‘ସାଧାରଣ ଓ ଧର୍ମୀୟ ଶିକ୍ଷା ମଧ୍ୟରେ ଅନ୍ତର କମିବ’

ପୁରୀ ଅଫିସ,୭ା୧୦: ପୁରୀରେ ଦ୍ୱିତୀୟ ରାଷ୍ଟ୍ରୀୟ ଆଦର୍ଶ ବେଦ ବିଦ୍ୟାଳୟ ଉଦ୍‌ଘାଟିତ ହୋଇଛି। ମଙ୍ଗଳବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁରୀସ୍ଥିତ ରାଷ୍ଟ୍ରୀୟ ସଂସ୍କୃତ ସଂସ୍ଥାନ ସଦାଶିବ ପରିସରରେ ଆଦର୍ଶ ବେଦ ବିଦ୍ୟାଳୟର ଅସ୍ଥାୟୀ କ୍ୟାମ୍ପସକୁ ଉଦ୍‌ଘାଟନ କରିଛନ୍ତି। ଏଥିସହ ସଦାଶିବ ପରିସରରେ ହିନ୍ଦୁ ଷ୍ଟଡିଜ୍‌ ନାମରେ ଏକ ସ୍ନାତକୋତ୍ତର ବିଭାଗ ଖୋଲାଯିବା ନେଇ ସେ ଘୋଷଣା କରିଛନ୍ତି। ଆଧୁନିକ କୌଶଳରେ ଏହି ଶିକ୍ଷା ଦ୍ୱାରା ସାଧାରଣ ଏବଂ ଧର୍ମୀୟ ଶିକ୍ଷା ମଧ୍ୟରେ ଥିବା ଅନ୍ତର କମିବା ସହ ଭାରତୀୟ ଜ୍ଞାନ କୌଶଳର ପ୍ରଚାର ଓ ପ୍ରସାର ହୋଇପାରିବ ବୋଲି ମନ୍ତ୍ରୀ ପ୍ରଧାନ କହିଛନ୍ତି।
ମହର୍ଷି ସାନ୍ଦିପନୀ ରାଷ୍ଟ୍ରୀୟ ବେଦ ବିଦ୍ୟା ପ୍ରତିଷ୍ଠାନର ଉପାଧ୍ୟକ୍ଷ ଆଚାର୍ଯ୍ୟ ପ୍ରଫୁଲ୍ଲ କୁମାର ମିଶ୍ର ସଭା ପରିଚାଳନା କରିଥିଲେ। ସମ୍ମାନିତ ଅତିଥି ଭାବେ ଶ୍ରୀସଦାଶିବ ପରିସରର ନିର୍ଦ୍ଦେଶକ ଆଚାର୍ଯ୍ୟ ଖଗେଶ୍ୱର ମିଶ୍ର, ନୂଆଦିଲ୍ଲୀସ୍ଥିତ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟର କୁଳପତି ଆଚାର୍ଯ୍ୟ ଶ୍ରୀନିବାସ ବରଖେଡ଼ି, ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଏବଂ ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ପ୍ରମୁଖ ମଞ୍ଚାସୀନ ଥିଲେ। କେନ୍ଦ୍ର ମନ୍ତ୍ରୀ ପ୍ରଧାନ ଉଦ୍‌ବୋଧନ ଦେଇ କହିଥିଲେ, ବେଦ ବିଦ୍ୟାଳୟ ପ୍ରତିଷ୍ଠା ଦ୍ୱାରା ଭାରତରେ ଉଚ୍ଚତର ଜ୍ଞାନ ପରମ୍ପରା ସହିତ ଉଚ୍ଚତର ମୂଲ୍ୟବୋଧ ଓ ଜୀବନର ବିକାଶ ହୋଇପାରିବ। ଏଠାରେ ବେଦ, ସଂସ୍କୃତ, ଯୋଗ, ବିଜ୍ଞାନ, କମ୍ପ୍ୟୁଟର ଓ କୃଷି ପ୍ରଭୃତି ବିଦ୍ୟା ଅଧ୍ୟୟନ କରାଯିବ। ବିଦ୍ୟାର୍ଥୀମାନଙ୍କୁ ନିଃଶୁଳ୍କ ଭୋଜନ ଓ ଆବାସ ସୁବିଧା ମିଳିବ। ଉଜ୍ଜୟିନୀସ୍ଥିତ ମହର୍ଷି ସାନ୍ଦିପନୀ ରାଷ୍ଟ୍ରୀୟ ବେଦ ବିଦ୍ୟା ପ୍ରତିଷ୍ଠାନର ମୁଖ୍ୟ କ୍ୟାମ୍ପସ ବ୍ୟତୀତ ବାହାରେ ୫ଟି ନୂଆ ରାଷ୍ଟ୍ରୀୟ ଆଦର୍ଶ ବେଦ ବିଦ୍ୟାଳୟ ପ୍ରତିଷ୍ଠା କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି। ସଦାଶିବ ପରିସରରେ ହିନ୍ଦୁ ଷ୍ଟଡିଜ୍‌ର ଦୁଇବର୍ଷିଆ ସ୍ନାତକୋତ୍ତର ପାଠ୍ୟକ୍ରମ ଆରମ୍ଭ କରାଯିବ। ପରେ ପର୍ଯ୍ୟାୟ କ୍ରମେ ଉଚ୍ଚ ଡିଗ୍ରୀଗୁଡ଼ିକୁ ପାଠ୍ୟକ୍ରମରେ ସାମିଲ କରାଯିବ। ହିନ୍ଦୁ ଅଧ୍ୟୟନ ବିଭାଗରେ ୪୦ ସିଟ୍‌ ରହୁଥିବାବେଳେ ବେଦ ଦର୍ଶନ, ପାରମ୍ପରିକ ଧର୍ମଶାସ୍ତ୍ର ଓ ହିନ୍ଦୁ ଆଇନ ସମ୍ପର୍କରେ ଶିକ୍ଷାଦାନ କରାଯିବ। ଅନୁସନ୍ଧାନ ଜରିଆରେ ବିଭିନ୍ନ ଧର୍ମୀୟ ପୁସ୍ତକ ପ୍ରଣୟନ କରାଯାଇ ହିନ୍ଦୁ ଧର୍ମର ଆଦର୍ଶ, ଆଚରଣ, ବିଧି, ସଂସ୍କୃତି ଓ ସଭ୍ୟତା ବିଷୟରେ ପ୍ରଚାର କରାଯିବ। ଏହି ଅବସରରେ ମନ୍ତ୍ରୀ ପ୍ରଧାନ ଅଧ୍ୟୟନ କେନ୍ଦ୍ର ପରିଦର୍ଶନ କରିବା ସହ ଛାତ୍ରୀଛାତ୍ରଙ୍କ ସହିତ ଆଲୋଚନା କରିଥିଲେ। ଏହି ପ୍ରତିଷ୍ଠାନର ଛାତ୍ରମାନେ ବୈଦିକ ଶିକ୍ଷା, ଭାରତୀୟ ଜ୍ଞାନ କୌଶଳକୁ ବିଶ୍ୱରେ ପ୍ରଚାର ଓ ପ୍ରସାର କରିପାରିବେ ବୋଲି ହିନ୍ଦୁ ଷ୍ଟଡିଜର ସଂଯୋଜକ ଅତୁଲ ନନ୍ଦ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ‘ହର୍‌ଘର୍‌ ତ୍ରିରଙ୍ଗା’ ଅଭିଯାନ, ଦେଶପ୍ରେମର ବାର୍ତ୍ତା ନେଇ ଶୋଭାଯାତ୍ରା

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ସ୍ବାଧୀନତା ଦିବସ ପାଳନ ଅବସରରେ ଭଞ୍ଜନଗର ବ୍ଲକ ଓ ମ୍ୟୁନିସିପାଲିଟି ପକ୍ଷରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଉତ୍ସାହ ଓ ଦେଶପ୍ରେମର ପରିବେଶ ମଧ୍ୟରେ…

ସ୍କୁଟି-ବାଇକ୍ ମୁହାଁମୁହିଁ ଧକ୍କା; ଦୁର୍ଘଟଣାରେ ସ୍ତ୍ରୀ ଆଗରେ ସ୍ବାମୀଙ୍କ ମୃତ୍ୟୁ, ଡାଏଲେସିସ ପାଇଁ ଯାଉଥିଲେ

ବଲାଙ୍ଗୀର,୧୨ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଫଟା ବାହାଲରୁ ଯାମୁଟିଆ ଯାଇଥିବା ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସ୍କୁଟି ଓ ବାଇକ୍…

କୋର୍ଟରେ ମାମଲା ଲଢୁଥିବାବେଳେ ଅସୁସ୍ଥ ହୋଇପଡ଼ିଲେ ଓକିଲ, ସାଥୀ ଓକିଲଙ୍କୁ ମାମଲା ଆଗକୁ ନେବାକୁ କହି…

ଦାରିଙ୍ଗବାଡ଼ି,୧୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ କର୍ତ୍ତବ୍ୟରତ ବରିଷ୍ଠ ଓକିଲ କୋର୍ଟରେ ମାମଲା ଲଢ଼ୁଥିବାବେଳେ ହଠାତ୍‌ ଅସୁସ୍ଥ…

ଅଭିଜିତ୍ ଦୀପକେଙ୍କ ବଡ଼ ଘୋଷଣା, ଏହି ଦିନ ଆରମ୍ଭ ହେବ ‘ଯନ୍ତର ମନ୍ତର ସିଜନ୍-୨’

ନୂଆଦିଲ୍ଲୀ,୧୨ା୮: କକ୍ରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଇନଷ୍ଟାଗ୍ରାମରେ ଅନେକ ଲୋକ କମେଣ୍ଟ କରି…

ପାଟ୍ରୋଲିଂ ସମୟରେ ବିପୁଳ ପରିମାଣର ପାନ ମସଲା ଜବତ, ଟ୍ରକ୍‌ ଯାଞ୍ଚ କରିବାରୁ…

ପାରଳଖେମୁଣ୍ଡି/ମୋହନା,୧୨ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲା ଆଡ଼ବା ଥାନା ପୋଲିସ ଏମ୍ଭି ଯାଞ୍ଚ ଓ ପାଟ୍ରୋଲିଂ ବେଳେ ବିପୁଳ ପରିମାଣର ସନ୍ଦିଗ୍ଧ ପାନ ମସଲା ଓ ତମାଖୁଜାତ…

ବାଘ ସଫାରୀରେ ହରିଣ ଶିକାର କଲା ମହାବଳ ବାଘ, ଲାଇଭ ଭିଡିଓ କଲେ ପର୍ଯ୍ୟଟକ

ବାରଙ୍ଗ,୧୨ା୮(ଲିଙ୍ଗରାଜ ରାଉତ): ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ…

୨ ମିନିଟ୍‌ର ସୂର୍ଯ୍ୟପରାଗ ଦେଖିବାକୁ ଲକ୍ଷେଟଙ୍କା ଟିକେଟ, ଉଡ଼ିବ ସ୍ୱତନ୍ତ୍ର ବିମାନ

ନୂଆଦିଲ୍ଲୀ,୧୨ା୮: ମାତ୍ର ୨ ମିନିଟ୍ ୧୮ ସେକେଣ୍ଡର ଅନ୍ଧାର ଦେଖିବା ପାଇଁ ଲୋକମାନେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରୁଛନ୍ତି । ଆଜି ଅର୍ଥାତ୍ ଅଗଷ୍ଟ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ରାଜକୁମାର ବୁଧଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଚମକିବ ଭାଗ୍ୟ; ଆଖି ପିଛୁଳାକେ ମିଳିବ ଧନ…

ବୁଧ ଗ୍ରହଙ୍କର କେବଳ ରାଶି ପରିବର୍ତ୍ତନ ନୁହେଁ, ବରଂ ନକ୍ଷତ୍ର ପରିବର୍ତ୍ତନ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ସେ ବୈଦିକ ଜ୍ୟୋତିଷ ଶାସ୍ତ୍ରର ସବୁଠାରୁ ଶୁଭ ଗ୍ରହମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri