ବାହାରିଲା ଆଡ଼ପ ଅବଢ଼ା, ମହାପ୍ରସାଦ ପାଇ ଭକ୍ତ…

ପୁରୀ,୩୦ା୬: ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା। ସୋମବାର ମହାପ୍ରଭୁଙ୍କୁ ଆଡ଼ପ ମଣ୍ଡପରେ ଦର୍ଶନ କରିବା ସହ ମହାପ୍ରସାଦ ପାଇ ଭକ୍ତମାନେ ଆନନ୍ଦରେ ବିଭୋର ହୋଇପଡ଼ିଛନ୍ତି।

ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ କର୍ମବେଦି ଶ୍ରୀମନ୍ଦିର ଛାଡ଼ି ନବଦିନ ଯାତ୍ରାରେ ଆସି ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ପହଞ୍ଚିଛନ୍ତି। ରଥତ୍ରୟ ଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ରହିଛି। ରବିବାର ରଥ ଉପରେ ନୀତିକାନ୍ତି ସରି ଚାରମାଳ ବନ୍ଧାହେବା ପରେ ଗୋଟିପହଣ୍ଡିରେ ଶ୍ରୀବିଗ୍ରହମାନେ ଆଡ଼ପମଣ୍ଡପକୁ ବିଜେ କରିଥିଲେ।

ଆଡ଼ପ ପହଣ୍ଡି ନିମନ୍ତେ ରବିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ନୀତିକାନ୍ତି ଅନୁଷ୍ଠିତ ହୋଇଥିଲା। ପ୍ରତ୍ୟୁଷ ୬ଟା ୧୫ରୁ ୬ଟା ୨୫ ମଙ୍ଗଳ ଆଳତି, ମଇଲମ ୬ଟା ୨୫ରୁ ୬ଟା ୩୫, ତଡ଼ପଲାଗି ୬ଟା ୩୦ରୁ ୬ଟା ୪୫ ମଧ୍ୟରେ ସମ୍ପନ୍ନ ହୋଇଥିଲା। ତିନିରଥରେ ଅବକାଶ ନୀତି ୬ଟା ୫୦ରୁ ୭ଟା ୧୫, ବେଶ ଶେଷ ୭ଟା ୧୦ରୁ ୭ଟା ୪୦, ଗୋପାଳ ବଲ୍ଲଭ ୮ଟା ୩୦ରୁ ୯ଟା ୦୫, ସକାଳଧୂପ ଶେଷ ୯ଟା ୨୦ରୁ ୧୦ଟା ୩୦, ମଇଲମ ୧୦ଟା ୩୦ରୁ ୧୦ଟା ୫୦, ଯାତ୍ରାଙ୍ଗୀ ମହାସ୍ନାନ ଶେଷ ୧୧ଟା ୩୦, ସର୍ବାଙ୍ଗ ୧୧ଟା ୩୫, ବେଶ ୧୧ଟା ୪୦, ତିନି ରଥର ମଧ୍ୟାହ୍ନ ଧୂପ ଶେଷ ୧୨ଟା ୫୦, ସନ୍ଧ୍ୟା ଆଳତି ୧ଟା ୨୫, ସନ୍ଧ୍ୟାଧୂପ ୨ଟା ୪୫, ସିଂହାସନ ମାଜଣା ପରେ ତିନି ରଥର ଘୋଡ଼ାଫିଟା ଓ ଚାରମାଳ ବନ୍ଧା ହୋଇଥିଲା। ମୁଦିରସ୍ତଙ୍କ ଦ୍ୱାରା ତିନି ରଥରେ ପୁଷ୍ପାଞ୍ଜଳି ପ୍ରଦାନ ପରେ ଶ୍ରୀବିଗ୍ରହଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ୭ ପହଣ୍ଡି ନିମନ୍ତେ ବିଜେ କାହାଳୀ ବାଜିଥିଲା। ପ୍ରଥମେ ମଦନମୋହନ, ପରେ ରାମକୃଷ୍ଣ ଓ ଶେଷରେ ଚକ୍ରରାଜ ଶ୍ରୀସୁଦର୍ଶନ ଗୋଟି ପହଣ୍ଡିରେ ଆଡ଼ପ ମଣ୍ଡପକୁ ବିଜେ କରିଥିଲେ। ସେହିପରି ପ୍ରଥମେ ବଡ଼ଠାକୁର ପ୍ରଭୁ ବଳଭଦ୍ର, ପରେ ଦେବୀ ସୁଭଦ୍ରା ଏବଂ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଗୋଟିପହଣ୍ଡିରେ ଆଡ଼ପମଣ୍ଡପକୁ ବିଜେ କରାଯାଇଥିଲା। ପରମ୍ପରା ଅନୁଯାୟୀ, ଠାକୁରମାନେ ପହଣ୍ଡି ପାଇଁ ରଥ ସିଂହାସନ ଛାଡ଼ି ହଂସପଟା ନିକଟକୁ ଆସିବା ପରେ ଟାହିଆ ଲାଗି କରାଯାଇଥିଲା। ପତିମହାପାତ୍ର ସେବକ ଘଷା ଓ ବିଡ଼ିଆ ମଣୋହୀ ସହ ଆଳତି କରିଥିଲେ। ପରେ ପହଣ୍ଡି ହୋଇ ଠାକୁରମାନେ ଗୁଣ୍ଡିଚା ମନ୍ଦିରକୁ ବିଜେ କରିଥିଲେ। ଘଣ୍ଟ, ସଂକୀର୍ତ୍ତନ, ହରିବୋଲ, ହୁଳହୁଳି ଧ୍ୱନିରେ ଶରଧାବାଲି ପ୍ରକମ୍ପିତ ହୋଇଉଠିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?