ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ ଗୁରୁବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ଦୀକ୍ଷା ଗ୍ରହଣ ଓ ଅଙ୍କୁରରୋପଣ କରାଯାଇଥିବା ବେଳେ ଶୁକ୍ରବାର କଳସ ଯାତ୍ରା ଯଜ୍ଞଆରମ୍ଭ, ମଣ୍ଡଳ ଦେବତା ପୂଜା ହୋମ ଓ ବନଯୋଗ କାର୍ଯ୍ୟକ୍ରମ କରାଯାଉଛି। ପ୍ରଥମେ ସମସ୍ତେ ମୁକ୍ତେଶ୍ୱରଙ୍କ ମନ୍ଦିର ରେ ଶତାଧିକ ମହିଳା ଓ ପୁରୁଷ ଶ୍ରଦ୍ଧାଳୁ ଏକାଠି ହୋଇ ସେଠାରୁ ବିରାଟ ଶୋଭାଯାତ୍ରାରେ ବାହାରି ଝିଞ୍ଜିରୀଗୁଡ଼ାର ଜଳତୁଠରେ ପହଞ୍ଚି ସେଠାରେ ଇନ୍ଦ୍ର ପୂଜନ, ଗଙ୍ଗା ପୂଜନ ପରେ ପୁଣି ବିରାଟ ଶୋଭାଯାତ୍ରାରେ ଯଜ୍ଞ ମଣ୍ଡପକୁ ଫେରିଥିଲେ।

ପ୍ରକାଶ ଯେ, ଏହି କାର୍ଯ୍ୟକ୍ରମ ପାଇଁ ବ୍ରାହ୍ମଣୀଗାଁ ଏବେ ଉତ୍ସବ ମୁଖର ହୋଇଛି। ତୋରଣ ଓ ଆଲୋକମାଳାରେ ବ୍ରାହ୍ମଣୀଗାଁ ଏବେ ଝଲସିଉଠୁଛି। କାର୍ଯ୍ୟକ୍ରମକୁ ମନ୍ଦିର କମିଟି ଓ ଗ୍ରାମବାସୀ ଆୟୋଜନ କରିଥିବା ବେଳେ ଏହାକୁ ପରିଚାଳନା କରୁଛନ୍ତି।

ଏହି କାର୍ଯ୍ୟକ୍ରମ ୫ ଦିନ ଧରି ଚାଲିବ। ଆସନ୍ତା ସୋମବାର ଉଦ୍‌ଯାପିତ ହେବ। ଏହି ପାଞ୍ଚଦିନ ମଧ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ ଦେବତାମାନଙ୍କ ମହାସ୍ନାନ, ରତ୍ନମୁଦ, ମହାରୁଦ୍ରାଭିଷେକ, ମନ୍ଦିର ପ୍ରବେଶ, ଘୃତ ଯଜ୍ଞ, ନାମଯଜ୍ଞ ଆଦି ପାଳନ କରାଯାଉଛି। କାର୍ଯ୍ୟକ୍ରମରେ କନ୍ଧମାଳ ଜିଲା ସମେତ ପଡ଼ୋଶୀ ଗଞ୍ଜମ, ଗଜପତି, ରାୟଗଡ଼ା ସମେତ ଅନ୍ୟ ଜିଲାର ଶ୍ରଦ୍ଧାଳୁମାନେ ଯୋଗଦେଇ ଦର୍ଶନ କରୁଥିବା ଜଣାପଡ଼ିଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri