ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ ଛାତ୍ରୀଛାତ୍ରଙ୍କୁ ଏଭଳି ପରାମର୍ଶ ଦେଇ ଆସୁଛନ୍ତି। ହେଲେ ଏପର୍ଯ୍ୟନ୍ତ ରାଜ୍ୟରେ ଶିକ୍ଷା ବ୍ୟବସ୍ଥା ସୁବ୍ୟବସ୍ଥିତ ହୋଇପାରିନାହିଁ। ବିଦ୍ୟାଳୟ ରହିଛି, ହେଲେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବା ପାଇଁ ଶିକ୍ଷୟିତ୍ରୀ, ଶିକ୍ଷକ ନାହାନ୍ତି। ସେହିପରି ବିଦ୍ୟାଳୟକୁ ଆସିବା ତଥା ପିଲାଙ୍କ ମଧ୍ୟରେ ପାଠପଢ଼ାରେ ଆଗ୍ରହ ସୃଷ୍ଟି ପାଇଁ ମଧ୍ୟାହ୍ନଭୋଜନ କାର୍ଯ୍ୟକ୍ରମ ସରକାର ହାତକୁ ନେଇଛନ୍ତି। ହେଲେ ଏପର୍ଯ୍ୟନ୍ତ ବିଭିନ୍ନ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ପାଇଁ ଭୋଜନ ଗୃହ ତଥା ଭୋଜନାଳୟ ନିର୍ମାଣ ହୋଇପାରିନାହିଁ।

ବରଗଡ଼ ତଳିପଡ଼ାରେ ରହଥିବା ସର୍ବପୁରାତନ ସରକାରୀ ବାଳକ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘବର୍ଷ ହେଲା ଏଭଳି ସମସ୍ୟା ଲାଗି ରହିଛି। ଏହାକୁ ନେଇ ସ୍ଥାନୀୟ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ତେଜି ଉଠିଛି। ଏହି କ୍ରମରେ ବୁଧବାର ବିଦ୍ୟାଳୟ ପରିଚାଳନା କମିଟି ଏବଂ ଅଭିଭାବିକା, ଅଭିଭାବକମାନେ ଜିଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କୁ ଫେରାଦ ହୋଇଥିଲେ। ଡିଇଓ ସରୋଜ ଭୁଏଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ(ଏଡିଇଓ) ଅମୃତା ସାହୁଙ୍କୁ ସେମାନେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ବିଦ୍ୟାଳୟରେ ଭୋଜନ ଗୃହ ନିର୍ମାଣ ସହିତ ଆହୁରି ୨ ଜଣ ଶିକ୍ଷକ ନିଯୁକ୍ତି କରା ନ ଗଲେ ସେମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ବିଦ୍ୟାଳୟ ପରଚାଳନା କମିଟିର କର୍ମକର୍ତ୍ତା, ସଭ୍ୟାସଭ୍ୟ ଏବଂ ଅଭିଭାବିକା, ଅଭିଭାବକମାନେ ଚେତାବନୀ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?