ବିଦ୍ୟାଳୟ, ମହାବିଦ୍ୟାଳୟ ପରିଦର୍ଶନ କଲେ ଉଚ୍ଚଶିକ୍ଷା ନିର୍ଦ୍ଦେଶକ

ପାଟଣା,୧୦।୧(ସ୍ବ.ପ୍ର.): ଦୀର୍ଘ ୯ ମାସ ପରେ କୋଭିଡ୍‌ କଟକଣା ମଧ୍ୟରେ ଜାନୁୟାରୀ ୮ତାରିଖରୁ ରାଜ୍ୟରେ ଦଶମ ଓ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପାଇଁ କଟକଣା ମଧ୍ୟରେ ଶିକ୍ଷାଦାନ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ବ୍ଲକର ବିଭିନ୍ନ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟକୁ ଉଚ୍ଚ ଶିକ୍ଷା ନିର୍ଦ୍ଦେଶକ ବୃନ୍ଦାବନ ବେହେରା ରବିବାର ପରିଦର୍ଶନ କରି ବିଦ୍ୟାଳୟ ଖୋଲିବାରେ ସରକାରଙ୍କ ମାର୍ଗ ଦର୍ଶିକା ଓ କୋଭିଡ ଗାଇଡ୍‌ଲାଇନର ଠିକ୍‌ ରୂପେ ପାଳନ ହୋଇଛି କି ନାହିଁ କି ତା’ର ସ୍ଥିତି ପରଖିଛନ୍ତି। ଉଚ୍ଚ ଶିକ୍ଷା ନିର୍ଦ୍ଦେଶକଙ୍କ ସହ ଜିଲା ଶିକ୍ଷାଧିକାରୀ ସଂଗ୍ରାମ ସାହୁ, ଜିଲା ବିଜ୍ଞାନ ପରିଦର୍ଶକ କୃଷ୍ଣ ଚନ୍ଦ୍ର ମହାନ୍ତ, ପାଟଣା ବିଇଓ ପୂର୍ଣ୍ଣ ଚନ୍ଦ୍ର ଅମାତ ଓ ସିଆରସିସି ପ୍ରମୋଦ କୁମାର ମହାନ୍ତଙ୍କ ସହ ସମ୍ପୃକ୍ତ ମହାବିଦ୍ୟାଳୟର ଅଧ୍ୟାପିକା ଜ୍ୟୋସ୍ନା ମଞ୍ଜରୀ ତ୍ରିପାଠୀ, ଜିଏନ୍‌ ହାଇସ୍କୁଲର ପ୍ରଧାନଶିକ୍ଷକ ପ୍ରତାପ ଚନ୍ଦ୍ର ମହାନ୍ତ ଓ ପାଟଣା ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହରେକୃଷ୍ଣ ମହାନ୍ତ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ନିର୍ଦ୍ଦେଶକ ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ ସ୍ବାମପାଟଣା, ଜି.ଏନ ଉଚ୍ଚ ବାଳିକା ବିଦ୍ୟାଳୟ, ଟାଙ୍ଗରପଡ଼ା ଉଚ୍ଚ ବିଦ୍ୟାଳୟ ଓ କେନ୍ଦେଇପଶି ଉଚ୍ଚ ବିଦ୍ୟାଳୟକୁ ପରିଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ପାରଳାଖେମୁଣ୍ଡି ରାଜପ୍ରାସାଦର ଦୁର୍ଦ୍ଦଶା ଦେଖି ମନ୍ତ୍ରୀଙ୍କ ଉଦ୍‌ବେଗ: ପୁନରୁଦ୍ଧାର ପାଇଁ ଜୋର ଧରିଲା ଦାବି

ପାରଳାଖେମୁଣ୍ଡି, ୨୩ା୭(ଗିରିଧାରୀ ପରିଚ୍ଛା): ରାଜ୍ୟର ଖଣି, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗୁରୁବାର ଗଜପତି ଜିଲା ଗସ୍ତରେ ଆସିଥିବା ବେଳେ ଐତିହ୍ୟବାହୀ ପାରଳାଖେମୁଣ୍ଡି…

ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ବରଗଡ଼ ପୋଲିସର ଚଢ଼ାଉ: ୧୧୮୦ ବୋତଲ କଫ୍ ସିରପ ଜବତ, ୨ ଗିରଫ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ପୋଲିସ ପକ୍ଷରୁ ଏକ ଚଢ଼ାଉ କରାଯାଇ ବିପୁଳ ପରିମାଣର ବେଆଇନ କଫ୍ ସିରପ ଜବତ କରାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri