ଟେଣ୍ଡରରେ ଅନୁକମ୍ପା ନେଇ ପ୍ରତିବାଦ

ନୟାଗଡ଼ ଅଫିସ,୩୧।୧: ପୂର୍ତ୍ତ ବିଭାଗ ପକ୍ଷରୁ କରାଯାଉଥିବା ଟେଣ୍ଡରରେ କିଛି ନିର୍ଦ୍ଦିଷ୍ଟ ଠିକାଦାରଙ୍କୁ ଅନୁକମ୍ପା ପ୍ରଦର୍ଶନ କରାଯାଉଥିବା ପ୍ରତିବାଦରେ ଠିକାଦାରମାନେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଏପରି କି ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଆସି ହୋହାଲ୍ଲା ଓ ପାଟିତୁଣ୍ଡ କରିଥିଲେ। ଠିକାଦାରଙ୍କ ପାଟିତୁଣ୍ଡ କିଛି ସମୟ ଲାଗି ରହିବା ପରେ ଚାପା ଉତ୍ତଜନା ସୃଷ୍ଟି ହୋଇଥିଲା। ଠିକାଦାରଙ୍କୁ ବୁଝାଇବା ଅଥବା ସମସ୍ୟା କ’ଣ ପଚାରିବା ପାଇଁ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇ ନ ଥିଲା। ବରଂ କର୍ମଚାରୀ ଅଫିସରେ ତାଲା ପକାଇ ଖସି ଯାଇଥିଲେ। ସୋମବାର କାର୍ଯ୍ୟ ଦିବସରେ ଅଧୀକ୍ଷଣ ଯନ୍ତ୍ରୀ ଅନୁପସ୍ଥିତ ଥିବାବେଳେ ଠିକାଦାରଙ୍କ ପ୍ରତିବାଦ ସେମାନଙ୍କୁ ପରୋକ୍ଷରେ ଘରକୁ ଚାଲିଯିବାର ସୁଯୋଗ ଦେଇଥିଲା। କିଛି ସମୟ ଅଫିସ ସମ୍ମୁଖରେ ଠିକାଦାର ହୋହାଲ୍ଲା କରି ଚାଲି ଯାଇଥିଲେ। ତେବେ ଅଫିସକୁ ପୂର୍ତ୍ତ ବିଭାଗର କର୍ମଚାରୀ ଫେରି ନ ଥିଲେ। ଅପରପକ୍ଷେ ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ କ’ଣ ହେଉଛି, ଅଫିସ ଖୋଲୁଛି କି ନାହିଁ ଅଧୀକ୍ଷଣ ଯନ୍ତ୍ରୀ ନ ଜାଣିବା ଘଟଣାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ପୁଣି ବିଭିନ୍ନ ସମୟରେ କ୍ଷେତ୍ର ପାରିଦର୍ଶନର ବାହାନାରେ ଅଫିସରମାନେ ଅନୁପସ୍ଥିତ ରହିବା ଅନୁରୂପ ଭାବେ ଅସନ୍ତୋଷ ସୃଷ୍ଟି କରିଛି। ଏ ନେଇ ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସନ୍ତୋଷ ପାତ୍ରଙ୍କୁ ପଚାରିବାରେ ସେମାବାର କ୍ଷେତ୍ର ପରିଦର୍ଶନ ଥିବାରୁ କାର୍ଯ୍ୟାଳୟକୁ ଯାଇ ପାରି ନ ଥିଲି। ଠିକଦାରଙ୍କ ପାଟିତୁଣ୍ଡ ଓ କାର୍ଯ୍ୟାଳୟରେ ତାଲା ପଡିବା ନେଇ କିଛି ଜାଣିନି। ମଙ୍ଗଳବାର କାର୍ଯ୍ୟାଳୟକୁ ଯିବା ପରେ ଘଟଣାର ଅନୁଧ୍ୟାନ କରି ପଦକ୍ଷେପ ନେବ ବୋଲି ସେ କହିଛନ୍ତି। ନୟାଗଡ଼ର ଦାମଦୋର ଓଝା କୁହନ୍ତି, ସୋମବାର ମୋର ଏକ କାର୍ଯ୍ୟ ନେଇ ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଯାଇଥିଲି। କାର୍ଯ୍ୟ ଦିବସରେ କାର୍ଯ୍ୟାଳୟରେ ତାଲା ଝୁଲୁଥିବା ଦେଖିବାକୁ ପାଇଲି। ଏଣୁ ସ୍ଥାନୀୟ ଅଞ୍ଚଳରେ ପଚରାଉଚୁରା କରି ଘରକୁ ଫେରିଲି। ପରେ ଜାଣିବାକୁ ପାଇଲି ଠିକାଦାରଙ୍କ ଆନ୍ଦୋଳନକୁ ଭୟ କରି ଅଫିସରେ ତାଲା ଝୁଲାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri