ଘଡିକି ଘଡି ବଦଳିବ ଦିଗ! ବିଶେଷଜ୍ଞ ତାଜୁବ…

ଭୁବନେଶ୍ୱର,୨୨।୧୦: ବଳୁଆ ହେଉଛି ବାତ୍ୟା ଦାନା। ଆସନ୍ତାକାଲି ଅର୍ଥାତ୍‌ ୨୩ରୁ ୨୫ଯାଏଁ ତିନି ଦିନ ଧରି ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ହାଇ ଆଲର୍ଟ କରିଛି॥ ପବନ ମଧ୍ୟ ଜୋରରେ ବହିବ। ତେବେ ଏହି ସମୟରେ ସତର୍କ ରହିବାକୁ କହିଛି ପାଣିପାଗ ବିଭାଗ।

ଓଡ଼ିଶା ଆଡକୁ ମାଡି ଆସୁଥିବା ଭୀଷଣ ବାତ୍ୟା ଦାନା ପ୍ରଭାବରେ କାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯିବ। ବିଶେଷକରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଇଏମଡିର ଆକଳନ ଅନୁସାରେ, ୨୩ତାରିଖରେ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲାରେ ବର୍ଷା ହୋଇପାରେ।

୨୪ତାରିଖରେ ଅଧାରୁ ଅଧିକ ଓଡିଶା ଭିଜିବ। ତେବେ ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି। ଗଞ୍ଜାମ, ନୟାଗଡ ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଙ୍କୋନାଳ କେନ୍ଦୁଝରରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ।

୨୫ ତାରିଖରେ ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝରକୁ ରେଡ ଆଲର୍ଟ ଜାରି କରାଯାଇଛି। ଅର୍ଥାତ ଏହି ଚାରି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏଥିସହ ଜଗତସିଂହପୁର କେନ୍ଦ୍ରାପଡା, କଟକ, ଯାଜପୁର, ଙ୍କୋନାଳ, ଅନୁଗୁଳ, ଦେବଗଡ, ସୁନ୍ଦରଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି।

ତେବେ ଏହାରି ଭିତରେ ପାଣିପାଗ ବିଶେଷଜ୍ଞ ଶରତ ଚନ୍ଦ୍ର ସାହୁ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପବନର ବେଗ ଓ ମେଘର ସ୍ଥିତିକୁ ଦେଖି ଅନୁମାନ କରାଯାଉଛି ଯେ ବାତ୍ୟା ଓଡ଼ି ଉପକୂଳକୁ ହିଟ୍‌ କରିବ। ସମୁଦ୍ର ଭିତରେ ଏହାର ଭତି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ହିଁ ରହୁଛି। କେନ୍ଦ୍ରାପଡା କିମ୍ବା ଭଦ୍ରକ ଜିଲାର ଯେକୌରସି ସ୍ଥାନରେ ବାତ୍ୟା ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହୁଛି। ତେବେ ବାତ୍ୟା ୨୦୦ କିମି ପାଖାପାଖି ହେଲେ ଏହାର ଗତିପଥ କେଉଁଆଡକୁ ଯିବ ତାହା ଜଣାପଡିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri