ପିସି କାରବାରକୁ ନେଇ କଡ଼ା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

ବଲାଙ୍ଗୀର,୧୨ା୭(ବୀରେନ୍ଦ୍ର କୁମାର ଝାଙ୍କର):ଲୋକଙ୍କ ଟିକସରେ ଦରମା ମିଳୁଛି। ପିସି କାରବାର ବନ୍ଦ କର। ଲୋକଙ୍କୁ ନ୍ୟାୟ ପ୍ରଦାନ କର। କୌଣସି ବି ଅଧିକାରୀ ଅଫିସ ଭିତରେ ନ ବସି ତୃଣମୂଳ ସ୍ତରକୁ ଯାଇ ଯୋଜନାର ରୂପରେଖ ଯାଞ୍ଚ କରନ୍ତୁ। ଜିଓ ଟ୍ୟାଗିଂ କରନ୍ତୁ। ଜିଓ ଟ୍ୟାଗିଂ ମାଧ୍ୟମରେ ତାଙ୍କର ଫଟୋ ଗ୍ରୁପ୍‌ରେ ଅପ୍‌ଲୋଡ କରନ୍ତୁ। ଉକ୍ତ ଗ୍ରୁପ୍‌ରେ କେବଳ ଅଧିକାରୀ ନ ରହି ଜନପ୍ରତିନିଧି, ଗଣମାଧ୍ୟମ ପ୍ରତିନିଧିଙ୍କୁ ମଧ୍ୟ ରଖାଯାଉ ବୋଲି ବଲାଙ୍ଗୀରଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ କହିଛନ୍ତି।
ବଲାଙ୍ଗୀର ଡିଏଫଓ ସମ୍ମିଳନୀ କକ୍ଷରେ ଗୁରୁବାର ଆୟୋଜିତ ସମୀକ୍ଷା ବୈଠକରେ ଉପମୁଖ୍ୟମନ୍ତ୍ରୀ ସିଂଦେଓ ସମେତ ଲୋକସଭା ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ, ବଲାଙ୍ଗୀର ବିଧାୟକ କଲିକେଶ ନାରାୟଣ ସିଂଦେଓ, ଜିଲାପାଳ ଗୌରବ ଶିୱାଜୀ ଇସଲୱାର, ଏସ୍‌ପି ଋଷିକେଶ ଖିଲାରିଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ବୈଠକରେ ଉପମୁଖ୍ୟମନ୍ତ୍ରୀ ସିଂଦେଓ କୃଷି, ଶକ୍ତି ବିଭାଗ ସହ ଶିକ୍ଷା, ସ୍ବାସ୍ଥ୍ୟ ଓ ଅନ୍ୟାନ୍ୟ ଲାଇନ୍‌ ବିଭାଗର ସମୀକ୍ଷା କରିଥିଲେ। ସେ ଆହୁରି କହିଥିଲେ ଯେ, ବହୁ ଆଶା ରଖି ଲୋକେ ସରକାର ପରିବର୍ତ୍ତନ କରିଛନ୍ତି। ନୂଆ ସରକାର ଉପରେ ସମସ୍ତଙ୍କ ବିଶ୍ୱାସ ରହିଛି। ଅଧିକାରୀମାନେ ଏହି କଥାକୁ ମନେ ରଖିବା ଆବଶ୍ୟକ। ଏହି ପରିପ୍ରେକ୍ଷୀରେ ବଲାଙ୍ଗୀରର ବିକାଶ ଆମର ପ୍ରାଥମିକତା ବୋଲି ସେ କହିଥିଲେ। ସରକାର ଦଳ ମତ ନିର୍ବିଶେଷରେ କାମ କରିବ। କୃଷି, ଶକ୍ତି, ଯୋଗାଣ, ସ୍ବାସ୍ଥ୍ୟ ବିଭାଗର ଯୋଜନା ଆଦି ଉପରେ ଆଲୋଚନା ହୋଇଥିଲା। ଫସଲ ଅମଳ ପରେ ବଜାର ଉପଲବ୍ଧ କରାଇବା ଗୁରୁତ୍ୱପୂର୍ଣ୍ଣ। ଫଳରେ ବିଭିନ୍ନ ଜାଗାରେ ଆଉଟ୍‌ଲେଟ ଖୋଲିବାକୁ ପ୍ରସ୍ତାବ ଦେଇଥିଲେ। କଟନୀ ଛଟନୀକୁ ସମ୍ପୂର୍ଣ୍ଣ ବନ୍ଦ କରିବା ସହ ସମସ୍ତ ରାଇସ୍‌ ମିଲର ଓଜନ ମାପକ ଯନ୍ତ୍ର ଏବଂ ଷ୍ଟକ ରେଜିଷ୍ଟର ୭ ଦିନ ଭିତରେ ଚେକ୍‌ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ବିଦ୍ୟୁତ ବିଭ୍ରାଟ ପାଇଁ ସମ୍ପୃକ୍ତ ଅଧିକାରୀଙ୍କୁ ତାଗିଦ କରିବା ସହ ବିକଳ୍ପ ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦେଇଥିଲେ। ବଲାଙ୍ଗୀର ସହରସ୍ଥିତ ଲକ୍ଷ୍ମୀ ଜୋର ସଫେଇ ପାଇଁ ୪୮ ଘଣ୍ଟାର ମହଲତ ଦେଇଛନ୍ତି। କାର୍ଯ୍ୟରେ ଅବହେଳାକୁ ଆଦୌ ପ୍ରଶୟ ନ ଦେବାକୁ ସେ ତାଗିଦ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ଡ଼. ବିଜୟାନନ୍ଦ ସେଠୀ, ଅତିରିକ୍ତ ଜିଲାପାଳ (ରାଜସ୍ବ) ପବିତ୍ର ବେହେରା, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରଭାତ କୁମାର ମହାପାତ୍ର, ଡିଏଫଓ ସୁଦର୍ଶନ ବେହେରା, ସିଡିଏମଓ ଡ଼ ପ୍ରଦୀପ କୁମାର ଗୁରୁଙ୍କ ସମେତ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?