ଛେରାପହଁରା କରିବାକୁ ଆସିଥିଲେ ଉପଜିଲାପାଳ, ରଥ ଆଗରେ ଶୋଇ ପ୍ରତିବାଦ କଲେ ଭକ୍ତ

ନୟାଗଡ଼,୧୬ା୭(ଲୋକନାଥ ମିଶ୍ର): ରଥଯାତ୍ରାରେ ଛେରାପହଁରା ପରି ସେବାକୁ ଉପଜିଲାପାଳ କର୍ଣଦେବ ସମାଦାର କରିବା ପାଇଁ ଯିବାବେଳେ ବିରୋଧର ସମ୍ମୁଖୀନ ହୋଇଛନ୍ତି। ପ୍ରତିବାଦରେ ରଥ ସମ୍ମୁଖରେ ଭକ୍ତ ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା କରି କୋର୍ଟଙ୍କ ନିଷ୍ପତ୍ତିକୁ ବିରୋଧ କରିଛନ୍ତି। ନୟାଗଡ଼ ରଥ ଉପରେ ଓ ତଳେ କଳାପତାକା ଲଗା ଦେଖାଇ ପ୍ରତିବାଦ କରିଛନ୍ତି ଭକ୍ତ।

ପ୍ରକାଶଯେ, ନିକଟରେ ଉପଜିଲାପାଳ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ନୟାଗଡ଼ ପୁରୁଣା ସହରରେ ବିରାଜିତ ଶ୍ରୀଜିଉଙ୍କର ରଥଯାତ୍ରା ଓ ବାହୁଡ଼ାଯାତ୍ରାରେ ଛେରାପହଁରା କରିବାକୁ ସହକାରୀ ଦେବୋତ୍ତର କମିଶନରଙ୍କ କୋର୍ଟରୁ ଆଦେଶନାମା ପ୍ରକାଶ ପାଇଥିଲା। ମାମଲାର ଚୂଡ଼ାନ୍ତ ବିଚାର ନ ହେବା ପର୍ଯ୍ୟନ୍ତ ପ୍ରଥା ଓ ପରମ୍ପରାକୁ ବଜାୟ ରଖି ଉପଜିଲାପାଳ କାର୍ଯ୍ୟ ତୁଲାଇ ରଖିବାକୁ ନିର୍ଦ୍ଦେଶ ରହିଥିଲା। ଅନ୍ୟପକ୍ଷେ ସହକାରୀ ଦେବୋତ୍ତର କମିଶନରଙ୍କ ଦ୍ବାରା ପାରିତ ୧୮୬୨୦୨୬ ତାରିଖ ଆଦେଶ ପାଳନ କରିବାକୁ କୁହାଯାଇଥିଲା। ଛେରାପହଁରାକୁ ନେଇ ସହକାରୀ ଦେବୋତ୍ତର କମିଶନରଙ୍କ କୋର୍ଟରେ ଗୋଟିଏ ପକ୍ଷରେ ଶ୍ରୀ ଜଗନ୍ନାଥଜୀଉ ନୟାଗଡ଼ ଦେବୋତ୍ତର ବିଭାଗ। ଅନ୍ୟପକ୍ଷରେ ରାଜ ପରିବାରଙ୍କ ମଧ୍ୟରେ ରାମେଶର ପ୍ରସାଦ ସିଂ ଏବଂ ଗଜେନ୍ଦ୍ର ଚନ୍ଦ୍ର ସିଂଙ୍କ ମଧ୍ୟରେ ଓଏ ନଂ ୧୨/୧୩ ମାମଲା ବିଚାରାଧୀନ ଥିବାରୁ ସହକାରୀ ଦେବୋତ୍ତର କମିଶନରଙ୍କ କୋର୍ଟ ଏଭଳି ନିଷ୍ପଭି ନେଇଥିବା ଜଣାପଡ଼ିଛି। ଦେବୋତ୍ତର କମିଶନରଙ୍କ ଏହି ନିଷ୍ପତ୍ତି ବିରୋଧରେ ନୟାଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗତ ୩ ତାରିଖରେ ଭକ୍ତମାନେ ଜନଜାଗରଣ ଶୋଭାଯାତ୍ରା କରି ବିକ୍ଷୋଭ କରିବା ସହ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳ ବିଜୟାନନ୍ଦ ନାୟକଙ୍କୁ ସ୍ମାରକପତ୍ର ପ୍ରଦାନ କରିଥିଲେ। କେଉଁ କାଳରୁ ନୟାଗଡ଼ ପୁରୁଣା ସହରରେ ପ୍ରଚଳିତ ଜଗନ୍ନାଥ ସଂସ୍କୃତି ଓ ପରମ୍ପରାକୁ ଅଣଦେଖା କରା ନ ଯାଉ ବୋଲି କୁହାଯାଇଥିଲା। ଏହାପରେ ପ୍ରଶାସନ ପକ୍ଷରୁ ପ୍ରତିକାର ନ ହେବାରୁ ବିରୋଧ ଚାଲିଛି। ଜିଲାପାଳ ମଧୁମିତା ରଥ ବୁଝାଶୁଝା ପରେ ଛେରାପହଁରା ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?