Posted inଜାତୀୟ

କର୍ତ୍ତବ୍ୟରୁ ଓହରିପାରିବେନି ସାମ୍ବିଧାନିକ କର୍ତ୍ତୃପକ୍ଷ

ନୂଆଦିଲ୍ଲୀ, ୧ା୩: ପଞ୍ଜାବର ଆମ୍‌ ଆଦ୍‌ମୀ ପାର୍ଟି ସରକାର ଏବଂ ରାଜ୍ୟପାଳ ବନଓ୍ବାରିଲାଲ୍‌ ପୁରୋହିତଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାବେଳେ ଏହା ଉପରେ ଗଭୀର ସାମ୍ବିଧାନିକ ଆଲୋଚନା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିଛନ୍ତି। ଫଳରେ ଉଭୟ ପକ୍ଷଙ୍କୁ କଡ଼ା ବାର୍ତ୍ତା ଯାଇଛି। ସାମ୍ବିଧାନିକ କର୍ତ୍ତୃପକ୍ଷ ତାଙ୍କ କର୍ତ୍ତବ୍ୟ ପୂରଣ ନ କରିବା ଅର୍ଥ ନୁହେଁ ଯେ ଅନ୍ୟ ଜଣେ ମଧ୍ୟ ସାମ୍ବିଧାନିକ କର୍ତ୍ତବ୍ୟ ନିର୍ବାହ କରିବେ ନାହିଁ ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣିବେଳେ କହିଛନ୍ତି। ଆପଣମାନେ ଭିନ୍ନ ରାଜନୈତିକ ଦଳର ହୋଇପାରନ୍ତି। କିନ୍ତୁ ରାଜ୍ୟପାଳଙ୍କ କାର୍ଯ୍ୟାଳୟ କୌଣସି ଦଳର ନୁହେଁ। ଆମକୁ ଏହା ଉପରେ ଆଲୋଚନା କରିବାକୁ ହେବ ବୋଲି ସିଜେଆଇ କହିଛନ୍ତି।
ରାଜ୍ୟପାଳ ପୁରୋହିତ ସରକାରଙ୍କୁ କେତେକ ତଥ୍ୟ ମାଗିଥିଲେ। ସରକାର ଏହା ପ୍ରଦାନ ନ କରିବାରୁ ରାଜ୍ୟପାଳ ରାଜ୍ୟ ବିଧାନସଭାର ବଜେଟ ଅଧିବେଶନ ଡାକିବାରେ ବିଳମ୍ବ କରିଥିଲେ। ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ଙ୍କୁ ରାଜ୍ୟପାଳ ପତ୍ର ଲେଖି ରାଜଭବନ ପତ୍ରର ଉତ୍ତର ମିଳି ନ ଥିବା ସମ୍ପର୍କରେ ଅବଗତ କରାଇଥିଲେ। ସେଥିପାଇଁ ସେ ଅଧିବେଶନ ଡାକିବାକୁ ବ୍ୟଗ୍ର ନୁହନ୍ତି ବୋଲି କହିଥିଲେ। ଏହାକୁ ନେଇ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ବିବାଦ ଦେଖାଦେବା ସହ ମାମଲା ସୁପ୍ରିମକୋର୍ଟରେ ପହଞ୍ଚତ୍ଥିଲା। ରାଜ୍ୟପାଳଙ୍କୁ ତଥ୍ୟ ଦେବା ଲାଗି ମୁଖ୍ୟମନ୍ତ୍ରୀ ସାମ୍ବିଧାନିକ ଦୃଷ୍ଟିରୁ ବାଧ୍ୟ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି। ତଥ୍ୟ ନ ଦେବା ତାଙ୍କ ସାମ୍ବିଧାନିକ କର୍ତ୍ତବ୍ୟର ଉଲ୍ଲଂଘନ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ତଥ୍ୟ ଦେଇ ନ ଥିବାରୁ ରାଜ୍ୟପାଳ ବଜେଟ ଅଧିବେଶନ ଡାକିବା ସାମ୍ବିଧାନିକ କର୍ତ୍ତବ୍ୟ ନ ଡାକିବାକୁ ଅନୁମତି ଦିଆଯାଇପାରିବ ନାହିଁ ବୋଲି ସିଜେଆଇ କହିଛନ୍ତି। ସମ୍ବିଧାନର ଅନୁଚ୍ଛେଦ ୧୭୪ ଅନୁଯାୟୀ ଅଧିବେଶନ ଡାକିବା ରାଜ୍ୟପାଳଙ୍କ ଇଚ୍ଛାଧୀନ କ୍ଷମତା ନୁହେଁ। ପୂର୍ବରୁ ସୁପ୍ରିମକୋର୍ଟର ସାମ୍ବିିଧାନିକ ଖଣ୍ଡପୀଠ ନବମ ରେବିଆ ମାମଲାରେ ଏହା ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri