ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ସର୍ଜରୀ କରି ଶରୀରର ଗଠନ ବଦଳାଇବାକୁ କହିଥିଲେ ନିର୍ଦ୍ଦେଶକ

ଗ୍ଲୋବାଲ ଆଇକନ ପ୍ରିୟଙ୍କା ଚୋପ୍ରା ତାଙ୍କ ପୁସ୍ତକ ଅନ୍‌ଫିନିଶଡ୍‌ ପାଇଁ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ପ୍ରିୟଙ୍କା ଚୋପ୍ରା ଏହି ପୁସ୍ତକରେ ତାଙ୍କ ଫିଲ୍ମ କ୍ୟାରିୟର୍‌ ବିଷୟରେ ଅନେକ ରହସ୍ୟ ପ୍ରକାଶ କରିଛନ୍ତି ଏବଂ ତାଙ୍କ ପ୍ରଶଂସକମାନଙ୍କୁ ତାଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ଅବଗତ କରାଇଛନ୍ତି। ସଂଘର୍ଷର ଦିନରୁ ସଫଳତାର ପାହାଚ ଚଢିବ ପର୍ଯ୍ୟନ୍ତ ପ୍ରିୟଙ୍କା ଚୋପ୍ରା ଏହି ପୁସ୍ତକର ମାଧ୍ୟମରେ ଅନେକ ରହସ୍ୟ ପ୍ରକାଶ କରିଛନ୍ତି। ଏହି ପୁସ୍ତକରେ ସେ ତାଙ୍କର ସର୍ଜରୀ ବିଷୟରେ ମଧ୍ୟ କହିଛନ୍ତି। ଏଥିରେ ସେ ଜଣେ ନିର୍ଦ୍ଦେଶକଙ୍କୁ ମଧ୍ୟ ଉଲ୍ଲେଖ କରିଛନ୍ତି ଯିଏ ତାଙ୍କୁ ଚେହେରା ବଦଳାଇବା ପାଇଁ ପ୍ଲାଷ୍ଟିକ ସର୍ଜରୀ କରିବାକୁ ପରାମର୍ଶ ଦେଇଥିଲେ। ଇଣ୍ଡଷ୍ଟ୍ରିରେ ନୂଆ ଥିବାବେଳେ ପ୍ରିୟଙ୍କା ଜଣେ ଫିଲ୍ମ ପ୍ରଯୋଜକ/ନିର୍ମାତାଙ୍କୁ ଭେଟିଥିଲେ। ଏହି ସମୟରେ ସେ ତାଙ୍କୁ ବୁଲିବା ପାଇଁ କହିଥିଲେ। ସେ ଏଭଳି କାହିଁକି କହୁଛନ୍ତି ପ୍ରିୟଙ୍କା ବୁଝିପାରୁ ନ ଥିଲେ। ନିର୍ଦ୍ଦେଶକ ଜଣଙ୍କ କିଛି ସମୟ ପର୍ଯ୍ୟନ୍ତ ତାଙ୍କ ଆଡକୁ ଚାହିଁ ରହିଥିଲେ। ଏହା ପରେ ସେ ତାଙ୍କୁ ବ୍ରେଷ୍ଟ ସର୍ଜରୀ କରିବାକୁ ପରାମର୍ଶ ଦେଇଥିଲେ। ଜଣେ ସଫଳ ଅଭିନେତ୍ରୀ ହେବାକୁ ହେବାକୁ ହେଲେ ଏସବୁ କରିବାକୁ ପଡିବ ବୋଲି ସେ କହିଥିବା ପ୍ରିୟଙ୍କା ନିଜ ପୁସ୍ତକରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?