ଘଡିକି ଘଡି ବଦଳିବ ଦିଗ! ବିଶେଷଜ୍ଞ ତାଜୁବ…

ଭୁବନେଶ୍ୱର,୨୨।୧୦: ବଳୁଆ ହେଉଛି ବାତ୍ୟା ଦାନା। ଆସନ୍ତାକାଲି ଅର୍ଥାତ୍‌ ୨୩ରୁ ୨୫ଯାଏଁ ତିନି ଦିନ ଧରି ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ହାଇ ଆଲର୍ଟ କରିଛି॥ ପବନ ମଧ୍ୟ ଜୋରରେ ବହିବ। ତେବେ ଏହି ସମୟରେ ସତର୍କ ରହିବାକୁ କହିଛି ପାଣିପାଗ ବିଭାଗ।

ଓଡ଼ିଶା ଆଡକୁ ମାଡି ଆସୁଥିବା ଭୀଷଣ ବାତ୍ୟା ଦାନା ପ୍ରଭାବରେ କାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯିବ। ବିଶେଷକରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଇଏମଡିର ଆକଳନ ଅନୁସାରେ, ୨୩ତାରିଖରେ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲାରେ ବର୍ଷା ହୋଇପାରେ।

୨୪ତାରିଖରେ ଅଧାରୁ ଅଧିକ ଓଡିଶା ଭିଜିବ। ତେବେ ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି। ଗଞ୍ଜାମ, ନୟାଗଡ ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଙ୍କୋନାଳ କେନ୍ଦୁଝରରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ।

୨୫ ତାରିଖରେ ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝରକୁ ରେଡ ଆଲର୍ଟ ଜାରି କରାଯାଇଛି। ଅର୍ଥାତ ଏହି ଚାରି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏଥିସହ ଜଗତସିଂହପୁର କେନ୍ଦ୍ରାପଡା, କଟକ, ଯାଜପୁର, ଙ୍କୋନାଳ, ଅନୁଗୁଳ, ଦେବଗଡ, ସୁନ୍ଦରଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି।

ତେବେ ଏହାରି ଭିତରେ ପାଣିପାଗ ବିଶେଷଜ୍ଞ ଶରତ ଚନ୍ଦ୍ର ସାହୁ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପବନର ବେଗ ଓ ମେଘର ସ୍ଥିତିକୁ ଦେଖି ଅନୁମାନ କରାଯାଉଛି ଯେ ବାତ୍ୟା ଓଡ଼ି ଉପକୂଳକୁ ହିଟ୍‌ କରିବ। ସମୁଦ୍ର ଭିତରେ ଏହାର ଭତି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ହିଁ ରହୁଛି। କେନ୍ଦ୍ରାପଡା କିମ୍ବା ଭଦ୍ରକ ଜିଲାର ଯେକୌରସି ସ୍ଥାନରେ ବାତ୍ୟା ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହୁଛି। ତେବେ ବାତ୍ୟା ୨୦୦ କିମି ପାଖାପାଖି ହେଲେ ଏହାର ଗତିପଥ କେଉଁଆଡକୁ ଯିବ ତାହା ଜଣାପଡିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?