ବଡ଼ ନିଷ୍ପତି ନେଲେ ଅସନ୍ତୁଷ୍ଟ ବିଜେଡି କର୍ମୀ

କେନ୍ଦୁଝର,୧୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ହରିଚନ୍ଦନପୁର ବିଜୁ ଜନତା ଦଳ ତରଫରୁ ତେଲକୋଇ ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ମାଧବ ସର୍ଦ୍ଦାର ଓ ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁଙ୍କୁ ଠାକୁରପଡ଼ାରେ ସୋମବାର ସମ୍ବର୍ଦ୍ଧନା ଦିଆଯିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ଅର୍ଥାତ ରବିବାର ହରିଚନ୍ଦନପୁର ବ୍ଲକ୍‌ର ୨୫ ପଞ୍ଚାୟତର ଅସନ୍ତୁଷ୍ଟ ବିଜେଡି କର୍ମୀ ମନହରପୁର ପଡ଼ିଆରେ ଏକତ୍ରିତ ହୋଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବିଧାୟକ ପ୍ରାର୍ଥୀ ମାଧବ ସର୍ଦ୍ଦାର ଯୋଗଦେବାର କାର୍ଯ୍ୟକ୍ରମ ଥିଲା। କିନ୍ତୁ ଶେଷ ମୁହୁର୍ତ୍ତରେ ସେ ଯୋଗଦେଇ ନ ଥିବାରୁ ସୋମବାର ହେବାକୁଥିବା କର୍ମୀ ସମ୍ମିଳନୀରେ କୌଣସି ଅସନ୍ତୁଷ୍ଟ କର୍ମୀ ଯୋଗ ଦେବେ ନାହିଁ ବୋଲି ବୈଠକରେ ଶପଥ ନେଇଛନ୍ତି। ଏହାର ଭିଡିଓ ଭାଇରାଲ ହେବା ପରେ ଘଟଣା ପଦାକୁ ଆସିଥିଲା। ବିଧାୟକ ପ୍ରାର୍ଥୀ ମାଧବ ସର୍ଦ୍ଦାର ଯେବେ ସମୟ ଦେବେ ଓ ନିଜେ କର୍ମୀମାନଙ୍କ ସହିତ ଜିଲା କିମ୍ବା ରାଜ୍ୟସ୍ତର ନେତାଙ୍କ ଉପସ୍ଥିତିରେ ଆଗାମୀ ୫ ବର୍ଷ କର୍ମୀମାନଙ୍କ ସୁଖ ଦୁଃଖରେ ସାମିଲ ହେବେ ବୋଲି ନିର୍ଭର ପ୍ରତିଶ୍ରୁତି ଦେବେ, ତାହେଲେ ବିଜୁ ଜନତା ଦଳକୁ ପୂର୍ଣ୍ଣ ସମର୍ଥନ ଦିଆଯିବ ବୋଲି ନିଷ୍ପତ୍ତି କରିଛନ୍ତି। ପ୍ରକାଶ ଥାଉ କି, ତେଲକୋଇ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡିର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଯଦି ଏହି ଭଳି ଜାରି ରୁହେ ଏହି ଆସନ ବିଜୁ ଜନତା ଦଳ ହାତରୁ ଖସି ଯିବାର ସମ୍ଭାବନା ରହିଛି। ବୈଠକରେ ୫୦୦ରୁ ଊର୍ଦ୍ଧ୍ୱ କର୍ମୀଙ୍କ ସମାଗମ ହୋଇଥିଲା। ଏ ନେଇ ମାଧବ ସର୍ଦ୍ଦାର କହିଛନ୍ତି, ଲୋକଙ୍କ ଅସନ୍ତୋଷର କାରଣ ବୁଝି ସମାଧାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର…

RCBର ଚମତ୍କାର ବିଜୟ ପରେ କହୁ କହୁ ଏମିତି କହିଦେଲେ ବିରାଟ କୋହଲି

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଜବରଦସ୍ତ ବିଜୟ ପରେ, ପୂର୍ବତନ ପୁରୁଷ ଦଳର ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ…

ବିଶ୍ୱ ବଜାରରେ ଚାଇନାକୁ ପଛରେ ପକାଇବ ଭାରତ: ଆମେରିକାର ୩୦ ବିଲିୟନ ଡଲାର ନିବେଶ ଘୋଷଣା

ନୂଆଦିଲ୍ଲୀ,୬ା୨: ବିଶ୍ୱ ଅର୍ଥନୀତିର ଗତିପଥ ବଦଳାଇବା ପାଇଁ ଭାରତ ଓ ଆମେରିକା ମଧ୍ୟରେ ଏକ ବଡ଼ ରଣନୈତିକ ବୁଝାମଣା ହୋଇଛି। ଚାଇନାର ଏକାଧିପତ୍ୟକୁ ରୋକିବା ପାଇଁ ଆମେରିକା…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

ସମସ୍ୟା ଘେରରେ ସାହାଜଟ ଆଶ୍ରମ ବିଦ୍ୟାଳୟ: ବାରଣ୍ଡାରେ ବସି ପାଠ ପଢୁଛନ୍ତି ପିଲା

ନୂଆପଡ଼ା,୬ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତର ସାହାଜଟ ଆଶ୍ରମ ବିଦ୍ୟାଳୟ ସମସ୍ୟାଘେରରେ ଗତିକରୁଛି। ୧୯୫୫ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ…

ଖଣି ବିଭାଗର ଚଢ଼ାଉ: ୩ ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି): ଖଣି ବିଭାଗ ଥୁଆମୂଳ ରାମପୁର ଅଞ୍ଚଳରେ ଚଢ଼ାଉ କରି ୩ ବାଲି ବୋଝେଇ ହାଇୱା ଜବତ କରିଛି। କଳାହାଣ୍ଡି ଖଣି…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର: ଆବେଦନ ତାରିଖ ବୃଦ୍ଧି

ଭୁବନେଶ୍ୱର,୬ା୨(ସୁଚିସ୍ମିତା ସାହୁ):ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ସମୟସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହାକୁ ଫେବୃଆରୀ ୫ ତାରିଖ ଯାଏ ବଢ଼ାଯାଇଥିଲାବେଳେ ଏବେ ଆସନ୍ତା ୧୮ ତାରିଖକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri