Posted inଭଦ୍ରକ

ଶ୍ରମିକଙ୍କ ସହ ମାଟି ବୋହିଲେ ପ୍ରକଳ୍ପ ନିର୍ଦ୍ଦେଶକ

ଭଦ୍ରକ ଅଫିସ,୧।୩-ମୁଣ୍ଡରେ ପଗଡ଼ି ବାନ୍ଧି ଝୁଡ଼ିରେ ମାଟି ବୋହିଲେ ଭଦ୍ରକ ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସ। ଶ୍ରମିକମାନଙ୍କୁ ଉତ୍ସାହିତ କରିବା ପାଇଁ ପ୍ରକଳ୍ପ ନିର୍ଦ୍ଦେଶକ ଦାସ ସେମାନଙ୍କ ସହ ମିଶି କାମ କଲେ। ଧାମରା ପଞ୍ଚାୟତ ଝାଡ଼କଟା ଗ୍ରାମ୍ୟ ରାସ୍ତାରେ ଏଭଳି ଦୃଶ୍ୟ ସମସ୍ତଙ୍କୁ ଚକିତ କରିଥିବା ବେଳେ ଏଥିପାଇଁ ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।
ଶନିବାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ଧାମରା ଝାଡ଼କଟା ଅଞ୍ଚଳରେ ଶ୍ରମିକମାନେ କାମ କରୁଥିଲେ। ମେଶିନ ମାଧ୍ୟମରେ ଏହି ପ୍ରକଳ୍ପ କାମ କରାଯାଉଥିବା ପ୍ରକଳ୍ପ ନିର୍ଦ୍ଦେଶକଙ୍କ ନିକଟରେ ଅଭିଯୋଗ ହେଉଛି। ଏଭଳି ପ୍ରକଳ୍ପରେ କିପରି ସ୍ବଚ୍ଛତା ଆସିବ, ଶ୍ରମିକମାନେ କିପରି ନିଜେ କାମ କରି ଦୁଇ ପଇସା ରୋଜଗାର କରିବା ସହ ସରକାରଙ୍କ ମୁଖ୍ୟ ଉଦ୍ଦେଶ୍ୟ ସାଧିତ ହେବ, ଏଣୁ ସେହି ଗଁାକୁ ଯାଇ ସେ ଶ୍ରମିକ ଭାବେ କାର୍ଯ୍ୟ କରିଛନ୍ତି। ସେ ନିଜେ କୋଦାଳରେ ମାଟି ହାଣିବା ସହ ଝୁଡ଼ିରେ ମାଟି ବୋହି ରାସ୍ତା ବାନ୍ଧିଥିଲେ। ତାଙ୍କର ଏଭଳି କାର୍ଯ୍ୟ ଦେଖି ସାଙ୍ଗରେ ଥିବା ଚାନ୍ଦବାଲି ବିଡିଓ ଜ୍ୟୋତିବିକାଶ ଦାସ ମଧ୍ୟ ମାଟି ହାଣୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଜଣେ ପ୍ରଶାସନିକ ଅଧିକାରୀଙ୍କ ଏଭଳି କାର୍ଯ୍ୟ ଦେଖି ସେଠାରେ ଉପସ୍ଥିତ ଲୋକେ ଚକିତ ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ):  ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri