ବଡ଼ ନିଷ୍ପତି ନେଲେ ଅସନ୍ତୁଷ୍ଟ ବିଜେଡି କର୍ମୀ

କେନ୍ଦୁଝର,୧୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ହରିଚନ୍ଦନପୁର ବିଜୁ ଜନତା ଦଳ ତରଫରୁ ତେଲକୋଇ ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ମାଧବ ସର୍ଦ୍ଦାର ଓ ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁଙ୍କୁ ଠାକୁରପଡ଼ାରେ ସୋମବାର ସମ୍ବର୍ଦ୍ଧନା ଦିଆଯିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ଅର୍ଥାତ ରବିବାର ହରିଚନ୍ଦନପୁର ବ୍ଲକ୍‌ର ୨୫ ପଞ୍ଚାୟତର ଅସନ୍ତୁଷ୍ଟ ବିଜେଡି କର୍ମୀ ମନହରପୁର ପଡ଼ିଆରେ ଏକତ୍ରିତ ହୋଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବିଧାୟକ ପ୍ରାର୍ଥୀ ମାଧବ ସର୍ଦ୍ଦାର ଯୋଗଦେବାର କାର୍ଯ୍ୟକ୍ରମ ଥିଲା। କିନ୍ତୁ ଶେଷ ମୁହୁର୍ତ୍ତରେ ସେ ଯୋଗଦେଇ ନ ଥିବାରୁ ସୋମବାର ହେବାକୁଥିବା କର୍ମୀ ସମ୍ମିଳନୀରେ କୌଣସି ଅସନ୍ତୁଷ୍ଟ କର୍ମୀ ଯୋଗ ଦେବେ ନାହିଁ ବୋଲି ବୈଠକରେ ଶପଥ ନେଇଛନ୍ତି। ଏହାର ଭିଡିଓ ଭାଇରାଲ ହେବା ପରେ ଘଟଣା ପଦାକୁ ଆସିଥିଲା। ବିଧାୟକ ପ୍ରାର୍ଥୀ ମାଧବ ସର୍ଦ୍ଦାର ଯେବେ ସମୟ ଦେବେ ଓ ନିଜେ କର୍ମୀମାନଙ୍କ ସହିତ ଜିଲା କିମ୍ବା ରାଜ୍ୟସ୍ତର ନେତାଙ୍କ ଉପସ୍ଥିତିରେ ଆଗାମୀ ୫ ବର୍ଷ କର୍ମୀମାନଙ୍କ ସୁଖ ଦୁଃଖରେ ସାମିଲ ହେବେ ବୋଲି ନିର୍ଭର ପ୍ରତିଶ୍ରୁତି ଦେବେ, ତାହେଲେ ବିଜୁ ଜନତା ଦଳକୁ ପୂର୍ଣ୍ଣ ସମର୍ଥନ ଦିଆଯିବ ବୋଲି ନିଷ୍ପତ୍ତି କରିଛନ୍ତି। ପ୍ରକାଶ ଥାଉ କି, ତେଲକୋଇ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡିର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଯଦି ଏହି ଭଳି ଜାରି ରୁହେ ଏହି ଆସନ ବିଜୁ ଜନତା ଦଳ ହାତରୁ ଖସି ଯିବାର ସମ୍ଭାବନା ରହିଛି। ବୈଠକରେ ୫୦୦ରୁ ଊର୍ଦ୍ଧ୍ୱ କର୍ମୀଙ୍କ ସମାଗମ ହୋଇଥିଲା। ଏ ନେଇ ମାଧବ ସର୍ଦ୍ଦାର କହିଛନ୍ତି, ଲୋକଙ୍କ ଅସନ୍ତୋଷର କାରଣ ବୁଝି ସମାଧାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ନଦୀ ଉପରେ ୪ ଫୁଟ ପାଣି: ଭାସିଗଲା କ୍ରେନ୍‌

ପାଟଣା,୨୭।୭(ବୀରକିଶୋର ଦାଶ): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ବେହାଲ ହୋଇପଡିଛି। ସାହାରପଡ଼ା ବ୍ଲକ କୁମୁଳା ବାହାଳୀ ନିକଟ ତେଲ ନଦୀ ପୋଲଉପରେ ଶନିବାର...

ଅଧାରେ ଅଟକିଲା କେନାଲ ପାଣି

କାଏମା,୨୭ା୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଶାନ୍ତି ବଜାରଠାରୁ ଡେରାବର ପର୍ଯ୍ୟନ୍ତ ଯାଇଥିବା ସବ୍‌ମାଇନର କେନାଲ ସଫେଇ ହୋଇ ନ ଥିବାରୁ ଅଧାରେ ଅଟକି ରହିଛି...

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri