ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା, କହିଲେ ଧୈର୍ଯ୍ୟ ରଖନ୍ତୁ, ସମସ୍ତଙ୍କୁ…

ଭୁବନେଶ୍ୱର,୭ା୯: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଯୋଜନା ସମ୍ପର୍କରେ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଆଜି ସୁଭଦ୍ରା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମରେ ସାମିଲ ହୋଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା ପଞ୍ଜୀକରଣ ଚାଲିବ। ଧୈର୍ଯ୍ୟ ରଖନ୍ତୁ, ଖୁବ୍‌ଶୀଘ୍ର ସୁଭଦ୍ରା ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚିବ। ଏହାର କୌଣସି ସୀମା ନାହିଁ, ଶେଷ ହିତାଧିକାରୀ ଯାଏ ପଞ୍ଜୀକରଣ ଚାଲିବ। ଏଥିପାଇଁ ଗହଳି ନ କରି ଅପେକ୍ଷା କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗ୍ୟାରେଣ୍ଟି ଏବଂ ଆମ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନେତୃତ୍ୱରେ ରାଜ୍ୟର ୧ କୋଟିରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ। ଆପଣମାନେ ରାତି ଅନିଦ୍ରା ନ ହୋଇ ଗହଳି ନ କରି ଅପେକ୍ଷା କରନ୍ତୁ। ସୁଭଦ୍ରା ସଚେତନତା ରଥ ଆସନ୍ତା ୧୬ ତାରିଖ ଯାଏ ବୁଲି ସଚେତନତା ସୃଷ୍ଟି କରିବ। ରାଜ୍ୟବାପୀ ଗାଁଠୁ ସହର ପର୍ଯ୍ୟନ୍ତ ଏହି ସଚେତନତା ରଥ ବୁଲିବ। ବର୍ଷକୁ ୨ଟି କିସ୍ତିରେ ୫ ହଜାର ଲେଖାଏ ୧୦ ହଜାର ଟଙ୍କା ମିଳିବ। ଏହା ୫ ବର୍ଷରେ ୫୦ ହଜାର ଟଙ୍କା ପ୍ରତ୍ୟେକ ହିତାଧିକାରୀଙ୍କୁ ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି ଭୁବନେଶ୍ୱରସ୍ଥିତ ଗାନ୍ଧୀମାର୍ଗରେ ‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତି ମହିଳାଙ୍କ ସ୍ବପ୍ନ ପୂରଣ କରିବା ଆମ ସରକାରଙ୍କ ଲକ୍ଷ୍ୟ। ମହିଳାଙ୍କ ଆକାଂକ୍ଷା ପୂରଣ କରିବାରେ ଏହି ଯୋଜନା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri