିକାରୀ ଡା. ସତ୍ୟବ୍ରତ ମହାପାତ୍ରଙ୍କୁ ଏହି ଦାୟିତ୍ୱରୁ ହଟାଯାଇ ଡେପୁଟି କମିଶନର (ପରିମଳ) ସଞ୍ଜୀବିତା ରାୟଙ୍କୁ ଦାୟିତ୍ୱ ହସ୍ତାନ୍ତର କରାଯାଇଛି। ଡେପୁଟି କମିଶନରଙ୍କ ଅଧୀନରେ ସମସ୍ତ ପରିମଳ ନିରୀକ୍ଷକ ବା ମଲ୍ଟିପର୍ପସ ହେଲ୍‌ଥ ୱାର୍କର୍ସ (ଏମପିଏଚଏସ)ମାନେ କାର୍ଯ୍ୟ କରିବେ। ପରିମଳ ନିରୀକ୍ଷକମାନେ ସେମାନଙ୍କ କାର୍ଯ୍ୟର ରିପୋର୍ଟ ଡେପୁଟି କମିଶନରଙ୍କୁ ଦେବେ। ଯଦି ଡେପୁଟି କମିଶନର ଉକ୍ତ ରିପୋର୍ଟ ସନ୍ତୋଷଜନକ ବୋଲି ୱାର୍କ ସାର୍ଟିଫିକେଟ୍‌ ଦେବେ ତେବେ ସେମାନଙ୍କୁ ଦରମା ମିଳିବ। ନଚେତ ଦରମା ବନ୍ଦ କରାଯିବ। ଏନେଇ ସିଏମ୍‌ସି କମିଶନର ନିଖିଲ ପୱନ କଲ୍ୟାଣ ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍‌ଓ) ସତ୍ୟବ୍ରତ ଛୋଟରାୟଙ୍କୁ ଚିଠି ଲେଖିବା ସହିତ ଡେପୁଟି କମିଶନରଙ୍କୁ ପରିମଳ ଦାୟିତ୍ୱ ଦିଆଯାଇଥିବା ଶୁକ୍ରବାର ସୂଚନା ମିଳିଛି।
ସହରର ପରିମଳ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ପାଇଁ ସିଏମ୍‌ସି ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛି। କିନ୍ତୁ ସଫେଇ କାର୍ଯ୍ୟର ଉପଯୁକ୍ତ ତଦାରଖ ହେଉ ନ ଥିବାରୁ ସୁଫଳ ମିଳୁନି। ସଫେଇ କାର୍ଯ୍ୟ ତଦାରଖ ପାଇଁ ସିଏମ୍‌ସିରେ ୧୬ ଜଣ ପରିମଳ ନିରୀକ୍ଷକ ଅଛନ୍ତି। ହେଲେ ସେମାନେ କାର୍ଯ୍ୟରେ ଅବହେଳା କରୁଥିବା ଅଭିଯୋଗ ହୋଇଛି। ସେମାନେ ସ୍ବାସ୍ଥ୍ୟ ବିଭାଗ ଅଧୀନରେ ରହୁଥିବାରୁ ସିଏମ୍‌ସି ପକ୍ଷରୁ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇ ପାରୁନାହିଁ। କ୍ରମାଗତ ଭାବେ ଏଭଳି ହେବା ପରେ ଶେଷରେ କମିଶନର ସିଡିଏମଓଙ୍କୁ ଚିଠି ଲେଖି ପରିମଳ ନିରୀକ୍ଷକମାନଙ୍କ ଦରମା ସନ୍ତୋଷଜନକ ୱାର୍କ ସାର୍ଟିଫିକେଟ୍‌ ପ୍ରଦାନ ପରେ ଇସ୍ୟୁ କରିବାକୁ କହିଛନ୍ତି। ଅପରପକ୍ଷରେ ସ୍ବାସ୍ଥ୍ୟ ଅଧିକାରୀ କେବଳ ଜନସ୍ବାସ୍ଥ୍ୟ ଯଥା ମଶା ନିୟନ୍ତ୍ରଣ, ସଂକ୍ରାମକ ରୋଗ ନିୟନ୍ତ୍ରଣ କାର୍ଯ୍ୟ ବୁଝିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri