ହନୁମାନ ପଇସା ପାଇଁ ହତ୍ୟା କରିଥିଲେ ୪ ସାଙ୍ଗ

ଦେବଗଡ,୧୧ା୮(ଡି.ଏନ.ଏ):ଗତ ୫ ତାରିଖରେ ଦେବଗଡ ଥାନା ଅଧୀନ ରାଇତାଲ ଗାଁରେ ଥିବା ଏକ ଟ୍ରାନ୍ସଫର୍ମର ତଳୁ ଜଣେ ଯୁବକଙ୍କ ମୃତଦେହ ମିଳିବା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ହନୁମାନ ପଇସା ପାଇଁ ଉକ୍ତ ଯୁବକଙ୍କୁ ତାଙ୍କ ସାଙ୍ଗମାନେ ପିଟି ପିଟି ହତ୍ୟା କରିଛନ୍ତି। ମୃତକ ହେଲେ କୃଷ୍ଣ କିସାନ। ଏହି ଘଟଣାରେ ପୋଲିସ ୪ଜଣଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଚାଣ୍ଡାଳୁ କିସାନ, ସୁରେନ୍ଦ୍ର ମାଝି, ଦୈତାରି କିସାନ ଏବଂ ପ୍ରଦୀପ ମାଝି। ସେମାନଙ୍କ ନିକଟରୁ ହତ୍ୟାକାଣ୍ଡରେ ବ୍ୟବହୃତ ଏକ ଟାଙ୍ଗିଆ, ବାଡ଼ି ଓ ମୁଗୁରା ସହ ମୃତକଙ୍କ ଘରୁ ଗୋଟିଏ ଅଷ୍ଟ୍ରେଲିଆନ ମୁଦ୍ରା ଜବତ କରାଯାଇଛି।
ଏସ୍‌ପି ରାଜକିଶୋର ପାଇକରାୟ ମଙ୍ଗଳବାର ଦେବଗଡ ଆଦର୍ଶ ଥାନା ପରିସରରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇ କହିଥିଲେ, ଦେବଗଡ ଥାନା ଅନ୍ତର୍ଗତ ଟିପିରିସିଂହା ଗ୍ରାମର ଫକୀର କିସାନଙ୍କ ପୁଅ କୃଷ୍ଣଙ୍କ ନିକଟରେ ହନୁମାନ ପଇସା ଥିବା ନେଇ କୃଷ୍ଣଙ୍କ ସାଙ୍ଗ ଉକ୍ତ ଗ୍ରାମର ଚାଣ୍ଡାଳୁ, ସୁରେନ୍ଦ୍ର, ଦୈତାରି ଓ ପ୍ରଦୀପ ଜାଣିଥିଲେ। ଏହି ହନୁମାନ ପଇସାକୁ କୃଷ୍ଣଙ୍କ ନିକଟରୁ ହାତେଇବା ପାଇଁ ସେମାନେ ଯୋଜନା କରିଥିଲେ। ଯୋଜନା ଅନୁଯାୟୀ, ଗତ ୪ତାରିଖ ରାତି ପ୍ରାୟ ୮ଟା ସମୟରେ ଗାଁରେ ପୂଜା ସହ ବୈଠକ ହୋଇଥିଲା। ବୈଠକ ପରେ ଚାଣ୍ଡାଳୁ, ସୁରେନ୍ଦ୍ର, ଦୈତାରି ଏବଂ ପ୍ରଦୀପ କୃଷ୍ଣଙ୍କୁ ମାଛ ଧରିବାକୁ କହି ନିକଟସ୍ଥ ରାଇତାଳ ଗାଁକୁ ଡାକି ନେଇଥିଲେ। ରାତିରେ କୃଷ୍ଣ ଘରକୁ ଫେରି ନ ଥିଲେ ଏବଂ ପରଦିନ ଅର୍ଥାତ୍‌ ୫ତାରିଖ ଦିନ ପ୍ରାୟ ୧୧ଟା ସମୟରେ ପରିବାର ଲୋକେ ରାଇତାଳ ଗ୍ରାମ ନିକଟସ୍ଥ ଏକ ଟ୍ରାନ୍ସଫର୍ମର ତଳେ କୃଷ୍ଣଙ୍କ ମୃତଦେହ ପଡିଥିବା ଦେଖି ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ତେବେ ମୃତଦେହରେ କ୍ଷତଚିହ୍ନ ଥିବାରୁ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ହୋଇଥିବା ଆଶଙ୍କା କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ବେଳେ ହନୁମାନ ପଇସାକୁ ହାତେଇବା ପାଇଁ କୃଷ୍ଣଙ୍କୁ ତାଙ୍କ ସାଙ୍ଗମାନେ ପିଟି ପିଟି ହତ୍ୟା କରିଥିବା ଜାଣିବାକୁ ପାଇଥିଲା। ପରେ ପୋଲିସ ସମସ୍ତ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚୁରା କରିବାରୁ ସେମାନେ ଏହି ହତ୍ୟାକାଣ୍ଡ ଘଟାଇଥିବା ସ୍ବୀକାର କରିଥିଲେ ବୋଲି ପୋଲିସ କହିଛି। ଫଳରେ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଖବରଦାତା ସମ୍ମିଳନୀରେ ଡିଆଇବି ଡିଏସ୍‌ପି ପ୍ରଦୀପ କୁମାର କେରକେଟା ଓ ଥାନାଧିକାରୀ ସୁରେନ୍ଦ୍ର କୁମାର ନାଏକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri