ବିସ୍ଥାପନକୁ ନେଇ ଆନ୍ଦୋଳନ ତେଜୁଛି

ଯାଜପୁର ଅଫିସ,୨୧ା୬: ଶିଳ୍ପାୟନ ପ୍ରକ୍ରିୟାରେ ଅଞ୍ଚଳରେ ଦେଖାଯାଇଥିବା ପ୍ରଦୂଷଣ ସମସ୍ୟା ଓ ଏହାର ନିୟନ୍ତ୍ରଣ ଦିଗରେ ସରକାରଙ୍କ ବିଫଳତା ଲୋକଙ୍କୁ ଏଭଳି ହତାଶ କରିଛି ଯେ ଆର୍ଥତ୍କ ଅଭିବୃଦ୍ଧିର ସ୍ବାଦ ଚାଖିବେ କ’ଣ ନିଜ ଗଁା ମାଟି ଛାଡି ବିସ୍ଥାପିତ କରିବାକୁ ଦାବି କରୁଛନ୍ତି। କିନ୍ତୁ ଲୋକଙ୍କ ଏଭଳି ଅସହାୟତାର ସୁଯୋଗ ନେଇ ପ୍ରଶାସନ ଜଙ୍ଗଲ ଜମିର ଦ୍ୱାହି ଦେଇ ଶାଗମାଛ ଦରରେ କ୍ଷତିପୂରଣ ଚୂଡାନ୍ତ କରିଛନ୍ତି। ଏହାସହ ବିସ୍ଥାପନ ଓ ପୁନର୍ବାସ ନୀତି-୨୦୦୫ ଲାଗୁ ପରେ ଯେଉଁ ୧୮ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ନୂତନ ପରିବାର ଗଢ଼ିଛନ୍ତି, ସେମାନଙ୍କୁ ବିସ୍ଥାପନରୁ ବାଦ୍‌ ଦେଇ ପ୍ରଶାସନ ନିଜର ଦାୟିତ୍ୱ ସମ୍ପାଦନ କରୁଥିବା ଅଭିଯୋଗ ହେଉଛି। ଏଭଳିସ୍ଥିତିରେ ବର୍ତ୍ତମାନ ଚାଲିଥିବା ବିସ୍ଥାପନ ପ୍ରକ୍ରିୟାକୁ କଳିଙ୍ଗନଗର ଶିଳ୍ପାଞ୍ଚଳର କୁଡୁମୀସାହି, ଅରାସାହି, ଟାଙ୍ଗରସାହି ଓ କଚେରୀଗାଁର ପ୍ରଭାବିତ ୧୧୫ ଆଦିବାସୀ ପରିବାର ଲୋକେ ବିରୋଧ କରିବେ ବୋଲି ଚେତାବନୀ ଦେଇଛନ୍ତି। ତେଣୁ ପ୍ରଶାସନ ଏହି ସମସ୍ୟାର ତ୍ୱରିତ ସମାଧାନ ନ କଲେ ଆଗକୁ କଳିଙ୍ଗନଗର ଗୁଳିକାଣ୍ଡ ଭଳି ପରିସ୍ଥିତିର ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନ ପାରେ ବୋଲି ଚର୍ଚ୍ଚା ଜୋର ଧରିଛି।
କଳିଙ୍ଗନଗର ଅଞ୍ଚଳରେ ଥିବା ଏକାଧିକ ବୃହତ୍‌ କମ୍ପାନୀଗୁଡ଼ିକୁ ଲାଗି ଅନେକ ବସ୍ତି ଅଞ୍ଚଳ ରହିଛି। ଏହି କମ୍ପାନୀଗୁଡ଼ିକର ପ୍ରଦୂଷଣ ସମସ୍ୟା ସୁଧୁରିବ ବୋଲି ଅଞ୍ଚଳବାସୀ ବହୁ ଆଶା ରଖିଥିଲେ। ହେଲେ ସେହି ଆଶା ଏବେ କ୍ଷୀଣ ହେବାରେ ଲାଗିଛି। ତେଣୁ ସେମାନେ ବିସ୍ଥାପିତ ହେବାକୁ ପୂର୍ବରୁ ବହୁ ଦାବି କରି ଆସିଛନ୍ତି। ବର୍ଜ୍ୟବସ୍ତୁର ପରିଚାଳନା ପାଇଁ ପରିବେଶ ସୁରକ୍ଷା ଆଇନ ଅନୁସାରେ ଅଧିକାଂଶ କାରଖାନାଗୁଡ଼ିକର କୌଣସି ନିଜସ୍ବ ବ୍ୟବସ୍ଥା ନାହିଁ। ଏଥିଯୋଗୁ ଅଞ୍ଚଳବାସୀଙ୍କ କେବଳ ଜୀବନ ଜୀବିକାକୁ ନୁହେଁ, ଦୈନନ୍ଦିନ ପରିଚର୍ଯ୍ୟାକୁ ବିଶେଷ ଭାବେ ପ୍ରଭାବିତ କରିଛି। କାରଖାନାରୁ ନିର୍ଗତ କଳା ପାଉଁଶର ଆସ୍ତରଣ ସମଗ୍ର ଅଞ୍ଚଳକୁ ଆଚ୍ଛାଦିତ କରୁଛି। ଏହାବାଦ୍‌ କାରଖାନାରୁ ବର୍ଜ୍ୟଜଳ ଗ୍ରାମବାସୀଙ୍କ ପାଇଁ କାଳ ହୋଇଛି। ବର୍ଜ୍ୟଜଳ ମାଡି ଯାଇଥିବାରୁ ଆଉ କୌଣସି ଚାଷ ହୋଇପାରୁ ନ ଥିବା ମତପ୍ରକାଶ ପାଇଛି। ଜନବସତି ଆଉ ଜଳଉତ୍ସ ପାଉଁଶ ପ୍ରଭାବରେ ତୀବ୍ର ପ୍ରଦୂଷିତ ହେବା ସହ ବାୟୁ ପ୍ରଦୂଷଣ ଯୋଗୁ ସମଗ୍ର ଅଞ୍ଚଳରେ ଭୟଙ୍କର ପରିସ୍ଥିତି ସୃଷ୍ଟି ହୋଇଛି। ଆଖପାଖର ଚାରଣ ଭୂମି ପାଉଁଶ ପ୍ରଭାବରେ ପ୍ରଦୂଷିତ ହୋଇ ଗୃହପାଳିତ ପଶୁଙ୍କ ପାଇଁ ମଧ୍ୟ ସ୍ବାସ୍ଥ୍ୟଗତ ସମସ୍ୟା ସୃଷ୍ଟି କରୁଛି। ତେଣୁ ପ୍ରଭାବିତ ଗ୍ରାମବାସୀ ବିସ୍ଥାପନ ଦାବି କରୁଥିବାବେଳେ ପ୍ରଶାସନ ୧୮ ବର୍ଷରୁ ଊର୍ଦ୍ଧ୍ୱ ନୂତନ ପରିବାରଙ୍କୁ ଅଣଦେଖା କରି ଚାଲିଛି। ଏଭଳିସ୍ଥିତିରେ ବିସ୍ଥାପନ ହେଲେ ମଲେ ନ ହେଲେ ବି ମଲେ ବୋଲି କୁହାଯାଉଛି। କଳିଙ୍ଗନଗର ଶିଳ୍ପାଞ୍ଚଳର ଦାନଗଦି ବ୍ଲକ କଚେରୀଗାଁ, ଅରାସାହି, କୁଡୁମୀସାହି ଏବଂ ଟାଙ୍ଗରସାହି ଗ୍ରାମବାସୀ ଏବେ ଏହି ପରିସ୍ଥିତିର ସମ୍ମୁଖୀନ ହେଉଛନ୍ତି। ପ୍ରଥମେ କ୍ଷତିପୂରଣ ପ୍ରଦାନ ଏବଂ କ୍ଷତିଗ୍ରସ୍ତ ପରିବାରର ଜଣଙ୍କୁ ନିଯୁକ୍ତି ସହ ୧୮ ବର୍ଷ ହେଉଥିବା ଯୁବକଙ୍କୁ ସ୍ବତନ୍ତ୍ର ପରିବାର ମାନ୍ୟତା ଆଦି ଦାବି କରି ଜମି ଅଧିଗ୍ରହଣକୁ ବିରୋଧ କରୁଛନ୍ତି। ଏଥିରେ କୁଡୁମୀସାହିର ୩୭, ଅରାସାହି ୨୪, ଟାଙ୍ଗରସାହି ୨୯ ଏବଂ କଚେରୀ ଗାଁର ୨୫ ପରିବାରକୁ ଗ୍ରାମବାସୀ ଚିହ୍ନଟ କରିଛନ୍ତି। କିନ୍ତୁ ଇଡ୍‌କୋ କର୍ତ୍ତୃପକ୍ଷ ପୋଲିସ ଫୋର୍ସ ମୁତୟନ କରି ବଳପୂର୍ବକ ଜମି ଅଧିଗ୍ରହଣ କରିବାକୁ ଉଦ୍ୟମ ଜାରି ରଖିଛନ୍ତି। ଉପରୋକ୍ତ ମର୍ମରେ କ୍ଷତିଗ୍ରସ୍ତ ଲୋକେ ଜିଲାପାଳ ଏବଂ କଳିଙ୍ଗନଗର ଅତିରିକ୍ତ ଜିଲାପାଳଙ୍କୁ ବହୁବାର ଅଭିଯୋଗ କରିଥିଲେ ହେଁ କିଛି ସୁଫଳ ମିଳୁନାହିଁ। ତେଣୁ ଜୀବନ ଦେବୁ ପଛେ ନିଜର ଭିଟାମାଟି ଛାଡ଼ିବୁନି ବୋଲି କ୍ଷତିଗ୍ରସ୍ତ ପରିବାର ଲୋକେ ଚେତାବନୀ ଦେଇଛନ୍ତି।
ଅଭିଯୋଗ ଅନୁଯାୟୀ ଉପରୋକ୍ତ ଗ୍ରାମଗୁଡ଼ିକରେ ଆଦିବାସୀ, ଦଳିତ, ପଛୁଆବର୍ଗ ସମ୍ପ୍ରଦାୟର ପ୍ରାୟ ୨୯୨ ପରିବାର ଦୀର୍ଘ ବର୍ଷ ହେଲା ବସବାସ କରୁଛନ୍ତି। କିନ୍ତୁ ଉକ୍ତ ଜାଗା ଉପରେ ଶିଳ୍ପ ସ୍ଥାପନ ପାଇଁ ସରକାର ଯୋଜନା କରିଛନ୍ତି। ହେଲେ ସେମାନଙ୍କୁ କୌଣସି ସୂଚନା ଦିଆ ନ ଯାଇ କିମ୍ବା ଜଣଶୁଣାଣି ନ କରି ଜମି ଅଧିଗ୍ରହଣ କରାଯାଉଛି। ନିକଟରେ ପ୍ରଶାସନ ପକ୍ଷରୁ ଘରଦ୍ୱାର ମାପଚୁପ କରାଯାଇଛି। ତେଣୁ ପ୍ରଭାବିତ ଲୋକେ ଆଶଙ୍କାରେ ଜୀବନ ଅତିବାହିତ କରୁଛନ୍ତି। ପ୍ରଭାବିତ ବାସିନ୍ଦା ବିଜୟ କୁମାର ଦାସ, ଈଶ୍ୱର ଦାସ, ପାଣ୍ଡବ ବଦରା, ରାମରାୟ ଲାଗୁରି, ସୁରେଶ କୁରଲି ପ୍ରମୁଖ କହିଛନ୍ତି, ପ୍ରଶାସନ ବେଆଇନ ଭାବେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଆମର କୌଣସି ଅଭିଯୋଗକୁ ଶୁଣୁନାହାନ୍ତି। ତେଣୁ ୧୮ ବର୍ଷରୁ ଊର୍ଦ୍ଧ୍ୱ ପରିବାରଙ୍କୁ ସ୍ବତନ୍ତ୍ର ଭାବେ କ୍ଷତିପୂରଣ ପ୍ରଦାନ ନ କଲେ ଆନ୍ଦୋଳନ ଆହୁରି ତୀବ୍ର ହେବ। ଅନ୍ୟପକ୍ଷେ କଳିଙ୍ଗନଗର ଅତିରିକ୍ତ ଜିଲାପାଳ ସନ୍ତୋଷ କୁମାର ମିଶ୍ର କହୁଛନ୍ତି ୨୦୦୫ ବିସ୍ଥାପନ ଆଇନ ଅନୁସାରେ ପ୍ରକ୍ରିୟା ଚାଲିଛି। ସ୍ବତନ୍ତ୍ର ପରିବାର ଦାବି ଉପରେ ଏଯାଏ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri