ଉଚ୍ଚଶିକ୍ଷା ପାଇଁ ବିଦେଶ ଯିବେ ଡିଆଇଜି

ଅନୁଗୋଳ ଅଫିସ, ୩।୭ ବରିଷ୍ଠ ଆଇପିଏସ୍‌ ଅଫିସର ତଥା ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ଡ.ସାର୍ଥକ ଷଡ଼ଙ୍ଗୀ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିଛନ୍ତି। ସେ ନ୍ୟୁୟର୍କସ୍ଥିତ କଲମ୍ବିଆ ୟୁନିଭରସିଟିରେ ମାଷ୍ଟର ଇନ ପବ୍ଲିକ ଆଡମିନିଷ୍ଟ୍ରେଶନ (ଏମ୍‌ପିଏ) ଶିକ୍ଷା କରିବେ। ପାଠ୍ୟକ୍ରମ ଅବଧି ୧ବର୍ଷ ରହିଥିବାବେଳେ ଏଥିଲାଗି ରାଜ୍ୟ ସରକାର ତାଙ୍କୁ ଅନୁମତି ପ୍ରଦାନ କରିଛନ୍ତି। ଚଳିତ ମାସ ପ୍ରଥମ ସପ୍ତାହରେ ସେ କଲମ୍ବିଆ ଅଭିମୁଖେ ଯାତ୍ରା କରିବେ। ସୂଚନାଯୋଗ୍ୟ, ଡିଆଇଜି ଷଡ଼ଙ୍ଗୀ ଉତ୍ତର କେନ୍ଦ୍ରାଞ୍ଚଳ ଦାୟିତ୍ୱରେ ଥିଲେ। ଏଥିପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମତିକ୍ରମେ ତାଙ୍କ ସ୍ତ୍ରୀ ତଥା ଆଇଏଏସ୍‌ ଅଫିସର ଯାମିନୀ ଷଡ଼ଙ୍ଗୀ ୟୁଏସ୍‌ଏସ୍ଥିତ ପ୍ରିନ୍ସିଟନ୍‌ ୟୁନିଭରସିଟିରେ ମାଷ୍ଟର ଇନ୍‌ ପବ୍ଲିକ ପଲିସୀ (ଏମ୍‌ପିପି)ରେ ଅଧ୍ୟୟନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri