ଶ୍ରୀମନ୍ଦିର ବିକାଶରେ ବାଧା ହେବନି: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୮।୨(ବ୍ୟୁରୋ): ପୁରୀ ଜଗନ୍ନାଥ ଧାମ ପାଇଁ ଜାତୀୟ ସ୍ମାରକ ପ୍ରାଧିକରଣ(ଏନ୍‌ଏମଏ୍‌)ର ପ୍ରସ୍ତାବିତ ଅଧିନିୟମ ପ୍ରସଙ୍ଗ ନେଇ ରାଜ୍ୟ ରାଜନୀତି ଜୋର ଧରିଛି। ତେବେ ଏହି ପ୍ରସଙ୍ଗରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଲୋଚନା କରିଛନ୍ତି। ପ୍ରସ୍ତାବିତ ଅଧିନିୟମରେ ପୁରୀ ଶ୍ରୀମନ୍ଦିରର ଶହେ ମିଟର ପରିଧି ଭିତରେ ନିର୍ମାଣ କାର୍ଯ୍ୟକୁ ବାରଣ କରାଯାଇଥିବା ଯୋଗୁ ଏନେଇ ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ପଟେଲଙ୍କ ସହ ଧର୍ମେନ୍ଦ୍ର ଆଲୋଚନା କରିଛନ୍ତି। ଜାତୀୟ ସ୍ମାରକ ପ୍ରାଧିକରଣର ପ୍ରସ୍ତାବିତ ଅଧିନିୟମ ଦ୍ୱାରା ଯେପରି ଶ୍ରୀମନ୍ଦିରର ବିକାଶ କାର୍ଯ୍ୟରେ ବାଧା ନ ହେବ ସେନେଇ ଦୃଷ୍ଟି ଦିଆଯିବ ବୋଲି ପ୍ରହଲ୍ଲାଦ ପଟେଲ ପ୍ରତିଶ୍‌ୃତି ଦେଇଥିବା ଧର୍ମେନ୍ଦ୍ର କହିଛନ୍ତି। ଟୁଇଟ୍‌ କରି ପ୍ରଧାନ ଆହୁରି କହିଛନ୍ତି, ଏନେଇ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି। କେନ୍ଦ୍ର ସରକାର ଶ୍ରୀମନ୍ଦିର ଉନ୍ନୟନ କାର୍ଯ୍ୟରେ ବାଧକ ସାଜିବା ଭଳି କାର୍ଯ୍ୟ କରିବେ ନାହିଁ। ଶ୍ରଦ୍ଧାଳୁ ତଥା ସ୍ଥାନୀୟ ଅଞ୍ଚଳର ଭାବାବେଗରେ ଆଘାତ ପହଞ୍ଚାଇବା ଭଳି କୌଣସି ପଦକ୍ଷେପ ନେବେ ନାହିଁ ବୋଲି ମନ୍ତ୍ରୀ ଆଶ୍ୱସନା ଦେଇଛନ୍ତି। ଅନ୍ୟପଟେ ଏନେଇ ବିଧାୟକ ଶଶୀଭୂଷଣ ବେହେରା କହିଛନ୍ତି, ସମଗ୍ର ସାଢେ ୪ କୋଟି ଓଡିଆଙ୍କ ଭାବାବେଗକୁ ଏହି ନିଷ୍ପତ୍ତି ଆଘାତ ଦେଇଛି। ଏଇ ଯେଉଁ ଦଳଗୁଡିକ ଧାର୍ମିକ ଭାବନାର ଡିଣ୍ଡିମ ପିଟୁଛନ୍ତି ସେମାନେ ଏହାଦ୍ୱାରା ଲୋକମାନଙ୍କୁ କେତେଦୂର ଆଘାତ ଦେଇଛନ୍ତି ସେ ବିଷୟରେ ଆଲୋଚନା କରିବାର ଆବଶ୍ୟକତା ଥିବା ବେହେରା କହିଛନ୍ତି। କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ କହିଛନ୍ତି, ଶ୍ରୀମନ୍ଦିର ଚାରି ପାଖ ଭଙ୍ଗା ସରିବା ସହିତ ସଫା ମଧ୍ୟ ହେଇଗଲାଣି। ସେହି ସ୍ଥାନରେ ଟାଇଲ ବସିସାରିବା ସହିତ ମାଡ୍ରାସ, ତାମିଲନାଡୁରୁ ଗଛ ଆସି ଲାଗିଗଲାଣି। ସେଠାରେ ଏବେ ଏଏସ୍‌ଆଇ ଗୋଟେ ଡ୍ରାମା ଆରମ୍ଭ କରିଛନ୍ତି। ସେହିପରି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ କହିଛନ୍ତି, ଜଗନ୍ନାଥଙ୍କ ସୁରକ୍ଷା ସାଙ୍ଗକୁ ରାଜ୍ୟର ସଂସ୍କୃତି ଏବଂ ପରମ୍ପରାର ରକ୍ଷା କରିବା ମଧ୍ୟ ଆମ ଦାୟିତ୍ୱ। ମନ୍ତ୍ରୀଙ୍କ ସହିତ ମଧ୍ୟ ଏ ବିଷୟରେ ଆଲୋଚନା କରି ନିଶ୍ଚିତ ପଦକ୍ଷେପ ନେବୁ ବୋଲି ପ୍ରତାପ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?