୪ ର୍ଥ ପର୍ଯ୍ୟାୟ ସୁଭଦ୍ରା ହିତାଧିକାରୀଙ୍କୁ ଅର୍ଥ ପ୍ରେରଣ ଏହି ପରାମର୍ଶ ଦେଲେ ଉନ୍ନୟନ କମିଶନର

ଭୁବନେଶ୍ୱର,୨୬ା୧୨: ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ନିମନ୍ତେ ଉଦ୍ଦିଷ୍ଟ ‘ସୁଭଦ୍ରା’ ଯୋଜନାର କାର୍ଯ୍ୟକାରିତା ସଂପର୍କିତ ୨ୟ ପରିଚାଳନା କମିଟି ବୈଠକ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସୁଭଦ୍ରା ୪ର୍ଥ ପର୍ଯ୍ୟାୟ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଅର୍ଥ ପ୍ରେରଣ ସଂପର୍କରେ ଆଲୋଚନା କରାଯାଇଥିଲା।
ଯୋଜନା ଓ ସଂଯୋଜନ ବିଭାଗ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭାଶର୍ମା, ବିଭାଗର ନିର୍ଦ୍ଦେଶିକା ଶ୍ରୀମତୀ ମନୀଷା ବାନାର୍ଜୀ, ମିଶନଶକ୍ତି ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ, ସାଧାରଣ ପରିଚାଳକ, ଓ କାକ୍ଶ୍ରୀ ପ୍ରଦୀପ ରାଉତଙ୍କ ସମେତ ସଂପୃକ୍ତ ବିଭାଗର ଅନ୍ୟ ପଦଧିକାରୀମାନେ ଉପସ୍ଥିତ ଥିଲେ।
ବୈଠକରେ ଅଧ୍ୟକ୍ଷତା କରି ଉନ୍ନୟନ କମିଶନର ଶ୍ରୀମତୀ ଗର୍ଗ ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଅର୍ଥ ପ୍ରେରଣ ନିମନ୍ତେ ଚିହ୍ନଟ ଏବଂ ଦରଖାସ୍ତ ଯାଞ୍ଚ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯିବାକୁ ଆବଶ୍ୟକ ପରାମର୍ଶ ଏବଂ ନିର୍ଦ୍ଦେଶ ଦେଇଥିଲେ।
ବୈଠକରେ ମହିଳା ଓ ଶିଶୁ ବିକାଶ ବିଭାଗ ନିର୍ଦ୍ଦେଶିକା ‘ସୁଭଦ୍ରା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟରେ କିପରି ଅଧିକରୁ ଅଧିକହିତାଧିକାରୀଙ୍କୁ ଚିହ୍ନଟ କରାଯାଇ ଅର୍ଥ ସେମାନଙ୍କ ଆକାଉଣ୍ଟକୁ ପ୍ରେରଣ କରାଯାଇପାରିବ, ସେଥିପାଇଁକାର୍ଯ୍ୟ ତ୍ୱରାନ୍ୱିତ କରାଯାଇଥିବା ସଂପର୍କରେ ବିଶଦ୍ଭାବେ ଉପସ୍ଥାପନ କରିଥିଲେ। ସୁଭଦ୍ରା ହିତାଧିକାରୀଙ୍କ ରଇ-କେଓ୍ୱାଇସି ଏବଂ ବ୍ୟାଙ୍କ ସମସ୍ୟାର ସମାଧାନ ପାଇଁ ତ୍ଵରିତ ପଦକ୍ଷେପ ନିଆଯାଉଥିବା ସହ ଏଥି  ସଂପର୍କିତ ତଥ୍ୟ ବିଶ୍ଳେଷଣ ପାଇଁ କୃତ୍ରିମ ବୁଦ୍ଧିମତା ବା ଏଆଇର ବ୍ୟବହାର କରାଯିବ।
ସୁଭଦ୍ରାର କାର୍ଯ୍ୟକାରିତା ସଂପର୍କିତ ସମକାଳୀନ ମୂଲ୍ୟାୟନ ପାଇଁ ଖ୍ୟାତି ସମ୍ପନ୍ନ ଅନୁଷ୍ଠାନଗୁଡ଼ିକର ସହଯୋଗ ନିଆଯିବା ସଂପର୍କରେ ଆଲୋଚନା କରାଯାଇଛି । ସେହିପରି ସୁଭଦ୍ରା ହିତାଧିକାରୀ ସହ ସମନ୍ଵୟ ରଖାଯାଇ ସେମାନଙ୍କର ଦକ୍ଷତାବିକାଶ,  ଆତ୍ମନିର୍ଭରଶୀଳତା ଉପାୟ ଏବଂ ସୁଭଦ୍ରା ସଂପର୍କିତ ଅଭିଯୋଗ ପାଇଁ“ ସୁଭଦ୍ରା ଶିବିର ”ଆୟୋଜନ କରାଯିବା ବିଷୟରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri