ଆସନ୍ତାକାଲିଠାରୁ ଖୋଲିବ ଧବଳେଶ୍ୱର ମନ୍ଦିର

ଆଠଗଡ଼,୫।୮: କଟକ ଜିଲାର ପ୍ରସିଦ୍ଧ ଶୈବ ପୀଠ ଧବଳେଶ୍ୱର ମନ୍ଦିର ଶୁକ୍ରବାରଠାରୁ ଖୋଲିବ । କୋଭିଡ୍‌ ଗାଇଡ୍‌ଲାଇନରେ ମନ୍ଦିର ଖୋଲିବାକୁ ନିଷ୍ପତ୍ତି ହୋଇଛି। ରାଜ୍ୟ ସରକାର ଅଗଷ୍ଟ ମାସର ଗାଇଡଲାଇନରେ କଟକଣା କୋହଳ କରିଥିଲେ। ତେବେ ଧର୍ମାନୁଷ୍ଠାନ ଖୋଲିବା ନିଷ୍ପତ୍ତି ଜିଲା ପ୍ରଶାସନ ଉପରେ ଏସ୍‌ଆରସି ଛାଡିଥିଲେ। ତେବେ ପ୍ରଶାସନିକ ଅଧିକାରୀ ଓ ଧର୍ମାନୁଷ୍ଠାନ କର୍ମକର୍ତ୍ତାଙ୍କ ସହିତ ଆଲୋଚନା ପରେ ବାବା ଧବଳେଶ୍ୱର ଓ କଟକ ଟାଉନ ଅଞ୍ଚଳ ବ୍ୟତୀତ ସମଗ୍ର ଜିଲାରେ ଧର୍ମାନୁଷ୍ଠାନ ଖୋଲିବାକୁ ଜିଲାପାଳ ଘୋଷଣା କରିଥିଲେ। ଗୁରୁବାର ମନ୍ଦିର ଖୋଲିବା ନେଇ ଆଠଗଡ଼ ଉପଜିଲାପାଳଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା। ବୈଠକରେ ମନ୍ଦିର ଖୋଲିବା ଉପରେ ଆଲୋଚନା ହୋଇଥିଲା। ପରେ ବାବା ଧବଳେଶ୍ୱରଙ୍କ ମନ୍ଦିର ଖୋଲିବା ନେଇ ନିଷ୍ପତ୍ତି ହୋଇଥିଲା। ମନ୍ଦିର ସକାଳ ୬ରୁ ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ଖୋଲିବ। ମନ୍ଦିର ଭିତରେ ଭୋଗ କରିବାକୁ ଅନୁମତି ଦିଆଯିବ ନାହିଁ। ମାସ୍କ ବାଧ୍ୟତାମୂଳକ କରାଯାଇଛି। ଗର୍ଭବତୀ ମହିଳା, ୧୦ ବର୍ଷରୁ କମ ପିଲା ଓ ୬୫ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ବ୍ୟକ୍ତିଙ୍କୁ ମନ୍ଦିର ଭିତରେ ପ୍ରବେଶ ଉପରେ କଟକଣା ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?